ମେଷ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଆୟ ଉପାର୍ଜନ ବୃଦ୍ଧି ହେବ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ। ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ। କୌଣସି ନୂତନ ପ୍ରଭାବଶାଳି ବ୍ୟକ୍ତିଙ୍କ ସହିତ ଭେଟ ହୋଇ ସୁଖ ସମୃଦ୍ଧି ବୃଦ୍ଧି ହେବ। ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ। ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ। ପ୍ରତିକାର- ଅଷ୍ଟଗନ୍ଧ ତିଳକ ଚନ୍ଦନ ଧାରଣ କରନ୍ତୁ।
ବୃଷ:-ରାଜନୀତି କ୍ଷେତ୍ରରେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ। ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ। ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିବା ପାଇଁ ଚେଷ୍ଟା କାଲେ ସଫଳତା ପ୍ରାପ୍ତି ହେବ। କିଛି ନୂତନ କର୍ମ ଆରମ୍ଭ କଲେ ସମ୍ପର୍କୀୟଙ୍କଠାରୁ ସୌହାର୍ଦ ତଥା ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମିଥୁନ:-ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ। ଘର-ପରିବାରକୁ ପ୍ରାଥମିକତା ଦେବେ। ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ। ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ। ରାଜନୀତି କ୍ଷେତ୍ରରେ ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।
କର୍କଟ:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମ୍ମାନ ପାଇବେ। ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ। ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ, ସେଥିପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ସବୁ କାରବାର କରିବେ। ଘରୋଇ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ। ନିଜ ପରିଶ୍ରମରେ ସଫଳତା ପାଇବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ। ଶତୃମାନେ ଦୂରେଇ ଯିବେ। ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ। କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂର ହୋଇ ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ। କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ। ପଢାପଢି ସନ୍ତୋଷ ଜନକ ହେବା ଯୋଗେ ମାନସିକ ଶାନ୍ତି ମିଳିବ। ପ୍ରତିକାର-କମଳା ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।
କନ୍ୟା:-ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ। ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ। କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ। ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ଶତୃମାନଙ୍କୁ ମୁକାବିଲା କରିପାରିବେ। ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ବିଦ୍ୟାକ୍ଷେତ୍ରରେ ଧୈର୍ଯ୍ୟ ଓ ସଂଯମତା ରଖି ପାରିଲେ ବିଶେଷ ଲାଭାନ୍ୱିତ ହେବେ। କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବା ଫଳରେ ସହକର୍ମୀମାନେ ପ୍ରଶଂସା କରିବେ। ଚିନ୍ତା କରିଥିବା କାର୍ଯ୍ୟ ପୂରଣ କରିବା ପାଇଁ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।
ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ। ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ। ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ। ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ଧନୁ:-ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସି ଶାରୀରିକ କଷ୍ଟ ଦୂର ହେବ। ଅଟକିଥିବା କାର୍ଯ୍ୟ ପୂରଣ ହେବ। ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନୂଆ ଚାକିରୀ ହେବାର ଅଫର୍ ମିଳି ପାରେ। କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ। ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ। ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।
ମକର:-ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ। ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି। ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ। କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ। କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ। ସମସ୍ତ କ୍ଷେତ୍ରରେ ଖୁସି ମିଳିବ। ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ।
କୁମ୍ଭ:-ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। ପ୍ରବାସ ଯାତ୍ରାରେ ଲାଭବାନ ହେବେ। ନୂତନ କାର୍ଯ୍ୟଆରମ୍ଭ କରିପାରିବେ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ। ରାଜନୀତିରେ ମିତ୍ରଙ୍କ ସହାୟତା ମିଳିବ ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପୁରୁଣା ନିବେଶ ଲାଭ ଦେବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
ମୀନ:-ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ। ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।