ଦୈନିକ ରାଶିଫଳ: 26 ମଇ 2025, ମହାଦେବଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ମାଲି ମୋକଦ୍ଦମାରେ ଆଶାବାଦୀ ହେବେ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ ଓ ଦାମ୍ପତ୍ୟଜୀବନ ସୁଖମୟ ହେବ। ଜାଗାଜମି, ଉଚ୍ଚସ୍ତରୀୟ ବାହନ ଆଦି ଆଜି କ୍ରୟ ନକରିବା ଉଚିତ୍। ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ। ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବା ଫଳରେମାନସିକ ଶାନ୍ତି ମିଳିବ। ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ ବିଜୟୀ ହେବେ। ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରିଯିବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ। ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ବାନ୍ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବାସହ ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ। ସରକାରୀ କାମରେ ସଫଳତା ପାଇବାସହ ବ୍ୟବସାୟରେ ଭଲ ଲାଭ ପାଇବେ। ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବାସହ ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ। ମଉଜ-ମସ୍ତିରେ ସମୟ କଟିପାରେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

ସିଂହ:-କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ ଉନ୍ନତି ହେବାସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ। ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ। ଅପ୍ରାକୃତିକ ନିଷ୍ପତ୍ତି ନେବା ଠାରୁ ଦୂରେଇ ରୁହନ୍ତୁ, ଆପଣ କଠିନ ପରିଶ୍ରମର ଅର୍ଥପୂର୍ଣ୍ଣ ଫଳାଫଳ ପାଇବେ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରି ପାରିବେ। ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ। ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ। ଜ୍ୟୋତିଷ, ତନ୍ତ୍ର-ମନ୍ତ୍ର, ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ। ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ ପ୍ରଶଂସିତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିର ସମସ୍ୟା ସମାଧାନ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରି ପାରନ୍ତି। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ରାଜନୀତି କ୍ଷେତ୍ରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ପ୍ରତିକାର-ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ମାନପ୍ରତିଷ୍ଠା ବଢିବ। ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଉତ୍ତରାଧିକାର ଏବଂ ପୈତୃକ ସମ୍ପତ୍ତିକୁନେଇ କୋର୍ଟକଚେରୀ ମାମଲାରେ ବିଜୟୀ ହେବେ। ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବାସହ ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ ହେବ। କମ୍ ପରିଶ୍ରମରେ ଆଶାଜନକ ଫଳ ପାଇବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ କୃତକାର୍ଯ୍ୟ ହେବେ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ଦୂରଯାତ୍ରା କରି ସଫଳତା ପାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ। ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, ଖେଳରେ ବିଜୟୀ ହେବେ। ପିଲାଙ୍କ ସହ ଖୁସିରେ ରହିବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ପାରନ୍ତି। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!