ମେଷ:-ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ଅନୁଭବ କରିବେ। ବ୍ୟାପାର ଓ କାରବାରରେ ସୁଧାର ଆସି ପରିଶ୍ରମ କଲେ ଧନ ପ୍ରାପ୍ତି ହେବ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ। ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ପରାକ୍ରମ ବଢିବ ଓ ପରିଶ୍ରମ, ମେହନତର ପରିଣାମ ମିଳିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବୃଷ:-ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ। ନୂତନ ବସ୍ତୁ କ୍ରୟ କରିପାରିବେ। ଆର୍ଥିକ ସ୍ଥିତିରେ ସୁଧାର ଆସିବ। ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ। ରାଜନୀତିରେ ସଫଳତା ମିଳିବା ସହ ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ। ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବା ଫଳରେ ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ମିଥୁନ:-ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ। ଆର୍ଥିକ ସଙ୍କଟ ଦୂରେଇଯିବ। ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ। ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ। ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ। ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ। ଛାତ୍ର ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ। ପ୍ରତିକାର- ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ।
କର୍କଟ:-ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ଶତୃମାନେ ପରାଜିତ ହେବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ। ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନ ଓ ଶରୀର ଭଲ ରହିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ।ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ସିଂହ:-ସଭା ସମିତିରେ ନୂଆ ପୁରୁଣା ପାର୍ଥକ୍ୟ ବିଷୟରେ ଆଲୋଚନା କରିବା ଫଳରେ ଆପଣଙ୍କ ଭାଷଣଶୁଣି ଲୋକମାନେ ପ୍ରଭାବିତ ହେବେ। ଉଚ୍ଚଶିକ୍ଷା ପାଇଁ ଇଞ୍ଜିନିୟରିଂ ଛାତ୍ରମାନେ ଉତ୍କୃଷ୍ଟ ସୁଯୋଗ ପାଇ ପାରିବେ। ଅର୍ଥ ସମ୍ପର୍କିତ ସମସ୍ୟାର ଶୀଘ୍ର ନିଷ୍ପତ୍ତି ନେଲେ ନୂତନ ବ୍ୟବସାୟର ସୁଯୋଗ ପାଇପାରିବେ। ପ୍ରଭାବଶାଳୀ ଲୋକଙ୍କ ଠାରୁ ଉଚିତ୍ ପରାମର୍ଶ ନେଇ କର୍ମ କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
କନ୍ୟା:-ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ। ପୁରାତନ ରୋଗର ଉପସମ ହେବା ସହ ବନ୍ଧୁ ସମାଗମ ହେବ। ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ। ପରିବାରରେ ଆଦରଣୀୟ ହୋଇ ସୁଖଭୋଗ କରିବେ। ଟଙ୍କାର ଆବଶ୍ୟକତା ପୂରଣ ହେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ତୁଳା:-ସାମାଜିକ କାର୍ଯ୍ୟରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ମନ ଓ ଶରୀର ଭଲ ରହିବ। ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ। ଛାତ୍ରଛାତ୍ରୀମାନଙ୍କର ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ବ୍ୟବସାୟରେ ଯେତେ ଜଟିଳ ସମସ୍ୟା ଦେଖାଦେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ବାଦବିବାଦ, ପରୀକ୍ଷା, ପ୍ରତିଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ବିଚ୍ଛା:-ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ। କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତ ହେବେ। ବ୍ୟବସାୟୀ ମାନେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଗୁରୁ ଗୁରୁଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ଧନୁ:-ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ। ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ। କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ। ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିର ସମ୍ମୁଖୀନ ହେବେ। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ମକର:-ବୁଦ୍ଧିମତା କାରଣରୁ ଅଚାନକ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ। ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଅତ୍ୟଧିକ ଲାଭାନ୍ଵିତ ହେବେ। ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ। ପ୍ରତିକାର- ମିଶ୍ରିଟିକେ ଖାଇ ଘରୁ ବାହାରନ୍ତୁ।
କୁମ୍ଭ:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ ଶୁଭ ସମାଚାର ଶୁଣି ମାନସିକ ଦୁଃଶ୍ଚିନ୍ତା ଦୂର ହେବ। ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ କାର୍ଯ୍ୟ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।
ମୀନ:-କର୍ମକ୍ଷେତ୍ରରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ। ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ। କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ। କାମକାର୍ଯ୍ୟ ବିଷୟକୁ ନେଇ ବହୁତ ଖୁସି ରହିବେ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।