ମେଷ:-ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ। କର୍ମକ୍ଷେତ୍ରରେ ଉନ୍ନତି ହେବା ସହ ସନ୍ତୋଷ ଲାଭ କରିବେ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇ ଯିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବେଶ୍ ଆନନ୍ଦ ଅନୁଭବ କରିବେ। ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ପାଇ ସୁଖ ଶାନ୍ତିରେ ଦିନଟି କଟାଇ ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ସ୍ଵାସ୍ଥ୍ୟରେ ସୁଧାର ଆସିବ। ରାଜନୀତି କ୍ଷେତ୍ରରେ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବା ଫଳରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। କାର୍ଯ୍ୟଆଳୟରେ ବନ୍ଧୁଙ୍କ ସାହାଯ୍ୟ ଅବିସ୍ମରଣୀୟ ରହିବ। ବିଦ୍ୟାସମ୍ବନ୍ଧୀୟ ଶୁଭ ସମାଚାର ମିଳିବ। ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବା ଫଳରେ ଉଚ୍ଚଆଶା ସଫଳ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମିଥୁନ:-ଶିକ୍ଷାର୍ଥୀମାନେ ସଂଘର୍ଷ କରିବାକୁ ବାଧ୍ୟ ହୋଇ ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ। ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖଶାନ୍ତି ହାନିହେବା ସହ ଦାମ୍ପତ୍ୟ ସମସ୍ୟା ବୃଦ୍ଧି ହୋଇ ପାରେ। ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ। ବେପରୁଆ କାର୍ଯ୍ୟ କଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବା ସହ ମାନହାନୀ ହୋଇପାରେ। ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କର୍କଟ:-ବ୍ୟବସାୟରେ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସ୍ୱାସ୍ଥ୍ୟ ଭଲ ରହିବା ସହ ମାନସିକ ଶାନ୍ତି ଅନୁଭବ କରିବେ। ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ। ପରିବାରରେ ସମୟ ବିତେଇଲେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ। ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅନେକ ଦିଗରୁ ଖୁସି ମିଳିବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟଭାର ହାତକୁ ନେବେ। ପ୍ରେମପ୍ରସଙ୍ଗରେ ସୁଖଦ ପରିଣାମ ଅବଶ୍ୟ ଆସିବ। ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବ୍ୟବସାୟ କ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
ତୁଳା:-ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ। ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରି ବେଶ୍ ଆନନ୍ଦ ଅନୁଭବ କରିବେ। କର୍ମକ୍ଷେତ୍ରରେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ। ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ। ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବା ସହ ଆୟ ଉତ୍ତମ ହେବ ଓ ବ୍ୟୟ ହ୍ରାସ ପାଇବ। ପରିବାରରେ ସମୟ ବିତେଇବେ। ଧାର୍ମିକ କାର୍ଯ୍ୟରେ ମନ ବଳାଇବେ। ଘରୁ ବାହାରକୁ ବାହାରିଲେ ବିପଦରେ ପଡି ପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ଧନୁ:-ସାମାଜିକ ପତିଆରା ଅମଳିନ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ସହ ପ୍ରଶଂସିତ ହେବେ। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ସାମାଜିକ କାମରେ ପ୍ରଶଂସା ମିଳିବ। ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ମକର:-ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବା ସହ ବନ୍ଧୁମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। କର୍ମକ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବା ସହ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି। ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଅଶାନ୍ତିର ଝଡ ଶାନ୍ତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।
କୁମ୍ଭ:-ସରକାରୀ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ଛାତ୍ରଛାତ୍ରୀମାନେ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ। ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଶତୃପକ୍ଷ ଦୁର୍ବଳ ହୋଇ ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।
ମୀନ:-ବ୍ୟବସାୟରେ ବିରୋଧୀ ମାନଙ୍କୁ ପରାସ୍ତ କରି ବିଜୟୀ ହେବା ସହ ବକେୟା ଅର୍ଥ ପ୍ରାପ୍ତି ହେବା ଫଳରେ ଆର୍ଥିକ ସ୍ଥିତି ସୁଧୁରି ଯିବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପରିବାରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
