ଦୈନିକ ରାଶିଫଳ: 27 ନଭେମ୍ବର 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଶତୃମାନେ ମିତ୍ରଭାବ ଆଚରଣ କରିବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବା ଫଳରେ ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସରକାରୀ କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ। ଶରୀର ସୁସ୍ଥ ରହିବ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଶତୃମାନେ ମିତ୍ରଭାବ ଆଚରଣ କରିବା ଫଳରେ କାର୍ଯ୍ୟ କ୍ଷେତ୍ରରେ ସୁଖ ଶାନ୍ତି ବୃଦ୍ଧି ହେବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ଆଶା କରୁଥିବା ଖବର ପାଇ ଖୁସୀ ହୋଇ ଯିବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ପାରିବାରିକ ଜୀବନରେ ଆର୍ଥିକ ଉନ୍ନତି ହେବା ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ। ଶତୃ ବୃଦ୍ଧି ହେଲେ ମଧ୍ୟ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ଛାତ୍ରଛତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ।ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ। ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତୀ ଘଟିବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। ଆର୍ଥିକ ଦିଗରୁ ସୁବିଧା ହୋଇ ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ମେଣ୍ଟିଯିବ। ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। ନୂତନବନ୍ଧୁଙ୍କ ଆଗମନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। ଭବିଷ୍ୟ ଯୋଜନାରେ ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ରୋଜଗାର ମିଳିବାର ଉପଯୁକ୍ତ ସମୟ ହୋଇଥିବାରୁ ବ୍ୟବସାୟ ପାଇଁ ଦୂରଯାତ୍ରା କରିବେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହିତ ସମ୍ପର୍କ ସୃଷ୍ଟି ହେବ। କଳହ, ବାଦବିବାଦରୁ ଦୂରେଇ ଯିବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

କନ୍ୟା:-ସନ୍ତାନଠାରୁ ସୁଖପ୍ରାପ୍ତି ହେବ। ଧର୍ମ କାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ। ରାଜନିତୀ କ୍ଷେତ୍ରରେ ସଫଳତାସହ ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ତୁଲାଇବେ। ବ୍ୟବସାୟୀ ମାନେ ବା ବ୍ୟବସାୟ ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ। ଶତୃମାନେ ତଳମୁହାଁ ହେବେ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଅସହାୟ ଓ ସାଧାରଣ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ। ପରିଚିତ ଲୋକଙ୍କଠାରୁ ଅଧିକ ଲାଭ ମିଳିବ କିନ୍ତୁ ସଞ୍ଚୟ କମ୍ ହେବ ଓ ଖର୍ଚ୍ଚ ଅଧିକ ହେବ। ସାମାଜିକ କାର୍ଯ୍ୟରେ ଯୋଗଦାନ କରି କ୍ରୋଧ ହେତୁ କାର୍ଯ୍ୟରେ ଅସଫଳ ହେବେ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ନୂଆ ପ୍ରସ୍ତାବ ଓ ନୂଆ ଅନୁବନ୍ଧନ ପ୍ରାପ୍ତ ହେବ। ଅନ୍ୟର ଉପକାର କରି ନିଜେ କ୍ଷତିରେ ପଡିବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଅଚାନକ ଧନ ପ୍ରାପ୍ତିହେବ ଓ ଭବିଷ୍ୟତପାଇଁ ଯୋଜନାକରି ପୁଞ୍ଜି ନିବେସ କରିବେ। ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ। ଅଧିକାରୀ ନିଜର କାମକାର୍ଯ୍ୟରେ ପ୍ରସନ୍ନ ରହିବେ। ଭୂମି, ଭବନ ଆଦି ସ୍ଥାୟୀ ସମ୍ପତ୍ତି କ୍ରୟ କରି ପାରିବେ। ପରାକ୍ରମ ବଢିବା ସହ ନିଜର ତର୍କସଙ୍ଗତ ଢଙ୍ଗରେ ସମସ୍ତ ସମସ୍ୟା ସମାଧାନ କରିପାରିବେ। ମାନସିକ ଶାନ୍ତି ମିଳିବ, ବହୁତ ଦିନର ଚିନ୍ତା ଓ କଷ୍ଟ ଦୂର ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମକର:-ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି। କୌଣସି ବିଶେଷ ବ୍ୟକ୍ତିଙ୍କ ସହିତ ଭେଟ ହେବ, ଭବିଷ୍ୟତରେ ତାହାର ସକରାତ୍ମକ ପରିଣାମ ସାମ୍ନାକୁ ଆସିବ। ଅକସ୍ମାତ ଧନଲାଭ ହେବାରୁ ମନ ବହୁତ ହର୍ଷିତ ରହିବ। ଯେ କୌଣସି ନୂତନ କର୍ମ ଆରମ୍ଭ କରି ପାରିବେ। ଗଠନମୂଳକ କାର୍ଯ୍ୟ ଓ ସାମୁହିକ ଗତିବିଧିରେ ସଫଳତା ହାସଲ କରିବେ। ଘର ପରିବାରରେ ସ୍ନେହ ଶ୍ରଦ୍ଧାର ବାତାବରଣ ଲାଗି ରହିବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-କୌଣସି ଗନ୍ୟମାନ୍ୟ ବା ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହିତ ଭେଟ ହେବ। ପତିପତ୍ନୀଙ୍କ ମଧ୍ୟରେ ପ୍ରେମ ସାମଞ୍ଜସ୍ୟ ଠିକ୍ ରହିବ। କର୍ମକ୍ଷେତ୍ରରେ ବହୁତ ଦିନରୁ ପଡିରହିଥିବା କାମ ଜଣେ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ସହଯୋଗରେ ସମ୍ପନ୍ନ ହେବ। ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ। ମିତ୍ର ଓ ସହଯୋଗୀମାନେ ସାହାଯ୍ୟ କରିବା ଫଳରେ ଯଶ କୀର୍ତ୍ତିରେ ଉନ୍ନତି ହେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ। ଯେଉଁ କାମ ଆରମ୍ଭ କରିବେ ବାଧାବିଘ୍ନ ଦୂରହୋଇ ତାହା ସଂପୂର୍ଣ୍ଣ ହେବ। ଅନେକ ଦିଗରୁ ଖୁସି ଓ ସଫଳତା ପ୍ରାପ୍ତ ହେବା ଫଳରେ ବହୁତ ପ୍ରସନ୍ନଚିତ୍ତ ଅନୁଭବ କରିବେ। ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ। ବ୍ୟବସାୟ କ୍ଷେତ୍ରରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ। ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!