ଦୈନିକ ରାଶିଫଳ: 27 ମଇ 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ଅଧାଥିବା କାର୍ଯ୍ୟ ପୂରଣ ହେବ। ଆର୍ଥିକ ଦିଗରୁ ଉନ୍ନତି ଫଳରେ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ। ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ ଓ ଶୁଭ ସୂଚନା ପାଇବେ। ପାରିବାରିକ ସମସ୍ୟାକୁ ସମାଧାନ କରି ମାନସିକ ଶାନ୍ତି ପାଇବେ। ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ମନୋରଞ୍ଜନ କାମରେ ପ୍ରଶଂସା ମିଳିବ। ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ। ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ, ମୂଲ୍ୟବାନ ପଦାର୍ଥ କ୍ରୟ କରି ପାରନ୍ତି। ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। ଜାଗାଜମି, ଯାନ ବାହାନ, ଗୃହ ଉପକରଣ କ୍ରୟ କରିପାରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କର୍କଟ:-ସାମାଜିକ ପତିଆରା ଅମଳିନ ରହିବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ। ବ୍ୟାପାର ଓ କାରବାରରେ ସୁଧାର ଆସିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡି ପାରେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ରାଜନୀତିରେ ଉନ୍ନତି ହେବ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍। ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ସନ୍ତାନଙ୍କ ଚିନ୍ତାରେ ମାନସିକ ଅସ୍ଥିରତା ଦେଖାଦେବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାସହ ଆକସ୍ମିକ ଧନ ପ୍ରାପ୍ତି ହେବ। ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ଆର୍ଥିକ ସମସ୍ୟା ସମାଧାନ ହୋଇଯିବ। କର୍ମକ୍ଷେତ୍ରରେ ମନୋମାଳିନ୍ୟ ଦୂରେଇ ଯାଇ ଆଶା କରିଥିବା କାର୍ଯ୍ୟଟି ପୂରଣ କରିପାରିବେ। ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମାଧାନ ହୋଇ ଯିବ। ନାନାପ୍ରକାର ସୁବିଧା ସୁଯୋଗ ମିଳିବା ସହ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ। ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ। ସନ୍ତାନ ମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ଟଙ୍କାର ଆବଶ୍ୟକତା ପୂରଣ ହେବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀ ମାନେ ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ କର୍ମକ୍ଷେତ୍ରରେ ଉନ୍ନତି ଓ ସମ୍ମାନ ବୃଦ୍ଧି ହେବ। ଆର୍ଥିକସ୍ଥିତି ସୁଧୁରିଯାଇ ନିର୍ମାଣଧୀନ କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ। ବନ୍ଧୁ ମିତ୍ରମାନଙ୍କର ସହଯୋଗ ପ୍ରାପ୍ତି ହେବାସହ ଭୂମି, ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ। ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କଠାରୁ ସମାଲୋଚିତ ହେବେ ଓ ମାନହାନୀର ସମ୍ଭାବନା ଅଛି। ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ। ଟଙ୍କାର ଆବଶ୍ୟକତା ପୂରଣ ହେବା ଫଳରେ ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତିକରି ପାରିବେ ନାହିଁ। ରାଜନୀତି କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମୀନ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ସରକାରୀ ସାହାଯ୍ୟ ମିଳିବା ଫଳରେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶା ଜନକ ଫଳ ପ୍ରାପ୍ତି ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!