ଦୈନିକ ରାଶିଫଳ: 25 ଫେବୃୟାରି 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। କୌଣସି କଥା ବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇ ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି କରିବେ। ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ଗୃହୋପକରଣ କ୍ରୟ କରିବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ରାଜନୈତିକ କ୍ଷେତ୍ରରେ ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଶତୃମାନେ ପରାଜିତ ହୋଇ ମିତ୍ରତା ଭାବ ଆଚରଣ କରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ନୂତନ ଯୋଜନା ସାଫଲ୍ୟ ଦାୟକ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବୃତ୍ତିଗତ ଦୃଷ୍ଟିରୁ ସୁରକ୍ଷିତ ରହିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନରେ ବାଧା ଉପୁଜି ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ଜାଗାଜମି ବିବାଦରୁ ମୁକ୍ତ ହେବାସହ ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ। ନିକଟସ୍ଥ ସ୍ଥାନ ମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବାଦବିବାଦ, ମାଲିମୋକଦ୍ଦମା ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ବ୍ୟବସାୟ କ୍ଷେତ୍ରରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ। ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ। ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ରାଜନୀତିରେ ସଫଳତା ମିଳିବ। ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବା ଫଳରେ ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ। କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ। ପୁରାତନ ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ। ଆକସ୍ମିକ ଅର୍ଥଲାଭ, ଆୟବୃଦ୍ଧି, ଋଣମୁକ୍ତି, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବା ସହ ସାମାଜିକ ପ୍ରତିଷ୍ଠା. ମାନ ସମ୍ମାନ ବୃଦ୍ଧି ହେବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ସହ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗି ପାରନ୍ତି। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ପାରିବାରିକ ଜୀବନରେ କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ରାଜନୀତିରେ ନିସ୍ଵାର୍ଥପର ଭାବ ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ। ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। କର୍ମକ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହୋଇ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇ ଆୟ ବୃଦ୍ଧି ହେବ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବା ଯୋଗେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରି ପାରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ଆମୋଦ ପ୍ରମୋଦ, ମନୋରଞ୍ଜନ, ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!