ଦୈନିକ ରାଶିଫଳ: 26 ଅଗଷ୍ଟ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମଚାରୀ ମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ।କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ।ସନ୍ତାନ ଯୋଗେ ଚିନ୍ତିତ ରହିବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧ ହେବେ। ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବା ସହ ଗୃହବାହାନ ପ୍ରାପ୍ତି ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ। ସ୍ଥଗିତ ଥିବା ଧନ ମିଳିଯିବ। ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତିକୁ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ। କର୍ମଜୀବି ମାନଙ୍କୁ ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବାସହ କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବ। ପାରିବାରିକ ତିକ୍ତତା ଦୂରହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ। ଜନ ସେବାରେ ନିଜକୁ ନିୟୋଜିତ କରିବେ। କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ଗୃହୋପକରଣ କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତୃମାନେ ପରାଜିତ ହେବେ। ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ। ବିରୋଧିମାନେ ଦୂରେଇ ଯିବେ। ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ। ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ। ପଡୋଶୀ ଏବଂ କୁଟୁମ୍ବଙ୍କ ସହ କଳିତକରାଳ ଥିଲେ ମେଣ୍ଟିଯିବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ଧନୁ:-ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ ଓ ଶତ୍ରୁମାନେ ମଥାନତ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଦୁଃଶ୍ଚିନ୍ତା ଦୂର ହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ବିଦ୍ୟାରେ ଉନ୍ନତିହେବା ସହ ଆଶାଜନକ ଫଳ ପ୍ରାପ୍ତିହେବ। ଯାତ୍ରାଫଳରେ ଉତ୍ସାହିତ ହେବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମକର:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ। ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ। କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମୀନ:-ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ଅଚାନକ ଧନ ପ୍ରାପ୍ତି ହୋଇ ସ୍ଥଗିତଥିବା କର୍ମଟି ପୂରଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ଦୂରଯାତ୍ରାରେ ସଫଳତା ପାଇବେ ଓ ପ୍ରିୟଜନଙ୍କ ସହ ମିଳନ ହେବ। ଆୟ ବୃଦ୍ଧି ହେବା ଫଳରେ ଆର୍ଥିକ ଉନ୍ନତି ହେବ। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!