ଦୈନିକ ରାଶିଫଳ: 26 ଜୁଲାଇ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କାର୍ଯ୍ୟ କ୍ଷେତ୍ରରେ ସଫଳତା ଲାଭ କରିବା ସହ ପଦୋନ୍ନତି ପାଇ ପାରନ୍ତି। ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି ତିଷ୍ଠି ପାରିବେ। କ୍ରୀଡ଼ା, ବାଣିଜ୍ୟ, କଳା, ସଂସ୍କୃତି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ ଓ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ଆସିବ। କୋର୍ଟ କଚେରୀ ମାମଲାରେ ଜୟଯୁକ୍ତ ହେବେ। ଦୂରସ୍ଥାନକୁ ଯାତ୍ରା କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବିଦ୍ୟାର୍ଥୀଙ୍କୁ ପ୍ରତିଯୋଗିତାରେ ସଫଳତା ମିଳିବା ସହ ମାନସିକଶାନ୍ତି ଅନୁଭବ କରିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ବ୍ୟବସାୟରେ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ରାଜନୀତିରେ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ଭୂମି, ଭବନ ଓ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ଯୁବକ ଯୁବତୀମାନେ ଉପଯୁକ୍ତ ବିଭାଗରେ କର୍ମ ନିଯୁକ୍ତି ପାଇବେ। ଅଧିକାରୀ କାମରେ ପ୍ରସନ୍ନ ରହିବେ। ବିଦେଶ ଯାତ୍ରାରେ ଲାଭବାନ ହେବେ। ବାଦବିବାଦ, ମାଲିମୋକଦ୍ଦମା, ଉଚ୍ଚଶିକ୍ଷା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ବାଧ୍ୟ ହେବେ। ରାଜନୈତିକ କ୍ଷେତ୍ରରେ ପଦପଦବୀ ଲାଭ ହେବ। ଅଚାନକ ଧନପ୍ରାପ୍ତି ହେବ ଓ ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ଖୁସି ରହିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।

କର୍କଟ:-ଆଶା କରୁଥିବା କାର୍ଯ୍ୟ ସହଜ ସରଳରେ ସମାଧାନ ହୋଇଯିବ। ଲୋକସମ୍ପର୍କ ବୃଦ୍ଧି ପାଇବା ଫଳରେ ଅନେକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ। ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ। ଆୟ ତୁଳନାରେ ବ୍ୟୟ ମଧ୍ୟ ସମାନ ରହିବ। ବ୍ୟବସାୟରେ ଉତ୍ତମ ରୋଜଗାର ହେଲେ ମଧ୍ୟ କିଛି ଜିନିଷର କ୍ଷତି ହୋଇପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ଆଶା କରିଥିବା କାର୍ଯ୍ୟ ପୁରଣ କରି ପାରିବେ। ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବା ସହ ଆଶୀର୍ବାଦ ମିଳିବ। ଆତ୍ମବିଶ୍ଵାସରେ ବୃଦ୍ଧି ହେବ। ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଅଧିକ ଲାଭ ପାଇବେ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ବ୍ୟବସାୟିକ କ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଲାଭ ମିଳିବ। ଧାର୍ମିକ ଅନୁଷ୍ଠାନରେ ଯୋଗ ଦେଇ ଶୁଭ ଫଳ ପାଇବେ। ଜାଗା ଜମି କ୍ରୟ ବିକ୍ରୟ କରିବାର ଉପଯୁକ୍ତ ସମୟ। କର୍ମକ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବା ସହ ଦଇତ୍ଵ ବଢିଯିବ। ରାଜନିତୀ କ୍ଷେତ୍ରରେ ସଫଳତା ସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ନୂଆ ନିଯୁକ୍ତି ପାଇବା ସହ ଆକସ୍ମିକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ବ୍ୟବସାୟ କ୍ଷେତ୍ରରେ ବଢେଇବାର ସୁଯୋଗ ମିଳିବା ଫଳରେ ଉତ୍ସାହିତ ହେବେ। ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ସରକାରୀ କର୍ମଚାରୀମାନେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟିରେ ରହିବେ। ଧାର୍ମିକ କାର୍ଯ୍ୟରେ ଯୋଗଦେଇ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବଜାୟ ରଖିବେ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ଚେଷ୍ଟା କଲେ କର୍ମ ନିଯୁକ୍ତିରେ ସଫଳ ହେବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବାସହ ଅଚାନକ ଧନ ପ୍ରାପ୍ତି ହେବ। ବ୍ୟବସାୟରେ ଅଧିକ ଲାଭ ପାଇବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। ପ୍ରେମସମ୍ପର୍କ ବିବାହରେ ପରିଣତ ହୋଇପାରେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା, ଓ ସାକ୍ଷାତ୍କାରରେ ବିଜୟୀ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-କର୍ମକ୍ଷେତ୍ରରେ ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ। ପାରିବାରିକ ଜୀବନରେ ଗୁରୁଜନ ସନ୍ତୁଷ୍ଟ ରହିବେ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ବ୍ୟବସାୟୀକ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଶାରିରୀକ ସୁସ୍ଥତା ଅନୁଭବ କରିବା ସହ ଶତୃମାନେ ପରାଜିତ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ବୃଦ୍ଧିହେବା ସହ ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। କର୍ମଚାରୀ ମାନଙ୍କର ଅତ୍ୟଧିକ କାର୍ଯ୍ୟଚାପ ହେତୁ ଚିନ୍ତିତ ରହିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କୁମ୍ଭ:-ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ବ୍ୟବସାୟ ସଂସ୍ଥାନ, ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟ ଦାୟକ ହେବ। କର୍ମକ୍ଷେତ୍ରରେ ପଦୋନ୍ନତି ପାଇବା ସହ ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ଚାକିରୀରେ ସୁଯୋଗ ହାତଛଡା ହେବାର ନାହିଁ। ସମସ୍ତ ପ୍ରକାର ବ୍ୟବସାୟରେ ପ୍ରଚୁର ଲାଭ ହେବ। ରାଜନୈତିକ କ୍ଷେତ୍ରରେ ଉଚ୍ଚ ପଦ ପଦବୀରେ ପ୍ରତିଷ୍ଠିତ ହେବେ। ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ। ଦୂରଯାତ୍ରା କଷ୍ଟକର ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!