ଦୈନିକ ରାଶିଫଳ: 27 ମଇ 2025, ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି 4 ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସୁବିଧା ସୁଯୋଗ ପାଇ ଅଧା ହୋଇପଡ଼ିଥିବା ଗୃହକାର୍ଯ୍ୟ ସଂପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ। ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ। ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ଓ ଯାହା ଚିନ୍ତା କରିବେ ତାହା ପୂରଣ ହେବ। ବିରୋଧୀମାନେ ପରାସ୍ତ ହେବେ। ଛାତ୍ରଛାତ୍ରୀମାନେ ଉଚିତ ପନ୍ଥା ଗ୍ରହଣ କରି ବିଦ୍ୟାରେ ସଫଳ ହେବେ। ନିଜ ଲୋକମାନେ ହିଁ କାମରେ ଆସିବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ। ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ବ୍ୟବସାୟରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତିହେବ। ମିତ୍ରଙ୍କ ଦ୍ଵାରା ସହାୟତା ମିଳିବା ଫଳରେ ସାମାଜିକ ସ୍ଥିତି ଓ ମାନସମ୍ମ।ନ ବଜାୟ ରହିବ। ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ।

ମିଥୁନ:-ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ। କୌଣସି ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ, ଆୟବୃଦ୍ଧି ହେବ, ଲୋକ ସମ୍ପର୍କ ବୃଦ୍ଧି ହେବ। ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ପାରିବାରିକ କ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ। କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ। ପ୍ରତିକାର- ସବୁଜରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କର୍କଟ:-ଦୂରଯାତ୍ରାର ସୁଯୋଗ ପାଇବେ। ମାନସିକ ଶାନ୍ତି ଦେଖାଦେବ। ପାର୍ଟିବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ। ପାରିବାରିକ ମାମଲା ବହୁତ ସହଜ ସରଳ ହେବା ସହ ପରିବାରରେ ସୁଖ ସମ୍ପନ୍ନତା ଲାଭ ହେବ। ନୂତନ ବସ୍ତୁ କ୍ରୟ କରିପାରିବେ। ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ସିଂହ:-ବୁଦ୍ଧିମତା କାରଣରୁ ଅଚାନକ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଅତ୍ୟଧିକ ଲାଭାନ୍ଵିତ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।

କନ୍ୟା:-ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ। ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ। ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ। ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃ ଓ ବିରୋଧୀମାନେ କିଛି କ୍ଷତି କରିପାରିବେ ନାହିଁ। ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ। ନିଜ ଲୋକମାନେ ହିଁ କାମରେ ଆସିବେ। ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢିବ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ସହ ଦଇତ୍ଵ ବଢିଯିବ। ପ୍ରେମକ୍ଷେତ୍ରରେ ଆପୋଷ ସମାଧାନର ରାସ୍ତା ଖୋଲି ଯିବ। ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ। ମନକୁ ଆଘାତ ଲାଗିଲାପରି କଥା ଶୁଣିବାକୁ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଶୁଭ ସମାଚାର ଶୁଣି ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ କାର୍ଯ୍ୟ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମକର:-ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ ଓ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ। ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। ପରିବହନ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ବନ୍ଧୁଙ୍କ ଶୁଭକର୍ମରେ ଯୋଗଦେବାକୁ ପଡି ପାରେ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଘଟିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ। ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ରାଜନୀତି କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହୋଇ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ। ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ ଓ ନିଯେ ମଧ୍ୟ ଖୁସି ଏବଂ ସୁରକ୍ଷିତ ଅନୁଭବ କରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମୀନ:-ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ। କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ନୂଆ ସମ୍ପର୍କ ସୃଷ୍ଟି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ। ଗୃହରେ ଶୁଭକାର୍ଯ୍ୟ ହେବା ପାଇଁ ଆୟୋଜନ କରିବେ। କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ପାରିବାରିକସ୍ତର ହସ ଖୁସିରେ କଟିବ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବା ଫଳରେ ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!