ଦୈନିକ ରାଶିଫଳ: 26 ସେପ୍ଟେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନ କ୍ଷେତ୍ରରେ ଉନ୍ନତି ହେବ ଓ ଅଧିକ ରୋଜଗାର କରି ଗୃହୋପକରଣ କ୍ରୟ କରି ପାରିବେ। କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ। ପ୍ଳାଷ୍ଟିକ୍ ଚମଡା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥଆଦି ବ୍ୟବସାୟରେ ବିଶେଷ ଲାଭବାନ ହେବେ। ନୂତନ କର୍ମପ୍ରାପ୍ତି ହେବାସହ ସୁଖସମ୍ପତ୍ତି ଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ରାଜନୀତି କ୍ଷେତ୍ରରେ ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହୋଇ ପଦୋନ୍ନତିର ସୂଚନା ପାଇବେ। ନିଜ ଚେଷ୍ଟାରେ ସାମାନ୍ୟ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ରାଜନୀତି କ୍ଷେତ୍ରରେ ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ। ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। କିନ୍ତୁ ବିରକ୍ତି ସ୍ୱଭାବ ପ୍ରକାଶ ପାଇବା ଯୋଗେ କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ନିଜର କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ମାନସିକ ଅଶାନ୍ତି ଦୂର ହେବ। ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ। ଏମିତି କାର୍ଯ୍ୟ କରିବେ ଯାହାକି ଭବିଷ୍ୟତ ଆକାଂକ୍ଷାକୁ ପୂର୍ଣ୍ଣ କରିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ନୂତନପନ୍ଥା ଅନୁସରଣ କରି ପାରନ୍ତି। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ଅଧୁରା କାର୍ଯ୍ୟ ପୂରଣ ପାଇଁ ପ୍ରୟାସରତ ହେବେ। କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ। ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ। କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭ ପାଇବେ। ପରିବାରରେ ମାନ ମନାନ୍ତର ଦୂର ହୋଇ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର- ପାଣିରେ ଟିକେ ଗୋମୁତ୍ର ପକାଇ ଘରକୁ ପୋଛନ୍ତୁ।

ତୁଳା:-କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ। ରାଜନୀତିରେ ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରି ପାରିବେ। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। ପ୍ରେମୀକ ପ୍ରେମିକାଙ୍କ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ସମାଜ ସେବା ଓ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ। ପ୍ରତିକାର-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ଧନର ଆଗମନ ହୋଇପାରେ। ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେବାସହ ମାନସିକ ସ୍ଥିରତା ବୃଦ୍ଧିପାଇବ। ନୂତନ ବାହନ, ଜାଗା, ଜମି, ଗୃହ ଆଦି କ୍ରୟ କରିବାର ଯୋଜନା କରିବେ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସାହାଯ୍ୟରେ ଉଚ୍ଚଆଶା ସଫଳ ହେବ। ପରିବାରରେ ମାନ ମନାନ୍ତର ଦୂର ହେବ। ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ସମୟକୁ ହାତ ଛଡ଼ା ନ କରିବା ଉଚିତ୍। କାରଣ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚସମ୍ମାନ ପାଇବେ। ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ରାଜନୀତିରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

ମକର:-ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ। କେତେକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତି କ୍ଷେତ୍ରରେ ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରି ପାରିବେ ନାହିଁ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ। ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମୀନ:-ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି। ସରକାରୀ କ୍ଷେତ୍ରରେ ଉନ୍ନତି ହେବ। ମାନସିକ ଏକାଗ୍ରତା ବଜାୟ ରଖି ପାରିବେ। କର୍ମକ୍ଷେତ୍ରରେ ଉଚ୍ଚ ଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହୋଇ ଉଚ୍ଚଆଶା ସଫଳ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!