ଦୈନିକ ରାଶିଫଳ: 26 ଅପ୍ରେଲ 2025, ଶନିଦେବଙ୍କ କୃପାରୁ ଆଜି ଏହି 3 ରାଶିଙ୍କୁ ମିଳିବ କର୍ମରେ ସଫଳତା

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ସୁଚାରୁରୂପେ ଚଳେଇ ପାରିବେ। ବ୍ୟବସାୟ ପ୍ରସାର ପ୍ରଚାର ଫଳରେ ବିଶେଷ ଲାଭବାନ୍ ହେବେ। ପିଲାମାନଙ୍କ କାର୍ଯ୍ୟରେ ଉନ୍ନତି ହେବ। ଘରର କେହି ଉନ୍ନତିର ବିଶେଷ ସ୍ତରକୁ ଉଠିଯିବା ଫଳରେ ଗଠନ ମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ଅଭାବ-ଅନାଟନ ଦୂର ହୋଇ ସ୍ଥିତି ସନ୍ତୋଷ ପ୍ରଦ ହେବ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। ଲୋକ ସମ୍ପର୍କ ଆତ୍ମ ସନ୍ତୋଷ ବଢେଇବ। ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପ୍ରେମିକ ପ୍ରେମିକାମାନେ ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ହେବାସହ ପରୀକ୍ଷା, ପରିଣାମ ଅନୁକୂଳ ହେବ। ରାଜନୀତି କ୍ଷେତ୍ରରେ ସୃଜନଶୀଳ ଚିନ୍ତାଧାରା ଏବଂ ପରାମର୍ଶ ଗୁଡିକ ପ୍ରଶଂସିତ ହେବ। ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ କିଛି ଆଦାୟ ହୋଇ ନାନାପ୍ରକାର ସୁବିଧା ସୁଯୋଗ ମିଳିବ। ଆର୍ଥିକ ଚିନ୍ତା ଦୁରହେବାସହ ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହୋଇ ମାନସିକ ଶାନ୍ତିମିଳିବ। ଆୟର ନୂତନ ଉତ୍ସ ସୃଷ୍ଟି ହୋଇପାରିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

କର୍କଟ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ। ଅଚାନକ ଯାତ୍ରା ଫଳରେ ବିଶେଷ ଉପକୃତ ହେବେ। କର୍ମଚାରୀ ମାନଙ୍କୁ ଭରସା କଲେ ମାନସିକ ଦୁଶ୍ଚିନ୍ତା, ଋଣଭାର, ଶତ୍ରୁବାଧା ଦୂରେଇ ଯିବ। ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।

ସିଂହ:-ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସୃଜନଶୀଳ କାର୍ଯ୍ୟରେ ସଫଳତା ପାଇବେ ଓ ପରିବାର ସହିତ ସମୟ ଅତିବାହିତ କରିବା ଜରୁରୀ। ବିଶେଷ ଧୈର୍ଯ୍ୟର ସହ ପରିଶ୍ରମୀ ନ ହେଲେ ବ୍ୟବସାୟକୁ ରକ୍ଷା କରିବା କଷ୍ଟକର ହେବ। ପୁରୁଣାରୋଗର ପ୍ରକୋପ ବୃଦ୍ଧି ପାଇବା ସହ ଶତୃମାନେ ପୁନରାୟ ପଛରେ ଲାଗି ଯାଇ ପାରନ୍ତି। ଅଯଥାଧନ ଖର୍ଚ୍ଚହୋଇଯିବା ଫଳରେ ବିରକ୍ତିସ୍ୱଭାବ ପ୍ରକାଶପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସକଳ କାର୍ଯ୍ୟରେ ସଫଳତା ମିଳିବାସହ ଉଚ୍ଚଆଶା ପୂରଣ ହୋଇପାରେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ପରିବାରରେ ଓ କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟର ଦାୟିତ୍ୱ ନେଇ ପ୍ରଶଂସା ପାଇବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇ ଉତ୍ତମ ରୋଜଗାର କରିପାରିବେ। ବିଦ୍ୟାର୍ଥିମାନେ ଉଚ୍ଚଶିକ୍ଷା ପାଇଁ ଚେଷ୍ଟିତ ହେବେ। ପ୍ରେମିକ ପ୍ରେମିକାମାନେ ନିଜର ମନକଥା ଖୋଲା ହୃଦୟରେ କଥା ହୋଇପାରିବେ। କୌଣସି କାରଣ ନଥାଇ ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ। ଅତ୍ୟଧିକ କାର୍ଯ୍ୟଚାପ ଯୋଗୁ ମନ ଅଶାନ୍ତି ରହି ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ। କର୍ମକ୍ଷେତ୍ରରେ ଆପଣଙ୍କ କାର୍ଯ୍ୟକୁ ଖରାପ କରିବାର ସମ୍ଭାବନା ଅଛି। ଧୈର୍ଯ୍ୟ ଓ ସାହସଦ୍ଵାରା ଶତ୍ରୁମାନଙ୍କଠାରୁ କାର୍ଯ୍ୟ ହାସଲ କରିପାରିବେ। ବନ୍ଧୁଙ୍କଠାରୁ ଅଳ୍ପରେ ସନ୍ତୁଷ୍ଟ ନହୋଇ ଅଧିକ ଆଶା କରିବା ଅନୁଚିତ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ। ଆକସ୍ମିକ ଧନ ପାଇବାର ସମ୍ଭାବନା ଅଛି। ଯଦି ଆପଣ ଚାକିରି ବଦଳାଇବାକୁ ଚାହୁଁଛନ୍ତି ତେବେ ଏହି ଦିନଟି ବହୁତ ଭଲ। ଉପରିସ୍ଥ ଅଧିକାରୀଙ୍କ ସହିତ ଆପଣଙ୍କର ସମ୍ପର୍କ ବହୁତ ଭଲ ରହିବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରତିକାର-ପାଣିରେ କିଛି ଗୋଟାଲୁଣ ପକାଇ ଘରକୁ ପୋଛନ୍ତୁ।

କୁମ୍ଭ:-କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। ବାଦବିବାଦ ମାଲିମକଦ୍ଦମାର ସମ୍ମୁଖୀନ ହୋଇ ପାରନ୍ତି। ସତର୍କତା ଅବଲମ୍ବନ ନକଲେ ମାନସମ୍ମାନ ହାନୀହେବାର ବିଶେଷ ସମ୍ଭାବନା ଅଛି। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଆଶା ଆକାଂକ୍ଷା ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଆମଦାନୀ ଓ ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ। ଦୂରଯାତ୍ରାର ସୁଯୋଗ ପାଇବେ ଓ ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!