ମେଷ:-ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ। ବ୍ୟୟ ଅପେକ୍ଷା ଆୟ ଅଧିକ ହେବ ଓ ନୂତନ ସଂସ୍ଥାର ଆୟୋଜନ କରିବେ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟବସାୟରେ ସଫଳତା ଅର୍ଜନ କରିବେ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ବୃଷ:-ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କରିବେ ଓ ସଫଳତା ପ୍ରାପ୍ତି ହେବ। ରାଜନୀତିରେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ପାଦ ପୀଡା ସହ ଦୈନିକ କାର୍ଯ୍ୟରେ ବ୍ୟବଧାନ ଉତ୍ପନ୍ନ ହୋଇପାରେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ସଙ୍ଗୀତ ଓ କଳାରେ ସୁନାମ ଅର୍ଜନ କରିବେ। ଦୂରେଇ ଯାଇଥିବା ବନ୍ଧୁମାନେ ଅତି ଆପଣାର ହେବେ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
କର୍କଟ:-ସନ୍ତାନ-ସନ୍ତତିଙ୍କ ଦିଗରୁ ସୁସମ୍ବାଦ ପାଇ ଆନନ୍ଦିତ ହେବେ। ବିବାଦୀୟ ଓ ସ୍ୱାସ୍ଥ୍ୟଗତ ସମସ୍ୟାର ସମାଧାନ ହୋଇଯିବ। ଧାର୍ମିକ କାର୍ଯ୍ୟରେ ଲିପ୍ତ ରହିଲେ ସମସ୍ତ କ୍ଷେତ୍ରରେ ରକ୍ଷା ପାଇବେ। ପାରିବାରିକ କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଅନିଶ୍ଚିତ ଆୟ ଉପାର୍ଜ୍ଜନ କରିବେ ଓ ଅଭାବ ଅନାଟନ ଦୂରେଇ ଯିବ। ପ୍ରତିକାର:- କଦଳୀଗଛ ମୂଳରେ ଗୁଡ଼ଟିକେ ଥୋଇ ଦିଅନ୍ତୁ।
ସିଂହ:-ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ଏବଂ ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ବ୍ୟବସାୟରେ ଉନ୍ନତି, ଆର୍ଥିକ ସ୍ଥିତିରେ ବୃଦ୍ଧି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କନ୍ୟା:-ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ। କ୍ୟାରିୟରକୁ ନେଇ ମନ ଖୁସି ରହିବ। ସନ୍ତାନ ମାନଙ୍କ ବିଷୟରେ ଶୁଭ ସମାଚାର ଶୁଣିବେ। ବନ୍ଧୁ ମିତ୍ରଙ୍କର ସମ୍ପୂର୍ଣ୍ଣ ସହଯୋଗ ପାଇ ଶାନ୍ତିଭାବରେ କାମ ପୂରଣ ହେବ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା, ସମାଧାନ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ଛାତ୍ରଛାତ୍ରୀ ମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ଇଲୋକଟ୍ରୋନିକ୍ସମିଡିଆ ଓ ପ୍ରିଣ୍ଟ ମିଡିଆର ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବା ଫଳରେ ପଦପଦବୀ ଲାଭ ହୋଇ ପାରେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।
ବିଚ୍ଛା:-ଶତ୍ରୁବାଧା ଦୂରେଇ ଯିବ ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠା ପ୍ରତିପତ୍ତିରେ ବୃଦ୍ଧି ହେବ। ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବା ସହ ଋଣ ଭରଣାରେ ସହଜ ହେବ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ କର୍ମକ୍ଷେତ୍ରଟି ସୁଦୃଢ ହେବ। କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ଧନୁ:-ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ସ୍ୱାସ୍ଥ୍ୟ ଭଲ ରହିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ମାଲିମୋକଦ୍ଦମାରେ ଜୟ, ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। କର୍ମକ୍ଷେତ୍ରରେ ସମ୍ମାନ ପ୍ରାପ୍ତି ଓ ସହକର୍ମୀଙ୍କ ସହ ବୁଝାମଣା ଠିକ୍ ରହିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମକର:-ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ। ଧନ ସମ୍ବନ୍ଧିୟ ସମସ୍ୟା ସମାଧାନ ହୋଇଯିବ। ବିଦ୍ୟାର୍ଥୀମାନେ ଅଧ୍ୟୟନ ପ୍ରତି ଆଗ୍ରହୀ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭ ଖବର ଶୁଣି ଗୃହରେ ଶାନ୍ତ ବାତାବରଣ ଦେଖା ଦେବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ଆନନ୍ଦିତ ହେବେ। ବନ୍ଧୁ, ମିତ୍ର ଏବଂ ଭାଇ ଭଉଣୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ଦୂର ଯାତ୍ରା କରି ପାରନ୍ତି। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶୁଖିହେବେ। ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-ଶାରୀରିକ କ୍ଷେତ୍ରରେ ଉନ୍ନତି ହେବ। ବ୍ୟୟ ହ୍ରାସ ପାଇବା ସହ ପ୍ରଚୁର ଅର୍ଥଲାଭ ଯୋଗ ରହିଛି। ସେବାକାରୀ ମାନଙ୍କ ସହଯୋଗରେ ଜନସେବା ଦ୍ଵାରା ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।