ଦୈନିକ ରାଶିଫଳ: 27 ଜୁନ୍ 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି ହେବାସହ ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ। ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ଶରୀର ଭଲ ରହିବାସହ ଜାଗାଜମି, ଯାନବାହନ ଓ ନୂତନ ସମ୍ପତ୍ତି କିଣିପାରିବେ। ବ୍ୟବସାୟକୁ ବିସ୍ତାର କରିବା ପାଇଁ ସହଜ ସରଳ ହେବ। ନିଜର ଇଚ୍ଛା ପୂରଣ କରିବାକୁ ଆପ୍ରାଣ ଚେଷ୍ଟା କରିବେ। ନୂତନ ନିଯୁକ୍ତି ପାଇବାର ସୁଯୋଗ ପାଇ ଉତ୍ସାହିତ ହେବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସମ୍ପର୍କୀୟଙ୍କୁ ଆର୍ଥିକ ସାହାଯ୍ୟ କରିବାକୁ ପଡିପାରେ। ବ୍ୟବସାୟୀମାନେ ଅଧିକ ପରିଶ୍ରମ କରିବା ଫଳରେ କିଛିଟା ଲାଭବାନ୍ ହେବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ ଓ ଆଡମ୍ବରରେ ଆଗ୍ରହ ବଢିବ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ ବିଜୟୀ ହେବେ। ବନ୍ଧୁମାନଙ୍କ ସାହାଯ୍ୟ ପାଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଉଚିତ୍ ପନ୍ଥା ଗ୍ରହଣ କରି ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣ କରିପାରିବେ। ପରିବାର ସଦସ୍ୟଙ୍କଠାରୁ ଉତ୍ତମ ସମର୍ଥନ ପାଇବାର ସମ୍ଭାବନା ଅଛି। କଳା ସଙ୍ଗୀତ ପ୍ରତି ଆଗ୍ରହ ବୃଦ୍ଧି ପାଇବା ସହ ଦିନଟି ବହୁତ ଭଲରେ କଟିବ। ସହକର୍ମୀ ମାନଙ୍କ ସହିତ ଭଲ ସମ୍ପର୍କ ରହିବ ଓ ନିଜର ଦକ୍ଷତା ବୃଦ୍ଧି ପାଇବ। ଛାତ୍ରଛାତ୍ରୀମାନେ ସେମାନଙ୍କ କ୍ୟାରିଅରରେ କିଛି ପରିବର୍ତ୍ତନ କରିପାରିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଶାରିରୀକ ଅସୁସ୍ଥତା ଦୂରହେବା ସହ ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ସହଯୋଗ ପାଇ ମନ ଖୁସୀ ରହିବ ଓ ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ। ଖେଳ, କୁଦ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ବୃଦ୍ଧି ପାଇବା ଫଳରେ ପାରିବାରିକ ଜୀବନ ମଧୁମୟ ହେବ। ବନ୍ଦହୋଇ ପଡିଥିବା କାର୍ଯ୍ୟ ସହଜରେ ସମାପ୍ତ କରିବାକୁ ଚେଷ୍ଟିତ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ସନ୍ତାନଙ୍କ ତରଫରୁ ଆଶାବାଦୀ ହେବେ ଓ କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ଆୟ ଅଧିକ ହେବ। ବନ୍ଧୁ ମିତ୍ରଙ୍କ ଆଗମନ ଫଳରେ ଘରର ପରିବେଶ ଆନନ୍ଦ ଦାୟକ ହେବ। ପୁରାତନ ରୋଗର ଉପଶମ ହୋଇଯିବାସହ କର୍ମକ୍ଷେତ୍ରରେ ଜବରଦସ୍ତି ନ୍ୟାୟ ମିଳିବ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-ପରିବାରର ସମସ୍ୟା ସମାଧାନ ହୋଇ ଆୟରସ୍ରୋତ ଖୋଲିଯିବ। କୌଶଳ ସହିତ ବଡଧରଣର ବ୍ୟବସାୟ ପାଇଁ ଚୁକ୍ତିନାମା କାର୍ଯ୍ୟକାରୀ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ। କ୍ୟାରିୟର ସମ୍ବନ୍ଧରେ ନିଜର ଚିନ୍ତାଧାରାରେ ସ୍ୱଚ୍ଛତା ରହିବ। ସ୍ୱାସ୍ଥ୍ୟରେ ଉନ୍ନତି ଓ ମାନସିକ ଶାନ୍ତି ପାଇବେ। ସହଭାଗୀତାରେ କୌଣସି ଏକ ବ୍ୟବସାୟ ଆରମ୍ଭ କରିବାକୁ ଯୋଜନା କରି ପାରନ୍ତି। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ପୁରୁଣା ସାଙ୍ଗମାନଙ୍କ ସହ ଭେଟ ହେବା ଫଳରେ ଛାତ୍ର ଛାତ୍ରୀମାନେ ଅଧ୍ୟୟନ ପାଇଁ ଉତ୍ସାହିତ ହୋଇପାରନ୍ତି। ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବା ସହ ଆର୍ଥିକ ସ୍ଥିତି ସନ୍ତୋଷପ୍ରଦ ହେବ। କର୍ମକ୍ଷେତ୍ରରେ ସମସ୍ୟା ସମାଧାନ କରିବାରେ ସଫଳ ହେବେ। ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ନିଜଲୋକ ସାହାଯ୍ୟ କରିବେ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-କର୍ମକ୍ଷେତ୍ରରେ ପ୍ରଭାବ ବୃଦ୍ଧି ପାଇବା ସହ ଯେ କୌଣସି ଇଚ୍ଛା ପୂରଣ ହୋଇ ପାରିବ। ପ୍ରିୟକାର୍ଯ୍ୟ ବିଷୟରେ ବହୁତ ଆଗ୍ରହୀ ହେବେ ଓ ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଅସୁସ୍ଥତାରୁ ଆରାମ ପାଇ ଭବିଷ୍ୟତ ଯୋଜନା ବିଷୟରେ ଉତ୍ସାହିତ ହେବେ। ବିଚାରାଧୀନ କାର୍ଯ୍ୟ ସମାପ୍ତ କରିବାକୁ ଚେଷ୍ଟା କରିବେ। ସମ୍ପର୍କୀୟ ମାନଙ୍କ ସହିତ ଭଲରେ ସମୟ ଅତିବାହିତ କରି ପାରିବେ। କ୍ୟାରିୟର ଦୃଷ୍ଟିକୋଣରୁ ବହୁତ ଲାଭଦାୟକ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। କମ୍ ସମୟ ମଧ୍ୟରେ ଏକ ବଡ଼ ସଫଳତା ପାଇ ସନ୍ତୁଷ୍ଟ ହେବେ। ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ବକେୟା ଅର୍ଥ କିଛି ମିଳିବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହୋଇ ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ। ଆୟ ଉପାର୍ଜ୍ଜନର ବୃଦ୍ଧି, ଋଣରୁ ମୁକ୍ତି ମିଳିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ସହକର୍ମୀ ମାନଙ୍କ ସହିତ ଭଲ ସମ୍ପର୍କ ବଜାୟ ରହିବା ସହ ବିରୋଧୀମାନେ ଦୂରେଇଯିବେ। ଆଇନଗତ ପ୍ରସଙ୍ଗରେ ସାବଧାନ ରହିଲେ ଆପଣଙ୍କର ପ୍ରତିଷ୍ଠା ବୃଦ୍ଧି ପାଇବ। ପିଲାମାନଙ୍କର ଖରାପ ଅଭ୍ୟାସକୁ ଅଣଦେଖା କରନ୍ତୁ ନାହିଁ। ନିଜର କାର୍ଯ୍ୟ ପ୍ରତି ଉତ୍ସର୍ଗୀକୃତ ହୋଇ ଅଧିକ ପରିଶ୍ରମ ଯୋଗେ ସମ୍ମାନ ପାଇବେ। ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ। କିନ୍ତୁ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ। ଆତ୍ମନିର୍ଭରଶୀଳ ହୋଇ ଅନେକ ସମସ୍ୟା ନିଜେ ସମାଧାନ କରିପାରିବେ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ପିଲାମାନେ ଉତ୍ସାହିତ ହୋଇ ପାରନ୍ତି। ଦାମ୍ପତ୍ୟ ଜୀବନର ଚାପ ଦୂର ହୋଇ ପରିବାରର ପରିବେଶ ସୁଖଦପୂର୍ଣ୍ଣ ରହିବ।ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତ୍ରୁବାଧା ଦୂରେଇ ଯିବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ରାଜକୀୟ ମାମଲାରେ ସଫଳତା ମିଳିବ। ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!