ଦୈନିକ ରାଶିଫଳ: 25 ମଇ 2024, ଶନିବାର, ଶନିଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସେବାକାରୀ ମାନଙ୍କ ସହଯୋଗରେ ଜନସେବାଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ପରିବାର ମଧ୍ୟରେ ମୁଖ୍ୟତା ଲାଭକରି ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ସାମର୍ଥ୍ୟ ଯୁଟିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ରାଜନୀତି କ୍ଷେତ୍ରରେ ସମ୍ମାନ ପାଇବେ। ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ନୂତନ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି ବା ନୂଆ ନିଯୁକ୍ତି ଯୋଗ ଅଛି। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବାସହ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

କର୍କଟ:-ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ପ୍ରଶଂସା ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ। ପୂର୍ବରୁ ଲାଗିରହିଥିବା କାର୍ଯ୍ୟାଳୟରେ ସମସ୍ୟାଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତି କ୍ଷେତ୍ରରେ ପ୍ରଚୁର ଖଟଣି ଖଟି ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡି ପାରେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-କର୍ମଜୀବି ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧି ପାଇବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ସ୍ଥଗିତ ଥିବା କର୍ମଟି ପୂରଣ ହୋଇପାରେ। ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ। ରାଜନୈତିକ କ୍ଷେତ୍ରରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭହେବ। ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ମାନସିକ ଶାନ୍ତି ଅନୁଭବ କରିବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସ୍ଵାସ୍ଥ୍ୟରେ ସାମାନ୍ୟ ଉନ୍ନତି ପରିଲିଖିତ ହେବ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂରହେବ। ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ପରିବାରରେ ଆଦର୍ଶବାଦୀ ହୋଇ ସାମାଜିକ ସ୍ତରରେ ପ୍ରଶଂସିତ ହେବା ସହ ପ୍ରେମ କ୍ଷେତ୍ରରେ ବିଜୟୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଯୋଗେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପାଇବାସହ ଉଧାର ଦେଇ ଫେରି ପାଇବା ସହଜ ହେବ। ଦୂରଯାତ୍ରାର ସୁଯୋଗ ପାଇବେ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ। କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!