ଦୈନିକ ରାଶିଫଳ: 27 ଜୁଲାଇ 2023, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଉଚିତ ପନ୍ଥା ଗ୍ରହଣ କରି ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମିଥୁନ:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବା ସହ ପରିବାରରେ ମାନ ମନାନ୍ତର ଦୂର ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ। ପାରିବାରିକ କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସଂଘର୍ଷ ଦ୍ଵାରା ସଫଳତା ମିଳିବ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ। ଅପେକ୍ଷା କରିଥିବା କାର୍ଯ୍ୟରେ ଶୁଭ ସୂଚନା ମିଳିବ। କର୍ମକ୍ଷେତ୍ରରେ କିଛି ଅସୁବିଧା ହେବ ନାହିଁ। ମିତ୍ରମାନେ ପରାମର୍ଶ ଦେଇ କିଛି ସମସ୍ୟା ମୂଳକ କାମପ୍ରତି ପ୍ରଲୋଭିତ କରି ପାରନ୍ତି। ଅସହାୟ ଓ ବୃଦ୍ଧ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ମାନସିକ ସୁସ୍ଥତା ଓ ଶାରୀରିକ କାର୍ଯ୍ୟ କ୍ଷମତାରେ ବୃଦ୍ଧି ହେବ। ମିତ୍ର ଓ ପ୍ରିୟଜନମାନଙ୍କ ଠାରୁ ସାହାଯ୍ୟପାଇ ଆନନ୍ଦିତ ହେବେ। ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଦ୍ଵନ୍ଦିତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ଅଚାନକ ରୋଜଗାର ପ୍ରାପ୍ତି ହେବାର ସମ୍ଭାବନା ଅଛି। ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କନ୍ୟା:-ସବୁଥିରେ ସଫଳତା ମିଳିବା ଯୋଗେ ମାନସିକ ଶାନ୍ତି ମିଳିବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ। ସ୍ୱାସ୍ଥ୍ୟରେ ସୁଧାର ଆସିବ। ପ୍ରତ୍ୟେକ କ୍ଷେତ୍ରରେ ହାତ ବଢାଇଲେ ସଫଳତା ମିଳିବ। ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ। କର୍ମକ୍ଷେତ୍ରରେ ଯୋଗ୍ୟତାର ଦୃଢ ସଂକଳ୍ପ ଦ୍ଵାରା କ୍ଷମତା ହାସିଲ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ତୁଳା:-ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ। ବୁଝି ବିଚାରି କାର୍ଯ୍ୟ କଲେ ପାରିବାରିକ ଜୀବନ ଆନନ୍ଦମୟ ହେବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ। ଅଧ୍ୟାପନ ମାମଲାରେ ଆଗକୁ ଗତି କରିବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ ଓ ଜନ ସେବାରେ ନିଜକୁ ନିୟୋଜିତ କରିବେ। ବାହାରକୁ ବାହାରିଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଯୋଗେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ। କାମକାର୍ଯ୍ୟ ମାମଲାରେ ଦୂରସ୍ଥାନକୁ ଯିବାକୁ ପଡିବ। କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମକର:-ବାକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବାରୁ ସନ୍ତୁଷ୍ଟି ମିଳିବ। ଅର୍ଥବ୍ୟବସ୍ଥା ପୂର୍ଣ୍ଣ ରୂପରେ ସଞ୍ଚାଳିତ ହେବ। କୌଣସି ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ଯେକୌଣସି କାର୍ଯ୍ୟରେ ହାତ ଦେବେ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବ୍ୟବସାୟ କ୍ଷେତ୍ରରେ ତୈଳବୀଜ ଓ ରବି ଫସଲ ବ୍ୟବସାୟରେ ବେଶ୍ ଲାଭବାନ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ଅତିରିକ୍ତ ଆୟର ଦରକାର ଅନୁଭବ ହେବ। ପରିବାରରେ ନିଜରପଦ ଗରିମା ଅନୁସାରେ ପାରିବାରିକ ସ୍ଥିତି ଭଲ ରହିବ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶରେ ସାହାଯ୍ୟ କରିବେ। କାର୍ଯ୍ୟରେ ଗମ୍ଭୀରତା ସହ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରିବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କ୍ଷମତା ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ। ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ। ବିରୋଧୀମାନେ କରିଥିବା ଷଡଯନ୍ତ୍ରରୁ ମୁକୁଳି ପାରିବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବାର ସମ୍ଭାବନା ଅଛି। କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ। ପରିବାରରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!