ମେଷ:-ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ। କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବାକିଥିବା ଅର୍ଥ ପାଇବା ଫଳରେ ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ପାରିବାରିକ ଜୀବନରେ ଆୟ ବୃଦ୍ଧିହେବା ଫଳରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ। ବିଗିଡି ଯାଇଥିବା କାର୍ଯ୍ୟ ବା ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ଦୂରଯାତ୍ରାର ସୁଯୋଗ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ। ଆୟର ସ୍ରୋତ ବୃଦ୍ଧି ହେବ। ବ୍ୟବସାୟୀକ ସଫଳତା ମିଳିବାସହ ବ୍ୟବସାୟରେ ଆଶାତୀତ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କର୍କଟ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବାସହ ସାମାଜିକ ପ୍ରତିଷ୍ଠା ମାନ-ସମ୍ମାନ ବୃଦ୍ଧି ହେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବାସହ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସମାଗମରେ ସମୟ ବିତିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କୌଣସିକାର୍ଯ୍ୟ କରିବା ପୂର୍ବରୁ ବୁଝିବିଚାରି ନିର୍ଣ୍ଣୟ ନେବା ଆବଶ୍ୟକ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବା ସହ ଆର୍ଥିକ ସାହାଯ୍ୟ ମିଳିପାରେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖେ-ଦୁଃଖେ ଚଳିବାରେ ବାଧା ଉପୁଜିବ ନାହିଁ। କର୍ମ ନିଯୁକ୍ତି ପାଇଁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ପାରିବାରିକ କ୍ଷେତ୍ରରେ ସଫଳତା ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ପାରିବାରିକ ଅଶାନ୍ତି ଦୂରେଇଯାଇ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଶୁଭ ସମ୍ବାଦ ପାଇ ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ନୂତନ ଦ୍ରବ୍ୟ କ୍ରୟ କରିବେ। ଖେଳ, କୁଦ, ପ୍ରତିଯୋଗିତା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ଧନୁ:-ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ଶତୃମାନେ ଦୂରେଇ ଯିବେ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମକର:-ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ବନ୍ଧୁଙ୍କ ଚେଷ୍ଟାରେ ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳ ପ୍ରାପ୍ତି ହେବ। କୋର୍ଟ, କଚେରୀ ମାଲିମକଦ୍ଦମା, ବାଦବିବାଦର ସମାଧାନ କରି ପାରିବେ। ଜାଗା, ଜମି, ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇ ଯିବ। ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କୁମ୍ଭ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟରେ ଅଚାନକ ଧନ ପ୍ରାପ୍ତି ହେବାସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବାସହ ଦାମ୍ପତ୍ୟ ସୁଖରେ ସୁଖୀ ହେବେ। ଆର୍ଥିକ ଉନ୍ନତି ହେବା ଫଳରେ ନୂତନ ଯୋଜନାରେ ସଫଳତା ମିଳିବାସହ ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। ନୂତନକର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସାହିତ୍ୟ, କଳା କ୍ଷେତ୍ରରେ ଆକର୍ଷିତ ହେବେ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଅଧାଅଧୁରାଥିବା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେଲେ ମଧ୍ୟ ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।