ଦୈନିକ ରାଶିଫଳ: 28 ଅକ୍ଟୋବର 2025, ମା’ମଙ୍ଗଳାଙ୍କ କୃପାରୁ ଏହି 5 ରାଶିଙ୍କୁ ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସମାଜରେ ପ୍ରତିଷ୍ଠା ବୃଦ୍ଧି ପାଇବ। ଅଧୁରା ରହିଥିବା କାର୍ଯ୍ୟ ପୂରଣ କରିପାରିବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ। ରାଜନୀତି କ୍ଷେତ୍ରରେ ଜଡିତ ଲୋକମାନଙ୍କୁ ଉଚ୍ଚପଦ ମିଳିପାରେ। ଛୋଟ ଭାଇ ଭଉଣୀଙ୍କୁ ଉପହାର ଦେଇପାରନ୍ତି। ବ୍ୟବସାୟୀମାନେ ନୂଆ ଚୁକ୍ତି କରିବା ପୂର୍ବରୁ ତାହା ସତର୍କତା ଓ ଅନୁସନ୍ଧାନ କରିବା ଆବଶ୍ୟକ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶତୃମାନେ ଦୂର ହେବେ। ସରକାରୀ କ୍ଷେତ୍ରରେ ସଫଳତା ମିଳିବ। ଆଜି ରୋଜଗାରରେ ଉନ୍ନତି ହେବ। ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ। କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ମିଥୁନ:-ପରିବାରର ସଦସ୍ୟଙ୍କ ଭାବନା ପ୍ରତି ଧ୍ୟାନ ଦେଇ ଜୀବନସାଥୀଙ୍କ ସହିତ ସମୟ ବିତାଇବେ। ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧି ହେବ। ଘରୋଇ କାମରେ ସଫଳତା ମିଳିବ। ପ୍ରେମପ୍ରସଙ୍ଗରେ ସଫଳତା ମିଳିବ। ବିଦ୍ୟାର୍ଥିମାନଙ୍କୁ ଶୁଭଫଳ ପ୍ରାପ୍ତି ହେବ। ଏକୁଟିଆ ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ସମ୍ପର୍କକୁ ଆନ୍ତରିକତାର ସହିତ ବଜାୟ ରଖିବାକୁ ଚେଷ୍ଟା କରିବେ। ବ୍ୟବସାୟ ବିସ୍ତାର ହେବା ପାଇଁ ନୂଆ ପଦ୍ଧତି ଅନୁସରଣ କରିଲେ ଲାଭଦାୟକ ହେବ। ନୂତନ କାର୍ଯ୍ୟ ଆରମ୍ଭ କରିପାରିବେ। ମିତ୍ରମାନଙ୍କ ମାଧ୍ୟମରେ ଶୁଭ ସମାଚାର ଶୁଣିବାକୁ ମିଳିପାରେ। ପାରିବାରିକ ମାମଲା ବହୁତ ସହଜ ସରଳହେବ। ସ୍ୱାସ୍ଥ୍ୟ ଭଲ ରହିବ। ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ୍ଣ ହୋଇଯିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହୋଇ ମାନସିକ ଚିନ୍ତା ଦୂର ହେବ। ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ। ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବା ଫଳରେ ଜନସମ୍ପର୍କ ସୁଦୃଢ ହେବ। ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟୀ ହେବେ। କାରବାର ଓ କାମକାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ। ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି ତଳୁ ଉପର ସ୍ତରଯାଏ ଆଦର୍ଶ ସ୍ଥାନ ଗ୍ରହଣ କରିବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଜୟଯୁକ୍ତ ହେବେ। ରାଜନୀତିରେ କୂଟନୀତିର ଶୀକାର ହେଲେ ବି ସମ୍ମାନର ସହିତ ଦିନଟି ବିତାଇବେ। ବ୍ୟବସାୟୀମାନଙ୍କର ଲୋକ ସମ୍ପର୍କରେ ଉନ୍ନତି ହେବା ଫଳରେ ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ତୁଳା:-ସଠିକ୍‌ ସମୟରେ ସବୁ କାର୍ଯ୍ୟ ପୂରଣ କରିପାରିବେ। ଆପଣଙ୍କ ପରାମର୍ଶରେ ଲୋକମାନେ ଉପକୃତ ହୋଇପାରିବେ। ଭାଇ ଭଉଣୀଙ୍କ ସଫଳତାରେ ଗୌରବର ଅନୁଭୂତି ହେବ। ପିଲାମାନଙ୍କ ସହିତ ହସ ଖୁସିରେ ସମୟ ବିତାଇବେ। ନିଜ ବ୍ୟବହାରକୁ ସଂଯମ ରଖିଲେ ସହକର୍ମୀମାନେ ପ୍ରଶଂସା କରିବେ। ଆଇନ କାନୁନ ସମ୍ବନ୍ଧରେ ବିଜୟୀ ହେବେ। କ୍ୟାରିୟର ବିଷୟରେ ଶୁଭ ଖବର ପାଇବାର ସମ୍ଭାବନା ଅଛି। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ବିଚ୍ଛା:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପରିବାରର ପରିସ୍ଥିତି ସମାଧାନ କରିବେ। ଛାତ୍ର-ଛାତ୍ରୀମାନେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚ ଶିକ୍ଷା ଲାଭ କରିବେ। ପ୍ରେମିକ ପ୍ରେମିକା ମାନଙ୍କର ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ଶତୃମାନେ ପରାଜିତ ହେବେ। ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ। ଅଟକିଥିବା କାର୍ଯ୍ୟ ଚାଲୁ ହେବ। ଉତ୍ତରଦାୟିତ୍ୱ ବଢ଼ିବ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।

ଧନୁ:-ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ। ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ କଟିଯିବ ଓ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧିହେବ। ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ। ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ। ଗୁରୁ ଗୁରୁଜନ ଓ ମାଆବାପାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ। ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ସୋସିଆଲ୍‌ ମିଡିଆରେ ଅଧିକ ସମୟ ବିତାଇବେ। ବ୍ୟବସାୟରେ ଆୟ ବୃଦ୍ଧି ହେବା ସହ ଆଶା କରିଥିବା କାର୍ଯ୍ୟ ସମୟ ପୂର୍ବରୁ ପୂରଣ କରିପାରିବେ। ନିଜ ଦାୟିତ୍ୱ ପ୍ରତି ନିଷ୍ଠାବାନ ରହିବା ଫଳରେ ସଠିକ୍ ନିଷ୍ପତ୍ତି ନେବାର କ୍ଷମତା ବୃଦ୍ଧି ପାଇବ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ଆର୍ଥିକ କ୍ଷେତ୍ରରେ ଅଭାବ ପୂରଣ ହୋଇପାରେ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

କୁମ୍ଭ:-ସନ୍ତାନ ମାନଙ୍କର ସଫଳତାରେ ମନ ଉତ୍ସାହିତ ରହିବ। କୌଣସି ବିଦେଶୀ କମ୍ପାନୀରୁ ଚାକିରୀ କରିବାର ଅଫର୍‌ ମିଳି ପାରେ। ବ୍ୟବସାୟ ବୃଦ୍ଧି ହେବାରୁ ପୁରୁଣା ଋଣରୁ ମୁକ୍ତି ପାଇବେ। ନୂତନ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରିବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ। ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।

ମୀନ:-ସମାଜ ସେବାରେ ସ୍ଵନାମ ଅର୍ଜନ କରି ପାରିବେ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ। ମିତ୍ର ଓ ଭାଇମାନଙ୍କୁ ସାହାଯ୍ୟ କରି ଆର୍ଥିକ ସମସ୍ୟାରେ ଚିନ୍ତିତ ହୋଇ ପାରନ୍ତି। ନ୍ୟାୟମାର୍ଗ ଓ ମିଷ୍ଟବଚନ ଯୋଗେ କର୍ମକ୍ଷେତ୍ରରେ ଉନ୍ନତି କରି ପାରିବେ। ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ