ଦୈନିକ ରାଶିଫଳ: 26 ମଇ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ। ନୂତନ କାର୍ଯ୍ୟ ଆରମ୍ଭ କଲେ କ୍ଷତିରେ ପଡିବେ। ରାଜନୀତିରେ ସ୍ଵାର୍ଥରକ୍ଷା ପାଇଁ କଠିନ ପରିଶ୍ରମ କରି ଗୁରୁତ୍ୱ ପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରିବାକୁ ପଡିବ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ ହୋଇ ଆର୍ଥୀକ ଉନ୍ନତି ଘଟିବ। କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ। କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ। ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ମନୋରଞ୍ଜନ କାର୍ଯ୍ୟ କ୍ରମରେ ଯୋଗଦେଇ କଳାସଙ୍ଗୀତ ଓ ନୃତ୍ୟ ଗୀତରେ ମଜ୍ଜି ରହିବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ସହକର୍ମୀଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୈତିକ କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ହରାଇଥିବା ଧନ ପ୍ରାପ୍ତି ହୋଇ ପାରେ। ସ୍ଥଗିତଥିବା କର୍ମଟି ପୂରଣ ହେବ। ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ସହ ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ। ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ସାଧାରଣ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ। ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଥିବାଲୋକ ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ। ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ। ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ। ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ। ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ବନ୍ଧୁ ମିତ୍ରଙ୍କର ସହଯୋଗ ଓ ପ୍ରେରଣା ପାଇ ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। ତୀର୍ଥ ଯାତ୍ରା ଓ ଦେବ ଦର୍ଶନ କରିବେ। ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଘରଠୁ କର୍ମକ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ସମସ୍ତ ଦୁଃଶ୍ଚିନ୍ତା ଦୂର ହେବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ନିଜର ପ୍ରତିଷ୍ଠା ଓ ସୁନାମ ବଢିବା ସହ ଆୟ ମଧ୍ୟ ଉତ୍ତମ ହେବ। ଅଟକି ରହିଥିବା କର୍ମଗୁଡ଼ିକ ସହଜରେ ସମ୍ପାଦନ କରିବେ। ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ମାନସିକସ୍ଥିତି ଭଲ ରହିବା ସହ ଶରୀର ସୁସ୍ଥ ରହିବ। ବନ୍ଧୁଙ୍କ ସାହାଯ୍ୟ କ୍ରମେ ମାଲିମୋକଦ୍ଦମାରେ ବିଜୟୀ ହେବେ। ନିଜ ଗୃହ ସମସ୍ୟା ସଜାଡିବାକୁ ସୁବିଧା ପାଇବେ ଓ ଅଭିଳଷିତ ଜିନିଷ ପାଇବେ। ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ଆଇନ ଅଦାଲତ କ୍ଷେତ୍ରରେ ବିଜୟୀ ହେବେ। ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ। ଚେଷ୍ଟା କଲେ ଜମି, ଜମା ବିବାଦ ମେଣ୍ଟି ଯିବ ଓ ଆକସ୍ମିକ ଧନଲାଭ ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କୁମ୍ଭ:-ଅଫିସ୍ ରେ କିମ୍ବା କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ କାମରେ ସନ୍ତୁଷ୍ଟ ହୋଇ ପାରନ୍ତି। ଆର୍ଥିକ ସ୍ଥିତି ପୂର୍ବପରି ରହିବ, ଯାହାକି ସାମୟିକ ଚିନ୍ତା ଉଦ୍ରେକ କରିପାରେ। ପଡ଼ୋଶୀମାନେ କଅଁଳିଆ କଥା କହି କାର୍ଯ୍ୟ ହାସଲ କରିବାର ଚେଷ୍ଟା କରିବେ। ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣିପାରନ୍ତି। ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ଅସନ୍ତୋଷର ଶରବ୍ୟ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ପରିବାରରେ ଅନେକ ସମସ୍ୟାର ସମାଧାନ ହୋଇ, ହସ ଖୁସିରେ ବାତାବରଣ ଖେଳି ଯିବ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!