ମେଷ:-ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଜାଗାଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରିପାରିବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।
ବୃଷ:-ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ସୁଧୁରିଯାଇ ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
ମିଥୁନ:-ସନ୍ତାନ ମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଛାତ୍ର-ଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
କର୍କଟ:-ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତିକରି ପାରିବେ ନାହିଁ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ଅଧ୍ୟୟନ ପାଇଁ ତତ୍ପର ହେବେ କିନ୍ତୁ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶା ଜନକ ଫଳ ପ୍ରାପ୍ତି ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
କନ୍ୟା:-ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବାସହ ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ଓ ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମାନସିକସ୍ଥିତି ଭଲ ରହିବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ତୁଳା:-ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ। ଅଫିସରେ ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। ପଢ଼ାପଢ଼ିରେ ମନଯୋଗଦେଲେ ବିଦ୍ୟାରେ ଉନ୍ନତି ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। ସାମାଜିକ କାମରେ ପ୍ରଶଂସା ମିଳିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ ଭଲ ହେବ। ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖି ପାରନ୍ତି। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। କର୍ମମୁଖରତା ଯୋଗେ ଇଛାକରି କେତେକକାର୍ଯ୍ୟ ଅଧାରେ ଅଟକି ଯାଇପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ ଓ ଆର୍ଥିକ ସ୍ଥିତି ଉତ୍ତମ ରହିବ। ଅଧା ଅଧୁରା କାର୍ଯ୍ୟ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ। ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହୋଇ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ଓ କ୍ଷାତି ବଢିବ। କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ଦାୟିତ୍ଵ ବଢିବା ସହ କିଛି ଅସମ୍ଭବ ହେବ ନାହିଁ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କୁମ୍ଭ:-ବ୍ୟବସାୟ କ୍ଷେତ୍ରରେ ମନ ଲଗେଇ କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ। ଆର୍ଥିକସ୍ଥିତି ଭଲ ରହିବ। ପରିବାରରେ କଠିନ ପରିଶ୍ରମ କଲେ ସମସ୍ତ ଆଶା ପୂରଣ ହେବ। ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ। ଅଫିସରେ ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ। ନୂତନ ଦ୍ରବ୍ୟ କ୍ରୟ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ପାରିବାରିକ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବାଣିଜ୍ୟ ଓ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ। ପୂର୍ବରୁ ଭଲ ସମ୍ପର୍କ ଥିବା ବ୍ୟକ୍ତିମାନେ ଆପଣଙ୍କ ଉନ୍ନତିରେ ଈର୍ଷାପରାୟଣ ହୋଇ ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି କରି ପାରନ୍ତି। କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର। କାର୍ଯ୍ୟ ପୁରଣରେ ସଂଘର୍ଷ ଦ୍ଵାରା ସଫଳତା ମିଳିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।