ମେଷ:-ସରକାରୀ ସାହାଯ୍ୟ ମିଳିପାରେ। ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ। କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ ଓ ସ୍ଥାନାନ୍ତର ପାଇଁ ଚେଷ୍ଟାକଲେ ସଫଳ ହୋଇ ପାରନ୍ତି। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ପ୍ରଶଂସିତ ହେବା ସହ ଉଚ୍ଚ ସମ୍ମାନ ପାଇବେ। ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। ରାଜନୈତିକ କ୍ଷେତ୍ରରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି। ପ୍ରତିକାର- ନାଲି ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
ବୃଷ:-ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ। ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। କର୍ମକ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ମିଥୁନ:-ବ୍ୟବସାୟରେ ସଫଳତା ଅର୍ଜନ କରିବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଦୂର ବା ନିକଟକୁ ଯାତ୍ରାକରି ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ। ଧୈର୍ଯ୍ୟ ସହନ ଶୀଳତା ଯୋଗେ ଯଶ ମିଳିବ। ଯେକୌଣସି ଯନ୍ତ୍ରଚାଳନା, ଯାନବାହନ ଓ ଜଙ୍ଗଲ ବିପଦ ସଙ୍କୁଳ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଲାଭବାନ ହୋଇପାରନ୍ତି। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-ବ୍ୟାପାର ଓ କାରବାରରେ ସୁଧାର ଆସିବ। ଧର୍ମକ୍ଷେତ୍ରପ୍ରତି ମନ ବଳାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ। ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ଯୋଗେ ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ଶତୃମାନେ ଦୂରେଇଯିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅଧିକ ଲାଭ ମିଳିପାରେ। ପ୍ରେମିକ ପ୍ରେମିକାମାନେ ପରିଜନ ଓ ସାଧୁଜନପ୍ରିୟ ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବା ଫଳରେ ଉଚ୍ଚଆଶା ସଫଳ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କନ୍ୟା:-ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ସନ୍ତୋଷ ଦେଖାଦେବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ। ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। ନେଇଥିବା ଲୋକ କିମ୍ବା ଦେଉନଥିବା ଲୋକଠାରୁ କିଛି ଅର୍ଥ ଆଦାୟହେବ। ରାଜନୀତି କାର୍ଯ୍ୟରେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଅଏସ୍ ଆରାମ ସୁଖ-ସନ୍ତୁଷ୍ଟି ପାଇବାରେ ବାଧା କିଛି ନାହିଁ। ଅତି ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ଠାରୁ ଆର୍ଥିକ ସାହାଯ୍ୟ ମିଳିବ। କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ବରଂ ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବେ। ଛାତ୍ରଛାତ୍ରୀ ମାନେ ସାଙ୍ଗମେଳ ହୋଇ ମୌଜ ମଜଲିଶ୍ ରେ ବ୍ୟସ୍ତ ରହିବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-କର୍ମ କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିବ। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟ ଭଲରେ ଚାଲିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ଧୈର୍ଯ୍ୟ ଓ ସଂଯମତା ରଖି ଦୁଃଖୀ ଲୋକଙ୍କୁ ସାହାର୍ଯ୍ୟ କରିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
ମକର:-ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଛାତ୍ରଛାତ୍ରୀ ମାନଙ୍କର ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳ ହେବା ଫଳରେ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରେମିକ ପ୍ରେମିକା ମାନଙ୍କର ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ରାଜନୀତି କ୍ଷେତ୍ରରେ ସହକର୍ମୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କୁମ୍ଭ:-କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବା ସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ଧୈର୍ଯ୍ୟ ଓ ସହନ ଶୀଳତା ଯୋଗେ ଯଶ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ସହକର୍ମୀମାନେ ଓ ଉଚ୍ଚାଧିକାରି କର୍ମକ୍ଷେତ୍ରରେ ସହଯୋଗ କରିବା ଫଳରେ ବିପଦ ସଙ୍କୁଳ ଟଳିଯିବ। ପାରିବାରିକ କ୍ଷେତ୍ରରେ ଶୁଭକର୍ମ ସମ୍ପାଦନ କରିବା ଦ୍ଵାରା ସନ୍ତୋଷ ଦେଖାଦେବ। ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ। ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ରାଜନୈତିକ କ୍ଷେତ୍ରରେ ପରିଶ୍ରମର ଉଚିତ୍ ମୂଲ୍ୟ ଫେରି ପାଇବେ। ପ୍ରତିକାର- ହଳଦୀଚନ୍ଦନ ଘୋରି ଧାରଣ କରନ୍ତୁ।