ମେଷ:-ଛାତ୍ରଛାତ୍ରୀ ମାନେ ପାଠ ପଢ଼ାରେ ମନଯୋଗ ଦେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟାର ସମାଧାନ ହୋଇ ପାରେ। ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ। କିନ୍ତୁ ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ମନକୁ ଆଘାତ ଲାଗିଲାଭଳି କଥାଶୁଣି ପାରନ୍ତି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଆୟ ଉପାର୍ଜନ ମଧ୍ୟମ ଧରଣର ହେଲେ ମଧ୍ୟ ମାନ ସମ୍ମାନ ବୃଦ୍ଧି ହେବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇ ଯିବ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଶତୃ ମାନଙ୍କୁ ପରାସ୍ତ କରି ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଜାଗା, ଜମି, ଗୃହପୋକରଣ କ୍ରୟ କରିବାପାଇଁ ଯୋଗାଯୋଗ କରିବେ। ସାମାଜିକ ଉତ୍ସବରେ ଯୋଗ ଦେଇ ପ୍ରସଂଶିତ ହେବେ। ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। କୋର୍ଟ କଚେରୀ ମାମଲାନେଇ ଓକିଲ ପରାମର୍ଶ କରିପାରନ୍ତି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିବ ଓ ଦୂରଯାତ୍ରାର ସୁଯୋଗ ପାଇବେ। ଅଚାନକ ଧନ ପ୍ରାପ୍ତି ହେବା ସହ ଆୟ ଉପାର୍ଜନର ବୃଦ୍ଧି ହେବ। ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟର ପ୍ରସାର ପ୍ରଚାର କରିବା ଫଳରେ ଆଶାତୀତ ଲାଭପାଇବେ। ଶିକ୍ଷାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବା ସହ ମନର ଆଶାଆକାଂକ୍ଷା ପୂରଣ ହେବ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
ସିଂହ:-ଶତ୍ରୁହାନି, ଉଚ୍ଚପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ। କର୍ମକ୍ଷେତ୍ରରେ ବିବାଦୀୟ ପରିସ୍ଥିତି ସମାଧାନ ହୋଇ ସହକର୍ମୀ ମାନଙ୍କ ଦ୍ୱରା ବହୁ ସୁବିଧା ସୁଯୋଗ ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ ଓ ଶତୃମାନଙ୍କୁ ମୁକାବିଲା କରିପାରିବେ। ନୂତନ କାର୍ଯ୍ୟାରମ୍ଭ କରି ଉଚ୍ଚ ପ୍ରଶଂସା ଲାଭ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।
କନ୍ୟା:-କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ କରି ସ୍ଥାନ ସ୍ଥିତି ବଜାୟ ରଖୀ ପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧିହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ଭାଇ ଭଉଣୀମାନଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ। ସନ୍ତାନମାନଙ୍କ ଭବିଷ୍ୟତ ନେଇ ଚିନ୍ତିତ ରହିବେ। ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ। ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ତୁଳା:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ଆର୍ଥିକ ଦିଗରୁ ସୁବିଧା ହେବା ସହ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦର ସମାଧାନ ହୋଇ ପାରେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। କର୍ମଚାରୀ ମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:-ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ବିଚ୍ଛା:-ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ। ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଲାଗି ରହିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ଫଳରେ ମିତ୍ର ଓ ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପ୍ରାପ୍ତି ହେବ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ମସ୍ତକରେ ଧାରଣ କରନ୍ତୁ।
ଧନୁ:-ସମସ୍ତ ପ୍ରକାର ବ୍ୟବସାୟରେ ଉନ୍ନତି ହେବାସହ ବିଶେଷ ଲାଭବାନ୍ ହେବେ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଯେ କୌଣସି କାର୍ଯ୍ୟରେ ହାତଦେଲେ ସଫଳ ହେବେ। କର୍ମଚାରୀମାନେ କର୍ମକ୍ଷେତ୍ରରେ ସଫଳତା ଲାଭକରିବେ। ମାନସିକ ଅଶାନ୍ତି ଦୂରେଇ ଯାଇ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ। ଯେଉଁ କାର୍ଯ୍ୟ ପାଇଁ ଆପଣ ଲମ୍ବା ସମୟର ପ୍ରୟାସରତ ଥିଲେ ତାହା ଖୁବ୍ ଶୀଘ୍ର ପୂରଣ ହେବ। ପ୍ରତିକାର-ହଳଦୀ ଖଣ୍ଡେ ପାଖରେ ରଖନ୍ତୁ।
ମକର:-କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ପୂରାତନ ବନ୍ଧୁ ଓ ମିତ୍ରଙ୍କ ସହଯୋଗ ଅଧିକ ଲାଭଦାୟକ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେଇ ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ। ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସହକର୍ମୀ ମାନଙ୍କର ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ। ବ୍ୟବସାୟ କ୍ଷେତ୍ରରେ ସାହସୀ ଓ ଦୃଢସଂକଳ୍ପ ଫଳରେ ଲାଭବାନ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମୀନ:-ଶରୀର ସୁସ୍ଥ ରହିବାସହ କର୍ମତତ୍ପର ହେବା ଫଳରେ ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ। ଅନେକ ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ। ଆର୍ଥିକ କ୍ଷେତ୍ରରେ ପ୍ରବଳ ଉନ୍ନତି କରି ପାରିବେ। ଶତ୍ରୁହାନୀ, ଋଣ ପ୍ରାପ୍ତି, ସହଯୋଗ ପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ବ୍ୟବସାୟ ପାଇଁ ବିଦେଶ ଯାତ୍ରାରେ ଲାଭବାନ୍ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।