ମେଷ:-ସମ୍ପତ୍ତି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ଉଚ୍ଚାଧିକାରୀଙ୍କଠାରୁ ସହଯୋଗ ପାଇ କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ ଲୁଗାପଟା ଓ ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ଵିଗୁଣ ଲାଭ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବୃଷ:-ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ସବୁଥିରେ ସଫଳତା ମିଳିବ। କୋର୍ଟ କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ। ରାଜନୀତି କ୍ଷେତ୍ରରେ ସମାଲୋଚିତ ହେଲେମଧ୍ୟ ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ତଳ ମହଲରୁ ଆଶାତୀତ ଲାଭ ପାଇ କାର୍ଯ୍ୟକ୍ଷେତ୍ରରେ ତିଷ୍ଠି ରହିପାରିବେ। ଖାଦ୍ୟପେୟରେ ନୀତିନିୟମ ରକ୍ଷା କରିବା ସହିତ ମନକୁ ଶାନ୍ତ ରଖି ପାରିଲେ ସ୍ୱାସ୍ଥ୍ୟ ଠିକ୍ ରହିବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।
ମିଥୁନ:-ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରୀ କ୍ଷେତ୍ରରେ ଉନ୍ନତି କରିପାରିବେ। ଦୂର ଯାତ୍ରାରେ ସଫଳତା ପ୍ରାପ୍ତିହେବ।ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ। ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ। ଉଚିତପନ୍ଥା ଗ୍ରହଣ କଲେ ସୁଖ ସମ୍ପଦ ପ୍ରାପ୍ତି ହେବ। ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।
କର୍କଟ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ। ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ। ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ବାଦବିବାଦ, ପ୍ରତିଦ୍ୱନ୍ଦିତା, ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ଯୋଜନା ସଫଳ ହୋଇପାରିବ। ରାଜନୀତିରେ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନାଅଛି। ଋଣ ଭରଣାରେ ସହଜ ହେବ। ପ୍ରତିକାର- କମଳା ରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।
କନ୍ୟା:-ସମ୍ପର୍କୀୟ ବନ୍ଧୁଙ୍କ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇ ମାନସିକ ଶାନ୍ତି ଅନୁଭବ କରିବେ। ଶିକ୍ଷା କ୍ଷେତ୍ରରେ ସଫଳତା ପାଇବେ ଓ ପରିବାରର ପରିବେଶ ଆରାମଦାୟକ ହେବ। ପ୍ରିୟଜନ ମାନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ପଡିପାରେ। ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ। ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ। ଅତିଥି ସତ୍କାର ଓ ବନ୍ଧୁମିତ୍ରଙ୍କ ସମାଗମରେ ଖର୍ଚ୍ଚ ବୃଦ୍ଧି ପାଇବ। ଆଧ୍ୟାତ୍ମିକ ଜ୍ଞାନାର୍ଜନ କରିବାର ସୁବିଧା ସୁଯୋଗ ପାଇବେ। ବିଦ୍ୟାର୍ଥୀବର୍ଗ ଅତ୍ୟନ୍ତ ସଫଳତା ସହ ପ୍ରତିଯୋଗିତାରେ ଉତ୍ତୀର୍ଣ୍ଣ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ନିଜର ସାମୁଦାୟିକ ମାମଲା ବା ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବ୍ୟବସାୟ କ୍ଷେତ୍ରରେ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରିବ। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ବନ୍ଧୁ, ମିତ୍ର ମାନଙ୍କ ଦ୍ଵାରା ଲାଭବାନ ହେବେ। କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
ମକର:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ। ପଢାପଢିରେ ମାନସିକ ଶାନ୍ତି ମିଳିବ। ପଡାପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇ ପାରେ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ। ଦୂରଯାତ୍ରାରେ ସଫଳ ହେବେ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ଧନଲାଭ ହେବାରୁ ଖୁସି ହେବେ। ଶୁଭକାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ।ପାରିବାରିକ ଦ୍ଵନ୍ଦର ଅବସାନ ଘଟି ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ। ଧନମାନ ଦିଗରୁ ସୁରକ୍ଷିତ ରହିବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶିକ୍ଷକ, ପ୍ରଶିକ୍ଷକ, ନେତା, ରସାୟନଜ୍ଞ ଓ ଡାକ୍ତର ମାନେ ବିଶେଷ ଲାଭବାନ୍ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ। ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ ଓ ସଫଳତା ମିଳିବ। ମାଲିମୋକଦ୍ଦମାରେ ନିଜ ପକ୍ଷ ସବଳ ରହିବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।