ମେଷ:-ରାଜନୀତିରେ କର୍ତ୍ତବ୍ୟ ନିଷ୍ଠାରୁ ଯଶ ପ୍ରଶଂସାର ଅଧିକାରି ହେବେ। ପାରିବାରିକ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ। ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ। ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ। ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ବ୍ୟବସାୟରେ କ୍ରୋଧ ନିୟନ୍ତ୍ରଣ ରଖିଲେ ସହଯୋଗୀ ମାନଙ୍କ ଯୋଗୁ ଉତ୍ତମ କାରବାର କରି ଅଧିକ ଲାଭ ପାଇବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପ୍ରତିକାର- ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ।
କର୍କଟ:-ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସଲ କରିବେ। ମିତ୍ର ଓ ପ୍ରିୟଜନମାନେ ଖୁସିର ସନ୍ଦେଶ ଦେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ସିଂହ:-କର୍ମକ୍ଷେତ୍ରରେ ଉଚ୍ଚାଧିକାରୀମାନେ ପ୍ରଶଂସା କରିବେ। ଆତ୍ମବିଶ୍ୱାସରେ ବୃଦ୍ଧି ହେବା ସହ ରୋଜଗାରରେ ପରିବର୍ତ୍ତନ କରି ପାରନ୍ତି। କୋର୍ଟ କଚେରୀ ମାମଲାରେ ବିଜୟ ପ୍ରାପ୍ତ ହେବେ। ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍। ସରକାରୀ ଚାକିରୀ କରୁଥିବା ଲୋକଙ୍କର ସ୍ଥାନାନ୍ତର ବିଷୟରେ ଆଲୋଚନା ହୋଇପାରେ। ପ୍ରେମ ସମ୍ପର୍କରେ ପର୍ଯ୍ୟାପ୍ତ ସମୟ ଦେବାକୁ ପଡିବ। ଅଧିକ ଚିନ୍ତା ହେତୁ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। ଅର୍ଥାଗମ ଦିଗ ଖୋଲା ରହିବ। ରାଜନୀତି କ୍ଷେତ୍ରରେ ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ କରିବେ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ପାରନ୍ତି। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଜଗିରଖି କଥା ନ କହିଲେ କୌଣସି ଅସୁବିଧାରେ ଫଶିଯିବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ତୁଳା:-ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ସମସ୍ତ ଚିନ୍ତାରୁ ମୁକ୍ତି ପାଇବା ସହ ମାନସିକ ଶାନ୍ତି ମିଳିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରି ବେଶ୍ ଆନନ୍ଦ ଅନୁଭବ କରିବେ।
ବିଚ୍ଛା:-ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇ ଯାଇ ଶାନ୍ତିଶୃଙ୍ଖଳା ଦେଖାଦେବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ପୁରାତନରୋଗର ଉପଶମ ମିଳିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଆୟ ଉପାର୍ଜନରେ ବାଧା ନାହିଁ। ପ୍ରତିକାର- ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହୋଇ ଆନନ୍ଦମୟ ମୁହୂର୍ତ୍ତ କଟିବ। କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରି ଅଳ୍ପ ଲାଭ ପାଇବେ। ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ବାଧ୍ୟ ହେବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
ମକର:-ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି। ଉଚ୍ଚପଦସ୍ଥ କର୍ମକର୍ତ୍ତା ମାନଙ୍କର କର୍ମଉପରେ ନଜର ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବିଦ୍ୟାର୍ଥିମାନେ ପରୀକ୍ଷା, ପ୍ରତିଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ। ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଅଟକି ରହିଥିବା କାର୍ଯ୍ୟ ଆରମ୍ଭ କରିବାର ସମ୍ଭାବନା ରହିଛି। ବ୍ୟବସାୟରେ ଅଧିକଅର୍ଥ ବିନିଯୋଗ କରିବାର ଚେଷ୍ଟା ସଫଳ ହେବ। ନିଜର ଭାବନାତ୍ମକ କ୍ଷେତ୍ରରେ ସକରାତ୍ମକତା ଭରପୁର ରହିବ। ପିଲାମାନଙ୍କର ସଫଳତାରେ ଗୌରନ୍ଵିତ ଅନୁଭବ କରିବେ। ନିଜର ଯୋଜନା ଓ ବନ୍ଧୁମିତ୍ରଙ୍କ ଚେଷ୍ଟାରେ ବାକିପଡିଥିବା ଧନ ପ୍ରାପ୍ତ ହୋଇପାରେ। ବୁଦ୍ଧିମାନ ଲୋକଙ୍କର ସାନିଧ୍ୟ ଲାଭକରି ସମ୍ପତ୍ତି ସମ୍ବନ୍ଧିୟ ବିବାଦକୁ ଅପୋଷ ସମାଧାନ କରିଦେଇ ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମୀନ:-ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବେ। ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ। ବ୍ୟବସାୟରେ ଆଶାତୀତ ଲାଭ ମିଳିବ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ। ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।