ଦୈନିକ ରାଶିଫଳ: 27 ଡିସେମ୍ବର 2024, ଶୁକ୍ରବାର, ମା ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣ କରିବେ। ବିଦ୍ୟାରେ ଉନ୍ନତି ହେବାସହ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ପାରିବାରିକ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଯୁକ୍ତିଯୁକ୍ତ କଥାକହି ଅନ୍ୟମାନଙ୍କୁ ଆପଣେଇ ପାରିବେ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ। ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ଯେକୌଣସି ସମସ୍ୟା ଆସିଲେ ମଧ୍ୟ ତାହାକୁ ଠିକ୍ ଭାବରେ ସାମ୍ନା କରିବାର ସାହାସ ରହିବ। କରଜ ଦାତାଙ୍କ କରଜ ପରିଶୋଧ କରିବା ପାଇଁ ସୁବିଧା ପାଇବେ। ସମସ୍ୟା ସମାଧାନର ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହେବେ। ସ୍ଥଗିତ କର୍ମଗୁଡ଼ିକର ସମ୍ପାଦନ କରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ:-ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ସନ୍ତାନର ବିଦ୍ୟାରେ ଉନ୍ନତି ଖବର ପାଇ ଖୁସି ହେବେ। ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ। ବ୍ୟବସାୟରେ କଠିନ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ପାରନ୍ତି। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ବିଶେଷ ସମୟ ଦେବାକୁ ପଡ଼ିବ। ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ପ୍ରତିକାର- ଧଳା ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ। କର୍ମକ୍ଷେତ୍ରରେ ଅଧିକାରୀ କାମରେ ପ୍ରସନ୍ନ ରହିବେ। ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ ଓ ବହୁତ ଦିନର ବାକିପଡିଥିବା ଅର୍ଥ ପାଇବା ସହ ଆୟର ମାର୍ଗ ପ୍ରଶସ୍ତ ହେବ। ଯାନବାହାନ କ୍ରୟ ବିକ୍ରୟ ଓ ସଂପତ୍ତି କ୍ରୟ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ଗୃହୋପକରଣ କ୍ରୟ କରିବା ପାଇଁ ମନ ବଲେଇବେ। ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ। ପାରିବାରିକ ଜୀବନ ଆନନ୍ଦରେ କଟିବ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ସୁଯୋଗ ପାଇବେ। ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ଅଯଥା ଧାଁଦୌଡ ଯୋଗୁ ଧନ, ସମୟ ଓ ଶକ୍ତିର ଅପଚୟ ହେବ। ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତି ମୂଳକ ପଦକ୍ଷେପ ନେବେ। ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ। ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ। ବିଭିନ୍ନ ଦିଗରୁ ଲାଭବାନ୍ ହେବେ। ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ରାଜନୀତି କ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବିଦ୍ୟାକ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ। ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡ଼କୁ ନଜରଦେଇ କାମକରିବା ଉଚିତ୍। ଅତୀତର କୌଣସି ବିବାଦୀୟ ଘଟଣା ଜଟିଳ ଆଡକୁ ଗତିକରି ପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ଆଶାତୀତ ଲାଭ ପାଇବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପୂର୍ବରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବ। ରାଜନୀତି କ୍ଷେତ୍ରରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନର ସୁଯୋଗ ପାଇବେ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ବିଦେଶଯାତ୍ରାରେ ଯଶଲାଭ, ମାନସମ୍ମାନ ବୃଦ୍ଧି, ସୁଖ ସମୃଦ୍ଧି ବୃଦ୍ଧି ହେବ। ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ। ପ୍ରତିକାର- କଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କୁମ୍ଭ:-କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଙ୍ଗୀତ ପ୍ରଭୃତିରୁ ସୁଫଳ ପାଇବେ। ରାଜନୈତିକ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟି କରି ଚର୍ଚ୍ଚିତ ହେବେ। ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ଓ ଗୃହୋପକରଣ କିମ୍ବା ମୂଲ୍ୟବାନ୍ ସାମଗ୍ରୀ କ୍ରୟ କରିପାରନ୍ତି।ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇ ପାରନ୍ତି। କିନ୍ତୁ ଖର୍ଚ୍ଚ ବଢ଼ିବାଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ଶତ୍ରୁବୃଦ୍ଧି ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇ ଯିବ। କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପରିଶ୍ରମ ଓ ମେହନତର ପରିଣାମ ମିଳିବ। ପାରିବାରିକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଦ୍ଵାରା ଲାଭବାନ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ। ରାଜନୀତି ମାମଲାରେ ସଫଳତା ମିଳିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!