ଦୈନିକ ରାଶିଫଳ: 27 ଜୁନ 2025, ମା’ ସନ୍ତୋଷୀଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବା ସହ ଆର୍ଥିକ ସ୍ଥିତି ସୁଦୃଢ଼ ହେବ ଓ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ହସଖୁସିରେ ସମୟ ବ୍ୟତୀତ ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭ ହେବା ସହ ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ବସ୍ତ୍ର, ଆଭୁଷଣ ଗହଣା ଆଦି କ୍ରୟ କରି ପାରିବେ। ଶାରିରୀକ ଅସୁସ୍ଥତା ଦୂରହେବ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବୃଦ୍ଧି ହେବ। ଶିକ୍ଷାକ୍ଷେତ୍ରରେ ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ହେବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ମିଥୁନ:-ଶତୃଙ୍କ ସହିତ ମୁକାବିଲା କରି ବହୁତ ପଇସା ଇନକମ୍ କରି ପାରିବେ। ବ୍ୟବସାୟରେ ନୂତନ ପଦକ୍ଷେପ ନେବା ଫଳରେ ଆଶାତୀତ ଲାଭ ପାଇବେ। ଆତ୍ମବିଶ୍ଵାସ ବୃଦ୍ଧି ପାଇବ। ସହଯୋଗୀ ମାନେ ସାହାଯ୍ୟ ସହଯୋଗ କରିବେ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କର୍କଟ:-ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପରିବହନ ଓ ଯାନବାହାନ ବ୍ୟବସାୟରେ ଅଧିକ ଲାଭବାନ ହେବେ। ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ଶତୃମାନଙ୍କ ସହ ମିତ୍ରତା ଭାବ ସ୍ଥାପନ କରିବା ପାଇଁ ପ୍ରୟାସରତ ରହିବେ। ସାମାଜିକ କାର୍ଯ୍ୟରେ ନିୟୋଜିତ ହେବେ। ରୋଜିରୋଜଗାରର ଉଚିତ୍ ପରିସର ମିଳିବ। ଆଧ୍ୟାତ୍ମିକ ଊର୍ଜାରେ ମନ ଓତପ୍ରୋତ ରହିବ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବେ। ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ। ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ବ୍ୟବସାୟମାନେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବା ସହ ଅଧିକ ଲାଭ କରିବେ। ମିତ୍ରମାନଙ୍କ ସହଯୋଗ ପାଇ କର୍ମକ୍ଷେତ୍ରରେ ସ୍ଥିତି ସୁଦୃଢ ହେବାସହ ପରିସ୍ଥିତି ବଦଳିଯିବ। ଅତିରିକ୍ତ ଆୟର ମଧ୍ୟ ସମ୍ଭାବନା ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ଶତ୍ରୁମାନେ ମଥାନତ କରିବେ। ସହକର୍ମୀ ଓ ପଦାଧିକାରୀ ମାନେ ସାହାଯ୍ୟ ସହଯୋଗ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ଓ ଅଟକି ଥିବା ଧନ ମିଳିଯିବ। ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବାସହ କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମକରିବା ଫଳରେ ଅନୁତାପ କରିପାରନ୍ତି। ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ନିଜ ଲୋକମାନେ ହିଁ କାମରେ ଆସିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ଫଳପ୍ରାପ୍ତି ପାଇଁ ପ୍ରଯତ୍ନ ଶୀଳ ରହିବେ। ପାରିବାରିକ କ୍ଷେତ୍ରରେ ଶୁଭ ସୂଚନା ପାଇ ମନ ଖୁସି ରହିବ। ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟରେ ପରିଶ୍ରମର ପୁରା ଲାଭ ମିଳିବ। କର୍ମକ୍ଷେତ୍ରରେ ମାନସମ୍ମାନ, ଯଶ, କୀର୍ତ୍ତି ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ହେବା ସହ ପଦୋନ୍ନତିର ଶୁଭସୂଚନା ପାଇ ପାରନ୍ତି। ପରିବାରରେ ଅନ୍ୟ ସଦସ୍ୟଙ୍କ ସହ ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କୁମ୍ଭ:-ଶତୃମାନେ ପରାଜିତ ହୋଇ ଆକସ୍ମିକ ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ। ବାଣିଜ୍ୟ କ୍ଷେତ୍ରରେ ପ୍ରତିଦ୍ଵନ୍ଦିତାରେ ଉନ୍ନତମାନର ଫଳପାଇବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମୀନ:-ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ। ଅସହାୟ ଓ ଦୁର୍ବଳ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି। ଯାନବାହାନ ଭ୍ରମଣରେ ସତର୍କ ରହିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!