ଦୈନିକ ରାଶିଫଳ: 28 ଅକ୍ଟୋବର 2023, ଶନିବାର, ଶନିଦେବଙ୍କ କୃପା ରହିବ ଏହି 4ଟି ରାଶି ଉପରେ, ମିଳିବ କର୍ମରେ ଉନ୍ନତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସହକର୍ମୀ ଓ କୌଣସି ବିଶିଷ୍ଠ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢ଼େଇ ଦେବ। କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। କାହାର ଡାକରା ପାଇ ଯଦି ଦୂରଯାତ୍ରା କରନ୍ତି କଷ୍ଟ ପାଇବେ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟିକ କାର୍ଯ୍ୟ ସହଜ ସରଳରେ ସମାଧାନ ହେବ। ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ରାଜନୀତିରେ କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। ପଇସା ଅଭାବରୁ ମାନସିକ ଅଶାନ୍ତି ବୃଦ୍ଧି ପାଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଶତୃନାଶ, ଋଣନାଶ ଓ କାର୍ଯ୍ୟ।ଳୟରେ ପରିଚାଳନାଗତ ସମସ୍ୟା ସମାଧାନ ହେବ। ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବା ସହ ଅଧିକାରୀ କାମରେ ପ୍ରସନ୍ନ ରହିବେ। ସରକାରୀ ସାହାଯ୍ୟ ସହଯୋଗ ହାତଛଡା ହେବାର ନାହିଁ। ରାଜନେତା ମାନଙ୍କର ସୁଖ ସମୃଦ୍ଧି ବୃଦ୍ଧିହେବା ସହ ଅଚାନକ ଧନପ୍ରାପ୍ତି ହେବ। କର୍ମକ୍ଷେତ୍ରରେ କରିଥିବା କାମର ଶୁଭ ସୂଚନା ପାଇବେ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଦୈନଦିନ କର୍ମପ୍ରତି ଉତ୍ସାହ ବୃଦ୍ଧି ପାଇବ। ଅନେକ ସମସ୍ୟାର ସମାଧାନ ହୋଇ ମାନସମ୍ମାନ ଯଶପ୍ରତିଷ୍ଠା ଲାଭହେବ। ଜାଗାଜମି, ଗୃହ ଓ ନୂତନ ବାହନଆଦି ପ୍ରାପ୍ତି ହୋଇପାରେ। କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଶୁଭ ସମାଚାର ପାଇ ମନ ଖୁସି ହେବାସହ ଦୂରଯାତ୍ରାକରି ଲାଭ ପାଇବେ। ପିଲାଙ୍କ ସହ ଖୁସିରେ ରହିବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ସିଂହ:-ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ। ବରିଷ୍ଠ ବ୍ୟକ୍ତିଙ୍କ ଆଶୀର୍ବାଦ ପାଇ କର୍ମକ୍ଷେତ୍ରରେ ଆପଣଙ୍କର କାର୍ଯ୍ୟ ପ୍ରଶଂସିତ ହେବ। ନିଷ୍ଠାର ସହ ପରିଶ୍ରମ ଫଳରେ ବ୍ୟବସାୟ କ୍ଷେତ୍ରରେ ସମ୍ପୂର୍ଣ୍ଣ ଲାଭ ପାଇବେ।ପ୍ରେମିକ ପ୍ରେମିକା ମାନଙ୍କର କ୍ରୋଧ ନିୟନ୍ତ୍ରଣ ନ ରଖିଲେ କ୍ଷତି ସହିବେ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

କନ୍ୟା:-ସାମାଜିକ ସ୍ତରରେ ନିଜର ଉପସ୍ଥିତି ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ। ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ବନ୍ଧୁତ୍ଵ ବୃଦ୍ଧି ପାଇବ। ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ହେବ। ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକ ଦେଖା ଦେଇ ପାରେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। ପରିବାରରେ ନୂତନ ସମ୍ବନ୍ଧ ସୃଷ୍ଟିହେବା ଫଳରେ ଖୁସିର ବାତାବରଣ ସ୍ଥାୟି ରହିବ। ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ। କାମଧନ୍ଦାରେ ମନ ଲାଗିବା ଫଳରେ ବିଶେଷ ଉପକୃତ ହେବେ। ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁ ନୂତନ ବ୍ୟବସାୟର ଯୋଜନା କରିବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶତ୍ରୁନାଶ ହେବାସହ ଧନପ୍ରାପ୍ତି ହେବ ଓ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ। କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। ରାଜନୀତି କ୍ଷେତ୍ରରେ ଲୋକସମ୍ପର୍କ ବୃଦ୍ଧି ହେବା ସହ ସୁ-ସମ୍ବାଦ ପାଇ ଖୁସିହେବେ। ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ। ଅର୍ଥଲାଭର ମାର୍ଗ ଖୋଲି ଯିବାସହ କୌଣସି ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ଧନୁ:-ବ୍ୟବସାୟ କ୍ଷେତ୍ରରେ ଆୟ ବଢିବା ଫଳରେ ଆର୍ଥିକ ସଙ୍କଟ ଦୂରେଇ ଯିବ। ନୂତନ କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବାସହ ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷାକରି ପ୍ରଶଂସିତ ହେବେ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ଆର୍ଥିକ ଦିଗରୁ ଉନ୍ନତି ହେବା ଫଳରେ ନୂତନପନ୍ଥା ଅନୁସରଣ କରିବେ। ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେନାହିଁ। ରାଜନୀତି କ୍ଷେତ୍ରରେ ସ୍ୱାର୍ଥରକ୍ଷା କରିବା ପାଇଁ କଠିନ ପରିଶ୍ରମ କରିବେ। ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବାସହ ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ନିଜର କର୍ତ୍ତବ୍ୟ ପ୍ରତି ଧ୍ୟାନ ରଖିବା ଅତ୍ୟନ୍ତ ଆବଶ୍ୟକ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି। ପ୍ରତିକାର:-ଦିବ୍ୟାଙ୍ଗ, ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଶାରିରୀକ ଅସୁସ୍ଥତା ଦୂର ହୋଇ ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ନେଇ ଧାଁ ଦଉଡ଼ କରିବାକୁ ପଡ଼ିପାରେ। ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ମୀନ:-ସାମାଜିକ ସ୍ତରରେ ସମ୍ମାନ ଲାଭ ହେବାସହ କିଛି ଧନ ସମ୍ପତ୍ତି ପାଇବାର ଯୋଗ ମଧ୍ୟ ଅଛି। ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ବ୍ୟବସାୟରେ ପ୍ରଚୁର ଲାଭ କରି ପାରିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇବେ। ପାରିବାରିକ କ୍ଷେତ୍ରରେ ଭୂଲ ବୁଝାମଣା କଟି ଯାଇ ଶାନ୍ତି ବାତାବରଣ ସୃଷ୍ଟି ହେବ। ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବା ସହ ରାଜନୀତି ମାମଲାରେ ସଫଳତା ମିଳିବ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!