ଦୈନିକ ରାଶିଫଳ: 26 ଡିସେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ବ୍ୟବସାୟରେ ଲାଭବାନ ହେବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଶିଳ୍ପ, ବାଣିଜ୍ୟ, ପ୍ରଶାସନ କ୍ଷେତ୍ରରେ କର୍ମରତ ଥିବା ବ୍ୟକ୍ତିମାନେ ସମସ୍ୟାକୁ ସୁଧାରି ନବା ଫଳରେ କର୍ମକ୍ଷେତ୍ର ସୁଦୃଢ଼ ହେବ। ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବିରୋଧୀମାନେ କ୍ଷତି କରିବାରେ ଅସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ନୁତନ କାର୍ଯ୍ୟ ନିର୍ଦ୍ୱୋନ୍ଦରେ ଆଗେଇ ନେବେ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ଓ ପରିସ୍ଥିତିରେ ଉନ୍ନତି ଘଟିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସାମାଜିକ ପତିଆରା ଅମଳିନ ରହିବ। ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ।ପଢାପଢିରେ ମାନସିକ ଶାନ୍ତି ମିଳିବ। ଧର୍ମ କାର୍ଯ୍ୟରେ ମନ ବଳେଇ ଦେବଦର୍ଶନ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦବିବାଦ, ପ୍ରତିଦ୍ଵନ୍ଦିତା କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

କର୍କଟ:-ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ସାମାଜିକ ପତିଆରା ଅମଳିନ ରହିବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କରେ ରହିବା ଯୋଗେ ପାରିବାରିକ ଜୀବନରେ ଶାନ୍ତିପୂର୍ଣ୍ଣ ରହିବ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସରକାରୀ କାମରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ଶିକ୍ଷା କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ। ବନ୍ଧୁ ବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ମିଷ୍ଟାନ ଭୋଜନ ପ୍ରାପ୍ତି ହେବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ ଓ ଶୁଭ ସମ୍ବାଦ ପାଇ ଖୁସିହେବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। ରାଜନୀତି କ୍ଷେତ୍ରରେ ଉନ୍ନତି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ। କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହୋଇ ପାରେ। ପିଲାଙ୍କ ପାଠ ପଢା ସମସ୍ୟା ନେଇ ମନ ଅସ୍ଥିର ରହିବ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ରାଜନୀତି କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ବରଂ ନିଜର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ। କର୍ମଚାରୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ପାରିବାରିକ କ୍ଷେତ୍ରରେ ନୈରାଶ୍ୟ, ଅର୍ଥାଭାବ ଓ ଦୁଃସମ୍ବାଦ ପ୍ରାପ୍ତି ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆସ୍ୱସ୍ତି ଲାଭ କରିବେ। ରାଜନୀତି କ୍ଷେତ୍ରରେ ଯଶଲାଭ, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବ୍ୟବସାୟୀ ମାନଙ୍କର କାରବାର ବଢ଼ିବା ସହ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସତର୍କ ନହେଲେ ଦାମ୍ପତ୍ୟ ସୁଖରେ ଅପ୍ରିତିକର ପରିସ୍ଥିତି ଦେଖାଦେଇ ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସନ୍ତାନଙ୍କ ଶୁଭ ସମ୍ବାଦପାଇ ଖୁସି ହେବେ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ।କର୍ମକ୍ଷେତ୍ରରେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ପରିବାରରେ ମାନ ମନାନ୍ତର ଦୂର ହେବ। କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବା ସହ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!