ଦୈନିକ ରାଶିଫଳ: 28 ଅଗଷ୍ଟ 2023, ସୋମବାର, ମହାଦେବଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରି ପାରିବେ। ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ। ବିଚାର ବିଭାଗ ରାୟ ସପକ୍ଷରେ ଯିବ। ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ। ବ୍ୟବସାୟରେ ସଫଳତା ପାଇବେ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶିକ୍ଷାକ୍ଷେତ୍ରରେ ରୁଚି ବୃଦ୍ଧି ପାଇବା ସହ ପରୀକ୍ଷା ପରିଣାମ ଅନୁକୂଳ ହେବ। ପାରିବାରିକ ଅଶାନ୍ତି ଦୂରେଇ ଯାଇ ପରିବାରରେ ସୁସ୍ଥ ବାତାବରଣ ଜାରିରହିବ। କେତେକ କ୍ଷେତ୍ରରେ ବନ୍ଧୁମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ। ସାହିତ୍ୟ, କଳା, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଜୟଯୁକ୍ତ ହେବେ। ପରିବାରରେ ମାନ ମନାନ୍ତର ଦୂର ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-ରାଜନୈତିକ କ୍ଷେତ୍ରରେ ନିଜର ଏକ ବାହ୍ୟରୂପ ଧାରଣ କରିବା ସହିତ ବିଜ୍ଞତାର ସହିତ ପରିସ୍ତିତିର ସମ୍ମୁଖୀନ ହେବା ଶ୍ରେୟସ୍କର ହେବ। ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ଆନନ୍ଦିତ ହେବେ। କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ଅଟକିଥିବା ଧନ ମିଳିଯିବ। ଉଚ୍ଚଆଶା ସଫଳହେବ। ସନ୍ତାନ ମାନଙ୍କ ଭବିଷ୍ୟତ ଚିନ୍ତା କରି ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ। ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ଆର୍ଥିକଦିଗରୁ ଉନ୍ନତି ହେବାସହ ସ୍ୱାସ୍ଥ୍ୟ ଠିକ୍ ରହିବ। କୃଷିଜାତଦ୍ରବ୍ୟ ବାଣିଜ୍ୟରେ ଆୟ ଆଶାତୀତ ହେବ। ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ସ୍ଵଚ୍ଛଳତା ଦେଖାଦେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ସିଂହ:-ସମସ୍ତ କାର୍ଯ୍ୟରେ ସଫଳତା ପାଇବାସହ ଆକସ୍ମିକଧନ ପ୍ରାପ୍ତି ହେବ। ବ୍ୟବସାୟରେ ସଫଳତା, ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ, ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ। କୌଣସି କାର୍ଯ୍ୟକ୍ରମରେ ସମ୍ମାନିତ ହେବେ। ନୂତନ କର୍ମ ସଂସ୍ଥାରେ ନିଯୁକ୍ତି ପାଇବାର ଯୋଗ ମଧ୍ୟ ରହିଛି। କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତ ହେବେ। ବିଦେଶ ଯାତ୍ରାରେ ସଫଳ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

କନ୍ୟା:-କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ। ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ବନ୍ଧୁ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ପାଇ ଆର୍ଥିକ ସମସ୍ୟା ଦୂର ହୋଇଯିବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ। ପାରିବାରିକ କ୍ଷେତ୍ରରେ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ତୁଳା:-ପରିବାରର ସମସ୍ୟା ସମାଧାନ ହୋଇଯିବ। ଗୃହରେ ଥିବାକଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ବ୍ୟବସାୟୀ ମାନେ ଆବଶ୍ୟକତା ଠାରୁ ଅଧିକ ଆଦାନ-ପ୍ରଦାନ କରି ଉଚିତ ଲାଭ ପାଇବେ। କଳା ସାହିତ୍ୟ କିମ୍ବା ଆନୁଷ୍ଠାନିକ କାମଗୁଡ଼ିକରେ ସମସ୍ୟା ସମାଧାନ ହୋଇଯିବ। ମାଲିମୋକଦ୍ଦମାରେ ସଫଳହେବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରି ବ୍ୟବହାରକୁଶଳ, ଅନୁଶାସନ ପ୍ରିୟ, ଗୁଣିଜ୍ଞାନୀ, ଯୋଗ୍ୟ, ଆଜ୍ଞାପାଳକ, ସୌଭାଗ୍ୟଶାଳୀ ହେବେ। କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ। ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ। ଦୂର ସମ୍ପର୍କୀୟ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇ ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ମିଳିବା ସହ ଆର୍ଥିକଚିନ୍ତା ଦୂର ହୋଇ ଯିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

ଧନୁ:-କୌଣସି ନୂତନ କାର୍ଯ୍ୟ ଆରମ୍ଭ କରିବା ପାଇଁ ଅତ୍ୟନ୍ତ ଶୁଭ ଦାୟକ। କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ଉତ୍ତୀର୍ଣ୍ଣ ହେବେ। ବାଦବିବାଦ, ମାଲିମୋକଦ୍ଦମା ଓ କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ଉତ୍ତମ ଆଚରଣ ଓ ମଧୁର ସ୍ୱଭାବ ଯୋଗୁ ଯଶଖ୍ୟାତି ଅର୍ଜନ କରିବା ସହ ବହୁତ ଲୋକପ୍ରିୟତା ହାସଲ କରି ଉନ୍ନତି ପଥରେ ଅଗ୍ରସର ହେବେ। ପ୍ରତିକାର:- କଦଳୀଗଛ ମୂଳରେ ହଳଦୀପାଣି ଢାଳନ୍ତୁ।

ମକର:-ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଛାତ୍ରତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢ଼ା ପଢ଼ିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଲଭିବେ। ପାରିବାରିକ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ସାଧାରଣବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ। ବନ୍ଧୁ ବାନ୍ଧବଙ୍କ ଦ୍ଵାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ। ପୈତୃକ ସମ୍ପତ୍ତିକୁ ନେଇ ଭାତୃ ବିବାଦ ମେଣ୍ଟିଯିବ। ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ। କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ଦେହମନ ଭଲ ରହିବ ଓ ଶାନ୍ତି ପାଇବେ। ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ପ୍ରଚୁର ଲାଭବାନ ହେବେ। ଋଣ ପରିଶୋଧ କରିବାର ସୁଯୋଗ ପାଇବେ। କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ। ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ। କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ। ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!