ଦୈନିକ ରାଶିଫଳ: 26 ନଭେମ୍ବର 2023, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ ପତିଆରା ଅମଳିନ ରହିବ। ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଛାତ୍ରଛାତ୍ରୀମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟୀମାନେ ଧୈର୍ଯ୍ୟ ଓ ସଂଯମତା ରଖିବା ଆବଶ୍ୟକ ନତୁବା ଅଧିକ ଫାଇଦା ଉଠାଇବା ଚକ୍କରରେ ବ୍ୟୟ ଅଧିକ ହୋଇଯିବ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ପାଇବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା କରୁଥିବା ଈର୍ଷାପରାୟଣ ବ୍ୟକ୍ତିମାନେ ଲଜ୍ଜିତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଶତୃମାନେ ମଥାନତ କରିବେ। ସାମାଜିକ ସ୍ତରରେ ସମ୍ମାନଲାଭ କରିବେ। ପରିବହନରେ ବିଶେଷ ଲାଭବାନ ହେବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ। ଆର୍ଥୀକ ଉନ୍ନତି ଘଟିବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପନେବେ। ପୁରାତନ ରୋଗର ଉପସମ ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-କର୍ତ୍ତବ୍ୟ ନିଷ୍ଠାରୁ ଯଶପ୍ରଶଂସାର ଅଧିକାରି ହେବେ। ଭାତୃ ବିବାଦ, ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଗୃହୋପକରଣ କ୍ରୟ କରିବେ। ରାଜନୀତିରେ ସଫଳତା ମିଳିବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ପଡୋଶୀମାନେ ସ୍ଵାର୍ଥ ହାସଲ କରିବା ପାଇଁ ବାକ୍ ଚତୁରୀ କଥା କହି କାର୍ଯ୍ୟ ପୂରଣ କରିବେ। ବହୁତ ଦିନରୁ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇ ଯିବ। ବିଦ୍ୟା କ୍ଷେତ୍ରରେ ମନ ଲାଗିବ। ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ। ସାଧୁ ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ଶତୃମାନେ ପରାଜିତ ହେବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବା ଫଳରେ ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ଧନଲାଭ ହେବାରୁ ଖୁସି ହେବେ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ଶୁଭ ସମ୍ବାଦ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭ ପାଇବେ ଓ ବକେୟା ଅର୍ଥ ଆଦାୟ ହେବ। ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ ଓ ବିରୋଧୀମାନେ ପରାସ୍ତ ହେବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ପାରିବାରିକ ଜୀବନରେ ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ।

ଧନୁ:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ବ୍ୟବସାୟରେ ଲାଭ ପ୍ରାପ୍ତି ହେବା ସହ ଖର୍ଚ୍ଚ ତୁଳନାରେ ଆୟ ବହୁତ ହେବ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମକର:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଉଚ୍ଚ ଶିକ୍ଷା ପାଇଁ ଚେଷ୍ଟା ଜାରି ରଖିବେ। ପ୍ରେମକ୍ଷେତ୍ରରେ କ୍ରୋଧ ନିୟନ୍ତ୍ରଣ ନକଲେ ବିପଦରେ ପଡି ପାରନ୍ତି। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପାରିବାରିକ ଜୀବନରେ କୌଣସି ବିଶୃଙ୍ଖଳା ଦେଖାଦେଇପାରେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସରକାରୀ କର୍ମଚାରୀ ମାନଙ୍କର କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା ସମାଧାନ ହୋଇ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଯୋଗଦେଇ ଶୁଭ ସୂଚନା ପାଇବେ। ମାନସିକ ଅସ୍ଥିରତା ଓ ଶାରିରୀକ ଅସୁସ୍ଥତା ଦୂରେଇ ଯିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ଓ ଲାଭବାନ୍ ହେବେ। ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ବହୁ ସୁବିଧା ସୁଯୋଗ ପାଇବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବା ସହ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!