ମେଷ:-ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ। ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧି ଘଟିବ ଓ ଲାଭବାନ ହେବେ। କର୍ମକ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ବୃଷ:-ସାହିତ୍ୟ, ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ରାଜନୀତିରେ ଫାଇଦା ଉଠାଇବେ। ପରିବାରର ସାହାଯ୍ୟରେ ଉପକୃତ ହେବେ। ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ। ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ। ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ସୁବିଧା ବାଦକୁ ଆପଣେଇ ନେଇ ମନବିକାର ଦୂରହେବ। ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ। ପରିବହନ ଓ ଯାନବାହାନ ବ୍ୟବସାୟରେ ଅଧିକ ଲାଭବାନ ହେବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ। ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯାଇ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ। ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
କର୍କଟ:-ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଧର୍ମାନୁଷ୍ଠାନରେ ସମୟ କଟେଇବା ପାଇଁ ମନ ବଳାଇବେ। କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟା କ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ। ପଢାପଢିରେ ମାନସିକ ଶାନ୍ତି ପାଇବେ। ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ କଷ୍ଟକର ହେବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ସିଂହ:-ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇ ପାରନ୍ତି। ସାମ୍ବାଦିକ ମାନେ ପ୍ରଶଂସିତ ହେବେ। ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ। ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେଇ ପାରେ। କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।
ତୁଳା:-ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ଥିଲେ ମେଣ୍ଟିଯିବ। ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ। ପ୍ରେମକ୍ଷେତ୍ରରେ ସଫଳ ହେବେ। ଛାତ୍ରଛାତ୍ରୀମାନଙ୍କର ଉଚ୍ଚଶିକ୍ଷା ପାଇଁ ଆଗ୍ରହ ବୃଦ୍ଧି ପାଇବା ସହ ପଢାପଢିରେ ମନଯୋଗ ଦେବେ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ। ଉଚ୍ଚଆଶା ପୂରଣ ହୋଇପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବା ଫଳରେ ଉତ୍ସାହିତ ହେବେ। ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି। ବ୍ୟବସାୟ କ୍ଷେତ୍ରରେ ଖୁବ ଅଗ୍ରଗତି ଘଟି ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ। ଛାତ୍ର ଛାତ୍ରୀମାନେ ପଢ଼ା ପଢ଼ିରେ ମନଯୋଗ ଦେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ଧନୁ:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ଶତ୍ରୁନାଶ ହୋଇ ଧନପ୍ରାପ୍ତି ହେବ। ବ୍ୟବସାୟୀମାନଙ୍କର କାରବାର ବଢିବା ସହ ଲୋକ ସମ୍ପର୍କ ବୃଦ୍ଧି ହେବ। କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ। ସମାଜସେବା, ଲୋକସମ୍ପର୍କ, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତି ଅଟଳ ରଖି ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମକର:-ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। କାର୍ଯ୍ୟକ୍ଷେତ୍ରରେ ନିଜର ଯୋଜନା ମୁତାବକ କାର୍ଯ୍ୟ କଲେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ବିଦ୍ୟାରେ କର୍ତ୍ତବ୍ୟନିଷ୍ଠା ପାଳନ କରିବେ। ଖାଦ୍ୟପେୟ ପ୍ରତି ବିଶେଷ ଧ୍ୟାନଦେଇ ବ୍ୟାୟାମ କରିବା ଆବଶ୍ୟକ। କର୍ମକ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କୁମ୍ଭ:-ସାହିତ୍ୟ, କଳାକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ। ପ୍ରେମପ୍ରସଙ୍ଗରେ ମାନସିକ ଶାନ୍ତି ମିଳିବ। ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ। ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଘରୋଇ କର୍ମଚାରୀମାନେ ବିବାଦୀୟ ଦୁଃସ୍ଥିତିରେ ଜଡ଼ିତ ହୋଇପାରନ୍ତି। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।
ମୀନ:-ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମରେ ଉନ୍ନତି ସହିତ ଯଶ, ମାନକୁ ଅଧିକ ମହତ୍ତ୍ୱ ଦେଇ ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ। ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।