ଦୈନିକ ରାଶିଫଳ: 27 ଫେବୃୟାରୀ 2025, ଗୁରୁବାର, ମା’ ଲକ୍ଷ୍ମୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ଅଧ୍ୟୟନ, ଅନୁସନ୍ଧାନ, ଲେଖନ ଆଦି କାର୍ଯ୍ୟ ଆରମ୍ଭ କରି ପାରିବେ। ପରିଶ୍ରମର ପୁରା ଲାଭ ମିଳିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ। ସରକାରୀ ସାହାଯ୍ୟ ପାଇବାର ସୁଯୋଗ ହାତ ପାହାନ୍ତାରେ ପହଞ୍ଚିବ। ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ। ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ। ସାମାଜିକ କାମରେ ପ୍ରଶଂସା ମିଳିବ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ବ୍ୟବସାୟରେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ। ପାରିବାରିକ କ୍ଷେତ୍ରକୁ ସରସ ସୁନ୍ଦର କରିବାର ପ୍ରଯତ୍ନ କରିବେ। ବିଦ୍ୟାରେ ଉନ୍ନତି ଓ ପ୍ରଶଂସିତ ହେବେ। ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମିଥୁନ:-ସାମାଜିକ ସ୍ତରରେ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟର ଦାୟିତ୍ଵ ନେଇ ମାନପ୍ରତିଷ୍ଠା ବଢିବ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ ଆଦାୟ ହେବ। ଶିକ୍ଷାର୍ଥୀମାନେ ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ। ଉଚ୍ଚାଧିକାରୀ, ସହକର୍ମୀ, ଭାଇବନ୍ଧୁ ବା କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। ପରିବାରର ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁ ବ୍ୟତିବ୍ୟସ୍ତ ହୋଇଯିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ। ବିଦ୍ୟାରେ ଉନ୍ନତି କରିବେ। ସାମ୍ବାଦିକମାନେ କୌଣସି ଶୁଭ ସମାଚାର ଶୁଣିବାକୁ ପାଇବେ। କର୍ମ କ୍ଷେତ୍ରରେ ଶୁଭ ସମାଚାର ପାଇ ଖୁସିହେବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ମାନସମ୍ମାନ, ଯଶ, କୀର୍ତ୍ତିରେ ବୃଦ୍ଧି ହେବ। ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ। ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଆନ୍ତରିକ ଶକ୍ତି ଓ ଆତ୍ମବଳ ଦ୍ଵାରା ଆଗକୁ ବଢିବାରେ ସକ୍ଷମ ହେବେ। କାମକାର୍ଯ୍ୟରେ ନୂଆ ଅନୁଭୂତି ପ୍ରୟୋଗ କରି ମାନସିକ ଶାନ୍ତି ଅନୁଭବ କରିବେ। ରାଜନୀତି କ୍ଷେତ୍ରରେ ଶତୃମାନଙ୍କୁ ମୁକାବିଲା କରି ପାରିବେ। ଜନସମ୍ପର୍କ ସୁଦୃଢ ହେବ। ଯାହା ଚିନ୍ତା କରିବେ ତାହା ପୂରଣ ହେବ। ମାନସିକ ଚିନ୍ତା ଦୂର ହେବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ। ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ରାଜକୀୟ ମାମଲାରେ ସଫଳତା ମିଳିବ। ବ୍ୟବସାୟ କ୍ଷେତ୍ରରେ ଧନ ଲାଭ ହେବାରୁ ମନ ଖୁସି ରହିବ। କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ରୋଜଗାର ସମସ୍ୟା ସୁଧୁରି ଯିବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇ ପାରେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।

ତୁଳା:-ଅଧିକାରୀ କାମରେ ପ୍ରସନ୍ନ ରହିବେ। ଅଧସ୍ତନକର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରି ପାରିବେ। ରାଜନେତା ମାନଙ୍କର ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। କାର୍ଯ୍ୟ ପୁରଣରେ ବିଳମ୍ବ ହେବ। ସଂଘର୍ଷ ଦ୍ଵାରା ସଫଳତା ମିଳିବ। ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ। ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ। ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତିହେବ। ବ୍ୟବସାୟ ପାଇଁ ଯୋଗାଯୋଗ କରିଥିବା କ୍ଷେତ୍ରରୁ କୌଣସି ନୂଆ କାମ ବା ନୂଆ ଅର୍ଡର ମିଳିପାରେ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ। ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ ଓ ବିରୋଧୀମାନେ ଦୂରେଇ ଯିବେ। ସମସ୍ତ ସମସ୍ୟା ଶାନ୍ତିପୂର୍ବକ ଢଙ୍ଗରେ ସମାଧାନ କରି ପାରିବେ ଓ କଷ୍ଟରୁ ମୁକ୍ତି ପାଇବେ। ଗୃହାପୋକରଣ ନୂତନ ଦ୍ରବ୍ୟ କ୍ରୟ କରିବେ। ବାଣିଜ୍ୟ ବ୍ୟାପାର ମାମଲାରେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।

ମକର:-ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗି ପାରନ୍ତି। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଶିକ୍ଷାପ୍ରତି ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ଅନାବଶ୍ୟକ ଖର୍ଚ୍ଚ ଅଧିକରୁ ଅଧିକ ହେବାଫଳରେ ମାନସିକ ଦୁଃଶ୍ଚିନ୍ତା ବଢ଼ିଯିବ। ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଶତୃମାନେ ମଥାନତ କରିବେ। ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ। ବିଦ୍ୟାର୍ଥୀମାନେ ନିଜର ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ। ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!