ଦୈନିକ ରାଶିଫଳ: 26 ମାର୍ଚ୍ଚ 2025, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ। ଜାଗା, ଜମି, ଗୃହପୋକରଣ କ୍ରୟ କରିପାରନ୍ତି। କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବାସହ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ। ନୂତନକର୍ମ ପ୍ରାପ୍ତିର ସୁଯୋଗ ପାଇବେ। ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ। ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ। କାହାରି ପାଖରେ ମୁଣ୍ଡ ନଇଁବ ନାହିଁ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ। ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ଦୁଃଖୀ ଲୋକଙ୍କୁ ସାହାରା ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ। ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ। ବାସଗୃହ ଓ ଯାନବାହାନ ନେଇ କେତେକ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ ସମ୍ପର୍କରେ ଉନ୍ନତି ହେବ। ବିଦ୍ୟାର୍ଥିଙ୍କର ଉନ୍ନତି ହେବ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ। ସନ୍ତାନ ଯୋଗେ ଚିନ୍ତିତ ରହିବେ। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ନିତ୍ୟକର୍ମ ପରିବର୍ତ୍ତନ ହେତୁ ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ ସହଜ ସରଳରେ କରି ପାରିବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ।

ବିଚ୍ଛା:-ସରକାରୀ କାମରେ ସଫଳତା ମିଳିବ। ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ। ଆର୍ଥିକ ପରିସ୍ଥିତି ଉତ୍ତମ ରହିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଭ୍ରାତୃ ବିବାଦ ପଡୋଶୀ କଳହ ଦୂର ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ପ୍ରେମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ମକର:-ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତପାହାନ୍ତାରେ ପହଞ୍ଚିବ। କର୍ମକ୍ଷେତ୍ରରେ ଉଚ୍ଚଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ନାନା ବାଟରେ ଧନାଗମ ଘଟିବ। ପରିବହନ ବ୍ୟବସାୟ କ୍ଷେତ୍ରରେ ବିଶେଷ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସନ୍ତାନଠାରୁ ସୁଖପ୍ରାପ୍ତି ହେବ। ସାଧାରଣ ଲୋକଙ୍କୁ ସହଯୋଗ କରିବା ଦ୍ଵାରା ସାମାଜିକ ପତିଆରା ଅମଳିନ ରହିବ। ପ୍ରଶାସନସେବା ସଂବନ୍ଧିତ କାର୍ଯ୍ୟରେ ଆର୍ଥିକ ସ୍ଥିତିରେ ସୁଧାର ଆସିବ। କର୍ମକ୍ଷେତ୍ରରେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ପରିବାରରେ ସମୟ ବିତେଇବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ମୀନ:-ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ ଓ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ନ୍ୟାୟମାର୍ଗ ଓ ମିଷ୍ଟବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କଲେ ହଇରାଣ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!