ଦୈନିକ ରାଶିଫଳ: 27 ଡିସେମ୍ବର 2023, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନଙ୍କ ଶୁଭ ସମ୍ବାଦପାଇ ଖୁସି ହେବେ। ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି। କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ପ୍ରକାଶ ପାଇବ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ। ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ। ବ୍ୟବସାୟୀ ମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇ ପାରନ୍ତି। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁଙ୍କ ସାହାଯ୍ୟ ଏବଂ ଅବଦାନ ଅବିସ୍ମରଣୀୟ ରହିବ। ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ। କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ପରିଶ୍ରମର ସୁଫଳ ଭୋଗ କରିବେ। ସାମାଜିକ ପତିଆରା ଅମଳିନ ରହିବ। କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ସାମ୍ବାଦିକ ମାନେ ଜନ ସମର୍ଥନ ପାଇ ସଫଳ ହେବେ। ସୁସ୍ଵାଦୁ ଖାଦ୍ୟ ପ୍ରାପ୍ତି ହେବ। ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ମନ ନିବେଶ କରିବେ। ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ। ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ। ଶିକ୍ଷାର୍ଥୀମାନେ କଠିନ ପରିଶ୍ରମ କଲେ ପ୍ରଶଂସା ପାଇବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ। ବ୍ୟବସାୟରେ ଅଧିକ ଲାଭ ହେବା ଫଳରେ ମାନସିକ ଶାନ୍ତି ଓ ଋଣଭାର ଲାଘବ ହେବ। ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ସୁ ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ପାରିବାରିକ କ୍ଷେତ୍ରରେ ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହୋଇ ମାନସିକ ଶାନ୍ତି ମିଳିବ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ। ପ୍ରେମକ୍ଷେତ୍ରରେ ସାହାଯ୍ୟ ପାଇ ଆଗକୁ ବଢିବା ସମ୍ଭବ ହେବ। ଶତ୍ରୁମାନେ ମୁଣ୍ଡ ଟେକିବେ। ରାସ୍ତା ଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। ପୁରାତନ ରୋଗର ପ୍ରକୋପ ହ୍ରାସ ହେବା ଫଳରେ ମନଶାନ୍ତ ରହିବ। ଶତ୍ରୁମାନେ ମଥାନତ କରିବେ। କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ। ରାଜନୀତି କ୍ଷେତ୍ରରେ ଭଲ କାମ କରି ସୁଖରେ ଦିନଟି ବିତାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆମୋଦ ପ୍ରମୋଦ, ଆଡମ୍ବରରେ ଆଗ୍ରହ ବଢିବ। ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ। ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ଉଚ୍ଚଶିକ୍ଷା ଲାଭ ପାଇଁ ପ୍ରସ୍ତୁତ ହେବେ। ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ। ପ୍ରେମ ପ୍ରସଙ୍ଗରେ ସଫଳତା ମିଳିବ। କୌଣସି କାମରେ ବିଶେଷଜ୍ଞତା ହାସଲ କରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରିବା ପାଇଁ ମନ ଲଗାଇ କାର୍ଯ୍ୟ କରିବେ। ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। କାର୍ଯ୍ୟ କ୍ଷେତ୍ରରେ ନୂତନ ଯୋଜନା ପାଇଁ ସହଯୋଗ ମିଳିବ। ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଗଲେ ମଧ୍ୟ ତାହା କୌଶଳ କ୍ରମେ ସମାଧାନ କରି ପ୍ରଶଂସିତ ହେବେ। ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ପାରିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି। ନିଜ ଲୋକମାନେ ହିଁ କାମରେ ଆସିବେ। ଶତୃମାନଙ୍କ ସହ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ। ରାଜନୀତି ମାମଲାରେ ସଫଳତା ମିଳିବ। କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସି ଅନେକ ଦିନର ଅଭିଳାଷ ପୂରଣ ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!