ଦୈନିକ ରାଶିଫଳ: 25 ନଭେମ୍ବର 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ଜୀବନରେ ଅଶାନ୍ତିର ଝଡ଼ ଦୂର ହୋଇଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ। ଆକସ୍ମିକ ଧନ ପ୍ରାପ୍ତି ହେବ। ଶୁଭକାର୍ଯ୍ୟ ସମ୍ପାଦନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାର୍ଥୀ ମାନଙ୍କର ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ। ପତି-ପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ଦୂରେଇ ଯିବ। ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ। ତଳ ମହଲରୁ ଆଶାତୀତ ଲାଭ ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ନିଜର ଇଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିବା ପାଇଁ ଚେଷ୍ଟା କରିବେ। କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ରାଜନୀତି କ୍ଷେତ୍ରରେ କଳବଳ ଖଟାଇ ନିଜର ସ୍ଥାନକୁ କୌଣସି ମତେ ଦୃଢ ରଖି ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ। ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି। ବିଦ୍ୟାର୍ଥୀମାନେ ପରିଶ୍ରମ କରି ପରିଶ୍ରମର ମୂଲ୍ୟ ପାଇବେ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ବିରାଜମାନ କରିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ। କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ।ଇ ପାରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ପ୍ରବାସ ଯାତ୍ରାରେ ବିଶେଷ ଲାଭବାନ୍ ହେବେ। ବ୍ୟବସାୟ କ୍ଷେତ୍ରରୁ ଆଶାତୀତ ଲାଭପାଇ ଖୁସି ହେବେ। ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ। ସାମାନ୍ୟ ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ ଓ ପାରିବାରିକ ଜୀବନରେ ଗୁରୁଜନମାନେ ସନ୍ତୁଷ୍ଟ ରହିବେ। ମାଙ୍ଗଳିକ କାର୍ଯ୍ୟରେ ଯୋଗଦେଇ ଆନନ୍ଦିତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ବିବାହ ପ୍ରସ୍ତାବ ସ୍ଥିର ହୋଇ ପାରେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ। ଦୂରଯାତ୍ରାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-ଶତୃମାନେ ପରାଜିତ ହେବେ। ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ। ଗୁରୁ ଗୁରୁଜନ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ମାନସିକ ସ୍ଥିତି ଭଲ ରହିବ ଓ ଧୈର୍ଯ୍ୟ ସହନ ଶୀଳତା କାଏମ ରହିବ। ଯାତ୍ରା ଫଳରେ ଉତ୍ସାହିତ ହେବେ। ବରିଷ୍ଠ ବ୍ୟକ୍ତି ଓ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢ଼ୀଭୂତ ହେବ। ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ। ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ସୁବର୍ଣ୍ଣ ସୁଯୋଗକୁ ହାତଛଡା ନକରିବା ଉଚିତ୍। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ସାମାଜିକ ପତିଆରା ଅମଳିନ ରହିବା ସହ କିଛି ଅର୍ଥ ଧାର୍ମିକ କ୍ଷେତ୍ରରେ ଦାନ କରିବାକୁ ବାଧ୍ୟ ହେବେ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ମାନସିକ ବିଷାଦ, ଦାମ୍ପତ୍ୟକଳହ, ଭୟ ଆଶଙ୍କା ଦୂରେଇ ଯିବ। କର୍ମମୁଖରତା ଯୋଗେ ବିଚ୍ଛିନ୍ନ ହୋଇ ପଡ଼ିବା ଅସମ୍ଭବ ନୁହେଁ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପାରିବାରିକ ସ୍ଥିତି ସୁଧୁରି ଯାଇ ଇଷ୍ଟ ପ୍ରାପ୍ତ ହେବାର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଅସନ୍ତୁଷ୍ଟ ରହି ପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ଅବିବାହିତ ଯୁବକ ଯୁବତୀ ମାନଙ୍କର ନିର୍ବନ୍ଧ ହୋଇପାରେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!