ଦୈନିକ ରାଶିଫଳ: 27 ଫେବୃୟାରି 2024, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ପାରିବାରିକ ଜୀବନରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ। ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ମାନ ସମ୍ମାନ ବୃଦ୍ଧି ପାଇବ। ରାଜନୀତି କ୍ଷେତ୍ରରେ ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ବ୍ୟବସାୟୀ ମାନଙ୍କର କାରବାର ବଢିବା ସହ ମନମୁତାବକ ଲାଭବାନ ହେବାର ସମ୍ଭାବନା ଅଛି। ଛାତ୍ରଛାତ୍ରୀମାନେ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କୌଣସି କାମ ପ୍ରତି ମନ ଲାଗିବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। କିଛି କାରଣ ନଥାଇ ବଦନାମ୍ ବା ମିଛ କେଶ୍ ରେ ଫଶିଯିବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କର୍କଟ:-ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ସାମାଜିକ କାମରେ ପ୍ରଶଂସା ମିଳିବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ। ଆୟ ଉତ୍ତମ ହେବାରୁ ଧନ ସମ୍ପତିରେ ଘର ହସି ଉଠିବ। ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସାମାଜିକ କାର୍ଯ୍ୟରେ ଉତ୍ସାହ ବଢିବ। ବନ୍ଧୁ, ମିତ୍ର ଭାଗୀଦାରୀଙ୍କ ପାଇଁ ଲାଭାପାଇ ଆନନ୍ଦିତ ହେବେ। ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରି ଲଜିତ ହେବେ। ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ବ୍ୟୟ ଭାର ବୃଦ୍ଧି ହେବ। ରାଜନୀତି କ୍ଷେତ୍ରରେ ଧୀରସ୍ଥିର ଭାବରେ ସମସ୍ୟା ସୁଧାରୀ ନେବା ଉଚିତ୍। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଜୟଯୁକ୍ତ ହେବେ। ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ସତର୍କତା ଅବଲମ୍ବନ କରିବା ଉଚିତ୍। ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ସ୍ଥାୟି ରୋଗୀମାନେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍ କରିବା ପାଇଁ ସୁଯୋଗ ପାଇବେ। ଶରୀର ସୁସ୍ଥ ରହିବ। ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ରାଜନୀତି କ୍ଷେତ୍ରରେ ମାନସମ୍ମାନ ପ୍ରତିଷ୍ଠା ପ୍ରତିପତ୍ତି ଅକ୍ଷୁର୍ଣ୍ଣ ରହିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ପରିସ୍ଥିତିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବା ଫଳରେ ସାମାଜିକ ଭାବମୂର୍ତ୍ତି ସୁରକ୍ଷା ହେବ। ବ୍ୟବସାୟରେ କର୍ମଚାରୀ ମାନଙ୍କର ସହଯୋଗ ପାଇ ଉତ୍ସାହ ବଢିବ। ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ। ସମ୍ପର୍କୀୟଙ୍କ ସହ ମନୋରଞ୍ଜନ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ। ହଠାତ୍ ଭ୍ରମଣରୁ ଅର୍ଥଲାଭ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ଧନୁ:-ବ୍ୟବସାୟ ବଢାଇବାରେ ସମର୍ଥ ହେବା ସହ ବେସୀ ଉପକୃତ ହେବେ। ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ଚାଲୁ କରିବାକୁ ସକ୍ଷମ ହେବେ। ଆମୋଦ ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହିତ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡି ପାରନ୍ତି। ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମକର:-ରାଜନୀତି କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। କଳା, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ ଓ ଅଧିକ ଲାଭବାନ୍ ହେବେ। ବନ୍ଧୁ, ମିତ୍ରଙ୍କ ସାହାଯ୍ୟ ସହଯୋଗ ପାଇ ପୁରୁଣା ପ୍ରାପ୍ୟ ଆଦାୟ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଘଟିବା ସହ ଆକସ୍ମିକ ଧନ ପ୍ରାପ୍ତି ହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ସାମାଜିକ କ୍ଷେତ୍ରରେ ମାନସମ୍ମାନ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ବ୍ୟବସାୟରେ ଉନ୍ନତି, ଲାଭ ପ୍ରାପ୍ତି ହେବା ସହ ଆୟବୃଦ୍ଧି ଯୋଗେ ଆନନ୍ଦିତ ହେବେ। ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହୋଇ ପାରେ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ମୀନ:-ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ କୃତକାର୍ଯ୍ୟ ହୋଇ ଆନନ୍ଦିତ ହେବେ। ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଉଚ୍ଚ ପ୍ରଶଂସିତ ହେବେ। କର୍ମଚାରୀ ଓ ଶ୍ରମିକମାନେ କଠିନ ପରିଶ୍ରମ କରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!