ଦୈନିକ ରାଶିଫଳ: 26 ଏପ୍ରିଲ 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ଅଧସ୍ତନ କର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ସନ୍ତାନ ସୁଖରେ ସୁଖୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସରକାରୀ କାମରେ ସଫଳତା ମିଳିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ର ଆଭୂଷଣ ଆଦି ଲାଭହେବ। ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ଥିବା ସମସ୍ୟାର ସମାଧାନ ହେବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ। ନୂତନ କାମ ଆରମ୍ଭ କରିପାରିବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ ଓ ଆଶାଆକାଂକ୍ଷା, ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ ସୁଖ ଶାନ୍ତିରେ ଦିନଟି କାଟିପାରିବେ। ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରି ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। କର୍ମକ୍ଷେତ୍ରରେ କୌଣସି ଆଶ୍ଚର୍ଯ୍ୟ ଜନକ କଥା ଶୁଣି ଚକିତ ହେବେ। ପ୍ରେମପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ଓ ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ଵେ ଆୟ ବଢିବାସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଅଧିକାରୀଙ୍କ ଠାରୁ ସହଯୋଗ ମିଳିବା ଫଳରେ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ଓ କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ। ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ। ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରାପାଇଁ ଯୋଗା ଯୋଗ କରି ପାରନ୍ତି। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବାସହ ଋଣ ଭରଣାରେ ସହଜ ହେବ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ପୁରାତନ ରୋଗରୁ ଉପଶମ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଅଧ୍ୟୟନ, ଅନୁସନ୍ଧାନ, ଧ୍ୟାନ, ପ୍ରାର୍ଥନା ଆଦି ପାଇଁ ସମୟ ଉପଯୁକ୍ତ ଅଟେ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। କଠିନ ପରିଶ୍ରମ କରି ନିଜର ପତିଆରା ବଜାୟ ରଖିବେ। ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି। ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ। ଦୂରଯାତ୍ରା କରିଲେ କଷ୍ଟ ସହିବାକୁ ପଡିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶତୃମାନେ ଦୂରେଇ ଯିବେ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଶିକ୍ଷାର୍ଥୀ ମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ।ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ଜାଗାଜମି, ଯାନବାହାନ, ସମ୍ପତ୍ତିଆଦି କ୍ରୟବିକ୍ରୟ କରିପାରିବେ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେଇ ଆଗେଇବେ। ରାଜନୀତି କ୍ଷେତ୍ରରେ ସହଯୋଗୀ ବା ଭାଇଭଳି ଚଳୁଥିବା ବ୍ୟକ୍ତିମାନେ ପୂର୍ଣ୍ଣ ସହଯୋଗ କରିବେ। ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କୁମ୍ଭ:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତିହେବ। ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ଅର୍ଥର ସମ୍ୟକ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ମାନ ସମ୍ମାନ, ପ୍ରତିଷ୍ଠା ପ୍ରତ୍ତିପତି ଅକ୍ଷୁର୍ଣ୍ଣ ରହିବ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ। ଧର୍ମକାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି। ମିତ୍ର ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେଇ ପାରନ୍ତି। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାଲିମୋକଦ୍ଦମାରେ ଜିତିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!