ଦୈନିକ ରାଶିଫଳ: 25 ମାର୍ଚ୍ଚ 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ସମସ୍ୟା ଧିରେ ଧିରେ ଅପସରି ଯିବ। ଆର୍ଥିକକ୍ଷେତ୍ରରେ ସ୍ୱଚ୍ଛଳତା ଦେଖାଦେବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ଯୋଗ ଦେବେ। ସାମାଜିକ କ୍ଷେତ୍ରରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନକାରାତ୍ମକ ପ୍ରବୃତ୍ତି ଥିବା ଲୋକଙ୍କ ପ୍ରତି ଆପଣ ଆକର୍ଷିତ ହୋଇ ପାରନ୍ତି। ସମାଜସେବା କାର୍ଯ୍ୟରେ ଯୋଗ ଦେଇ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ। ପରିବାରରେ ସମ୍ପତ୍ତିବିବାଦ, ଛୋଟଛୋଟ କଥାକୁନେଇ ସମସ୍ୟା ସୃଷ୍ଟି ହୋଇ ପାରେ। ରାଜନୈତିକ କ୍ଷେତ୍ରରେ ଆତ୍ମୀୟମାନେ ଭିତରେ ଚେର କାଟିବେ। ଘରୁ ବାହାରକୁ ବାହାରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବାହ୍ୟ କ୍ଷେତ୍ରରେ ବିପଦରେ ପଡି ପାରନ୍ତି। ବ୍ୟବସାୟରେ ଲାଭ ହେଲେ ମଧ୍ୟ ଶତୃ ଦେଖାଦେବେ। ସାବଧାନ ରୁହନ୍ତୁ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରୋଜଗାର ସମସ୍ୟା ସୁଧୁରି ଯିବ ଓ ଧନ ଲାଭ ହେବାରୁ ମନ ଖୁସି ରହିବ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ। ବ୍ୟବସାୟ କ୍ଷେତ୍ରରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସାମାଜିକ କ୍ଷେତ୍ରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଆର୍ଥିକ ସମସ୍ୟା ନିଶ୍ଚିତରୂପେ ସମାଧାନ ହୋଇଯିବ। ଅନେକ କ୍ଷେତ୍ରରେ ବାରମ୍ବାର ଲାଭର ସୁଯୋଗ ପାଇବେ। ବ୍ୟବସାୟରେ ଲୋକସମର୍ଥନ ବୃଦ୍ଧି ହେବା ଫଳରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପରିବାରରେ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। କର୍ମ କ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପାରିବାରିକ ସ୍ଥିତି ସୁଧୁରି ଯିବା ଫଳରେ ନୂଆ ସମ୍ପର୍କ ସୃଷ୍ଟି ହେବ ଓ ବିପରୀତ ପରିସ୍ଥିତିରେ ମଧ୍ୟ ଅନୁକୂଳ ସମୟ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ବ୍ୟବସାୟରେ ବୃଦ୍ଧି ହେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ବହୁତ ଚିନ୍ତିତ ରହି ପାରନ୍ତି। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। କୌଣସି କଥାବର୍ତ୍ତାକୁ ନେଇ ପ୍ରତାରିତ ହେବାର ଆଶଙ୍କା ଉପୁଯିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ବିଚ୍ଛା:-ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ଋଣ ପରିଶୋଧ କରିପାରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇ ଯିବ। ନୂତନ ଯୋଜନାରେ ସଫଳତା ମିଳିବାସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ମଧୁରତା ଆସିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରେମୀକ ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ନୂଆ ଜ୍ଞାନର ବୃଦ୍ଧି ହେବ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଅଧିକାରୀଙ୍କଠାରୁ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ କୌଶଳକ୍ରମେ ସମାଧାନ କରିବେ। ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ। ସାଧାରଣ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧିହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଧାର୍ମିକ କାର୍ଯ୍ୟକଳାପ ପ୍ରତି ଆପଣଙ୍କର ଆଗ୍ରହ ବଢିବ। ପରିବାରରେ ପାରସ୍ପରିକ ସହଯୋଗର ବୃଦ୍ଧି ଘଟିବ। ବ୍ୟବସାୟରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। କାର୍ଯ୍ୟର ମନ୍ଥର ଗତି ଯୋଗେ ନିରାଶ ହୁଅନ୍ତୁ ନାହିଁ। ପ୍ରେମ ସମ୍ବନ୍ଧରେ ଆଗ୍ରହୀ ହେବେ। ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ। କୌଣସି ଗୁରୁତ୍ୱପୂର୍ଣ୍ଣ କର୍ମ ନେଇ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସଫଳତା ମିଳିବ ଓ ଉତ୍ସାହିତ ହେବେ। ଶତୃମାନେ ପରାଜିତ ହେବେ। କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟରେ ପ୍ରସାର ପ୍ରଚାର କରି ବଢ଼ାଇବାକୁ ମନ ବଳାଇ ଦକ୍ଷତା ଅର୍ଜନ କରିବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!