ଦୈନିକ ରାଶିଫଳ: 26 ଫେବୃୟାରି 2024, ସୋମବାର, ମହାଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବା ସହ ଆର୍ଥିକ ଚିନ୍ତା ଦୁରହେବ। ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତି କର ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇ ଉନ୍ନତି କରି ପାରିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମିଥୁନ:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ଓ ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ସାମ୍ବାଦିକ ମାନେ ନିଜ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ। ସାମୟିକ ଶାରୀରିକ ପୀଡା ଭୋଗ କରିବେ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:- ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରି ସାଂସାରିକ ଜୀବନ ସୁଖମୟ ହେବ। କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ। ସାମ୍ବାଦିକମାନେ ଶୁଭ ସଂବାଦ ପାଇ ଉତ୍ସାହିତ ହେବେ। କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରି ଆଶା ମୁତାବକ ଫଳ ପାଇବାର ରାସ୍ତା ପରିଷ୍କାର ହୋଇ ଯିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:- କର୍ମରେ ଉନ୍ନତି ସହିତ ସଫଳତା ପ୍ରାପ୍ତି ହେବ। ଶୁଭ ସମ୍ବାଦ ପାଇ ପାରନ୍ତି। କର୍ମ କ୍ଷେତ୍ରରେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ଶାରିରୀକ ସୁସ୍ଥତା ଦେଖା ଦେବ। ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ପ୍ରାପ୍ତିହେବ। ବ୍ୟବସାୟିକ ପରିଣାମ ସନ୍ତୋଷ ଜନକ ହେବ। ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ। ମାନସିକ ଶାନ୍ତି ଅନୁଭବ କରିବେ। ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆଶା ମୁତାବକ ଲାଭବାନ ହେବେ। ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ବେଶ୍ ଆନନ୍ଦ ପାଇବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନଲାଭ ହେବା ସହ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ। ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ବନ୍ଧୁ, ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ। ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ। ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ପ୍ରସ୍ତୁତ ହେବେ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ। ପାରିବାରିକ ଜୀବନ ଆନନ୍ଦରେ କଟିବ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇ ଯିବ। ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ। ବ୍ୟବସାୟ ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଶରୀର ସୁସ୍ଥ ହେବାର ସମ୍ଭାବନା ଅଛି। ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ। ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ବନ୍ଧୁ ମିତ୍ର ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନ ପ୍ରତିଷ୍ଠା ବଢିବ। ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!