ଦୈନିକ ରାଶିଫଳ: 27 ମାର୍ଚ୍ଚ 2024, ବୁଧବାର, ଶ୍ରୀ ଗଣେଶଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମସ୍ତ ସମସ୍ୟାକୁ ସୁଧାରି ନବା ଫଳରେ ଉପରିସ୍ଥ ଅଧିକାରୀଙ୍କ କୃପା ଦୃଷ୍ଟିରେ ରହି ପାରିବେ। ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ନୂତନ ଲୋକଙ୍କ ସହିତ ଭେଟ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଆର୍ଥିକ ଉନ୍ନତି ହେବାସହ ନୂତନ ଯୋଜନାରେ ସଫଳତା ମିଳିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବୁଦ୍ଧିମତା କାରଣରୁ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ଅତ୍ୟଧିକ ଅର୍ଥ ଆୟ କରିବାଦ୍ୱାରା ଆର୍ଥିକ ସଙ୍କଟ ଦୂରେଇ ଯିବ। ବ୍ୟବସାୟ କ୍ଷେତ୍ରରେ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧି ଆଶା କରି ହେବ। ରାଜନେତା ମାନଙ୍କର ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ବଢ଼ିବ। ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମିଥୁନ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବା ଫଳରେ ରାଜକୀୟ ମାମଲାରେ ସଫଳତା ମିଳିବ। ଆର୍ଥିକ ସମସ୍ୟା ସମାଧାନ ହୋଇ ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ବ୍ୟବସାୟ କ୍ଷେତ୍ରରେ ଉଚିତ ପନ୍ଥା ଗ୍ରହଣ କରି ଆଲୋଚନା ମାଧ୍ୟମରେ ଲାଭ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

କର୍କଟ:-ପରିବାରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ବନ୍ଧୁବାନ୍ଧବ ମାନଙ୍କ ସହ ସାବଧାନତା ପୂର୍ବକ ନ ଚଳିଲେ ବିପଦରେ ପଡିବେ। ନିଜେ ଗାଡ଼ି ଚଳାଉ ଥିଲେ ଧଳା ଓ କଳାରଙ୍ଗର ଗାଡ଼ିଥିଲେ ଗାଡ଼ିରେ ଗୋଟିଏ ପଇଡ଼ରଖି ଯାତ୍ରା କରନ୍ତୁ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ବ୍ୟବସାୟରେ ପ୍ରସାର, ପ୍ରଚାର କରିବା ସହ ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ। ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ ଓ ଆୟ ବୃଦ୍ଧି ହେବ। ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନଆଦି କ୍ରୟ କରି ପାରିବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କନ୍ୟା:-ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀମାନେ ଉତ୍ସାହିତ ହେବେ। ଦାମ୍ପତ୍ୟ ଜୀବନରେ ପ୍ରେମ ଏବଂ ସୁଖ ବୃଦ୍ଧି ପାଇବ ଯେଉଁଥିପାଇଁ ପାରସ୍ପରିକ ସମନ୍ୱୟ ମଧ୍ୟ ବୃଦ୍ଧି ପାଇବ। ମାନସିକତା ବହୁତ ସକାରାତ୍ମକ ହେବ। ପ୍ରାୟତଃ ସବୁ କ୍ଷେତ୍ରରେ ଆପଣଙ୍କ ପାଇଁ ଶୁଭ ହେବ। ଅଫିସ୍ ପରିବେଶ ଆପଣଙ୍କ ପାଇଁ ବହୁତ ଭଲ ରହିବ। ବ୍ୟାଙ୍କିଙ୍ଗ୍ ବୃତ୍ତି ସହିତ ଜଡିତ ଲୋକମାନେ ପୁରସ୍କାର ପାଇପାରିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ତୁଳା:-ଶରୀର ସୁସ୍ଥ ରହିବାସହ ଆର୍ଥିକ ଦିଗରୁ ସୁବିଧା ପାଇବେ। ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବା ଫଳରେ ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ମିଳି ପାରିବ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା:-କଠିନ ପରିଶ୍ରମରୁ ନିବୃତ୍ତ ହୁଅନ୍ତୁ ନାହିଁ। ସହକର୍ମୀମାନେ କର୍ମକ୍ଷେତ୍ରରେ ଆପଣଙ୍କୁ ଭଲ ସମର୍ଥନ ଦେବେ। ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ନିଜ ମନମୁତାବକ କାମ କରିପାରିବେ। ଆପଣଙ୍କର ଯୋଜନା କାହା ସହିତ ଅଂଶୀଦାର କରନ୍ତୁ ନାହିଁ। ପ୍ରେମ ସମ୍ପର୍କ ବିଷୟରେ ବହୁତ ସତର୍କ ରହିବା ଆବଶ୍ୟକ। କାରଣ ଅସହିଷ୍ଣୁତାର ଶିକାର ହୋଇ ପାରନ୍ତି। ଅତ୍ୟଧିକ କାର୍ଯ୍ୟ ଚାପ ଯୋଗେ ସ୍ୱାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବା ସହ ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ଆମୋଦ ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ବଢିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ। ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ସନ୍ତାନମାନେ ଶ୍ରେଷ୍ଠସ୍ଥାନ ଲାଭ କରିବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ମକର:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସହକର୍ମୀ ମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ମାଲିମୋକଦ୍ଦମାରେ ସଫଳତା ମିଳିବ। ପରିଶ୍ରମର ସୁଫଳ ଭୋଗ କରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:-ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇପାରିବ। ଆର୍ଥିକସ୍ଥିତିରେ ସୁଧାର ଆସିବ। ଶାରୀରିକ ପୀଡ଼ା, ମନରେ ଦୁଶ୍ଚିନ୍ତା ଦୂରେଇ ଯିବାସହ ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ। ସକଳ କାର୍ଯ୍ୟରେ ସଫଳ, ସୁଖ, ସମ୍ପତ୍ତି ଲାଭ, ମିଷ୍ଠାନ୍ନ ଭୋଜନପ୍ରାପ୍ତି, ଉଚ୍ଚଆଶା ପୂରଣ ହେବା ସହ ବନ୍ଧୁମିତ୍ରଙ୍କର ସାହାଯ୍ୟ ପ୍ରାପ୍ତି ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ମୀନ:-ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ। ସହକର୍ମୀ ଓ ସାଧାରଣ ବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!