ଦୈନିକ ରାଶିଫଳ: 27 ଅପ୍ରେଲ 2025, ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି 5 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ। ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା କରନ୍ତୁ ନାହିଁ ଆଉ ନିଜେ ମଧ୍ୟ ଗାଡ଼ି ଚଳାନ୍ତୁ ନାହିଁ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-କର୍ମକ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। ଭାଗୀଦାର ବାଣିଜ୍ୟ ବ୍ୟବସାୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ରୋଜି ରୋଜଗାର କାମକୁ ଆପଣେଇ ନେଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଆକସ୍ମିକ ଧନ ପ୍ରାପ୍ତି ହେବ। ନୂତନ ସମ୍ପତ୍ତି ଯାନ ବାହାନ ଗୃହୋପକରଣ କ୍ରୟ କରିବାର ଯୋଜନା କରିବେ। ବ୍ୟବସାୟୀ ମାନଙ୍କର ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ହେବ ଓ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ରାଜକୀୟ ମାମଲାରେ ସଫଳତା ମିଳିବ। ପରିବାର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ବିରୋଧୀ କିଛି କ୍ଷତି କରିପାରିବେ ନାହିଁ। କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବା ଫଳରେ ମନ ଖୁସି ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ବ୍ୟବସାୟରେ ସାମାନ୍ୟ ଉନ୍ନତି ହେବା ଫଳରେ ଖୁସି ରହିବେ। ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଗୃହ ସମସ୍ୟା ସଜାଡିବାକୁ ଯାଇ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିବ। ବେପରୁଆ କାର୍ଯ୍ୟ କଳାପ ଯୋଗୁଁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବା ସହ ମାନହାନୀ ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ଶୁଭ ସମାଚାର ଶୁଣି ଖୁସି ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। କର୍ମ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍ବ୍ୟବହାର କରିବା କଷ୍ଟ ହେବ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହୋଇ ଶରୀର ସୁସ୍ଥ ରହିବ। କର୍ମ ସନ୍ଧିତ୍ସୁମାନେ କର୍ମ ନିଯୁକ୍ତିରେ ସଫଳ ହେବେ। କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା, ରସାୟନଜ୍ଞ ଓ ଡାକ୍ତରମାନଙ୍କର ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ନିଜ ଚେଷ୍ଟାରେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ବିଚ୍ଛା:-ସାକ୍ଷାତକାରରେ ସଫଳତା ପାଇବା ପାଇଁ ଅଧିକ ସୁଯୋଗ ପାଇବେ। ରାଜନୀତିରେ ସାମାଜିକ ପତିଆରା ଅମଳିନ ରହିବ ଓ ଉନ୍ନତି ହେବ। ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ। ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ।

ଧନୁ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। ପରିବାରରେ ମାନ ମନାନ୍ତର ଦୂର ହେବ। ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରି ପାରନ୍ତି। ଗୃହରେ ମାଙ୍ଗଳିକ କାର୍ଯ୍ୟରେ ଧନ ବ୍ୟୟହେବ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇ ପାରେ। ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧି ପାଇବ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ। ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ସୁଯୋଗ ପାଇବେ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ହେଲେ ଆଗେଇ ନବା ଉଚିତ୍। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ନୂତନ ବ୍ୟବସାୟ ଆରମ୍ଭ ପାଇଁ ଅତ୍ୟନ୍ତ ଉତ୍ତମ ସମୟ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ଶାରିରୀକ ଅସୁସ୍ଥତା ଦୂରହେବ। ସରକାରୀ କାମରେ ସଫଳତା ମିଳିବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ନୂତନକର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ଦୂରସ୍ଥାନକୁ ଯାତ୍ରା କରିଲେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବାସହ ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମୀନ:-ପାରିବାରିକ କ୍ଷେତ୍ରରେ ଅଶାନ୍ତିର ବାତାବରଣ ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। କଳା, ସାହିତ୍ୟ, କ୍ରିଡା, ଚଳଚିତ୍ର ଆଦିରେ ପ୍ରଶଂସା ମିଳିବ। ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!