ଦୈନିକ ରାଶିଫଳ: 25 ମାର୍ଚ୍ଚ 2025, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ଚିନ୍ତା ଦୂର ହେବ। ସ୍ୱାସ୍ଥ୍ୟ ଭଲ ରହିବ। ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ। ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଶତୃ ମାନେ ପରାଜିତ ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ। ପ୍ରତିକାର- ନାଲିରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଆଧ୍ୟାତ୍ମିକ ଓ ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିବେ। ଆର୍ଥିକସ୍ଥିତିରେ ସୁଧାର ଆସିବ। ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ହେବାସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ। ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ବାଧ୍ୟ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ପାଇବେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରିପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ ଓ ବିଦେଶ ଯାତ୍ରାରେ ସଫଳ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ବିଦ୍ୟା ସମ୍ବନ୍ଧୀୟ ଶୁଭ ସମାଚାର ପାଇବେ। ରାଜନୀତି କ୍ଷେତ୍ରରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପରିବାର ଜନଙ୍କ ସହ ସୁଖ ଶାନ୍ତିରେ ସମୟ କଟାଇବେ। ଖାଇବା ପିଇବା ଠିକ୍ ରହିବା ଫଳରେ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ। ଛାତ୍ରଛାତ୍ରୀମାନେ ପଢାପଢିରେ ମନଯୋଗ ଦେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ। ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ ସମ୍ମାନ ପ୍ରତିଷ୍ଠା ପ୍ରତିପ୍ରତ୍ତି ବୃଦ୍ଧି ପାଇବ।ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରିବେ। ଦୂରଯାତ୍ରାର ସୁଯୋଗ ପାଇବେ। କାର୍ଯ୍ୟଦକ୍ଷତା ହେତୁ ପଦାଧିକାରୀ ମାନଙ୍କ ନିକଟରୁ ପ୍ରଶଂସା ପାଇବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ। ପ୍ରତିକାର-ତୁଳସୀ ମୂଳର ମାଟିଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରର ସ୍ଥିତି ସୁଦୃଢ ହେବ। ଆୟ ଉପାର୍ଜନ ବୃଦ୍ଧି ହେବ। ନିଜଲୋକ ସାହାଯ୍ୟ କରିବା ଫଳରେ ପ୍ରେମ ପ୍ରସଙ୍ଗରେ ଶୁଭ ସମାଚାର ମିଳିବ। କର୍ମକ୍ଷେତ୍ରଟି ସୁଦୃଢ ହେବା ଫଳରେ ସମସ୍ତ ଚିନ୍ତା ଦୂର ହୋଇ ପରାକ୍ରମ ବଢିବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତିରେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ସହକର୍ମୀ, ଉଚ୍ଚାଧିକାରୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିରେ ବାତାବରଣ ଖେଳିଯିବ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। କର୍ମଚାରୀମାନେ କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ବ୍ୟବସାୟରେ ଉନ୍ନତି ହେବାସହ ଉତ୍ତମ ଲାଭ ପ୍ରାପ୍ତି ହେବ। ଆର୍ଥିକ ସମସ୍ୟା ନିଶ୍ଚିତ ରୂପେ ସମାଧାନ ହୋଇଯିବ। ଋଣପ୍ରାପ୍ତି ଓ ଋଣମୁକ୍ତର ରାସ୍ତା ପରିଷ୍କାର ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ବୈଷୟିକ କ୍ଷେତ୍ରରେ ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ଧନ ପାଇବାର ରାସ୍ତା ଖୋଲିଯିବ। ନୂତନ ବସ୍ତୁ କ୍ରୟ କରିପାରିବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!