ମେଷ:-ଟଙ୍କାର ଆବଶ୍ୟକତା ପୂରଣ ହେବ। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ନୂତନ ବ୍ୟବସାୟ ଆରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସହଜରେ ମିଳିଯିବ ଓ ସୁଝିବା ପାଇଁ ସହଜ ହେବ। ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା। ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ଆନନ୍ଦିତହେବେ। କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ। ଆୟବୃଦ୍ଧି, ଋଣମୁକ୍ତି, କର୍ମକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ। ଭାଗୀଦାରୀ ବ୍ୟବସାୟ ଓ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ମିଥୁନ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ପ୍ରାପ୍ତିହେବ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟିଯିବ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ସନ୍ତାନ ଯୋଗେ ଚିନ୍ତିତ ରହିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ। ସ୍ଥଗିତଥିବା କର୍ମଟି ପୂରଣ ହେବ। କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ। ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବା ସହ ଦୂରଯାତ୍ରାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଶତୃମାନଙ୍କୁ ମୁକାବିଲା କରିପାରିବେ ଓ ପୁରୁଣା ରୋଗରୁ ଉପଶମ ପାଇ ସ୍ୱାସ୍ଥ୍ୟ ଉତ୍ତମ ରହିବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ସୁନାମ ଅର୍ଜନ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
କନ୍ୟା:-ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ। କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ। ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ। ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ। ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବିବେକ ବଳରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ସହକର୍ମୀ ଓ ଅଧସ୍ତନ କର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଅନ୍ୟର ଉପକାର କରି ପ୍ରଶଂସିତ ହେବେ। ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସାମାଜିକ ସ୍ତରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ରାଜନୀତି କ୍ଷେତ୍ରରେ କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା ବ୍ୟକ୍ତିରୁପେ ପ୍ରଶଂସା ପାଇବେ। ବନ୍ଧୁ ମିତ୍ରଙ୍କ ଆଗମନ ଓ ସହଯୋଗରେ ଆଶାତୀତ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ନୂତନ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ। ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ। ହରାଇଥିବା ଧନ ପ୍ରାପ୍ତି ହେବ। ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ। ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ପ୍ରବଳ ଶତୃମାନେ ଦୁର୍ବଳ ହେବେ। ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ। ନୂତନ କର୍ମ ଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ। ଛାତ୍ରଛାତ୍ରୀ ମାନଙ୍କର ପରିଶ୍ରମ ଓ ମେହନତର ପରିଣାମ ସ୍ୱରୂପ ନୂଆ ଜ୍ଞାନର ବୃଦ୍ଧି ହେବ। ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।