ଦୈନିକ ରାଶିଫଳ: 28 ଅପ୍ରେଲ 2025, ମହାଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ କିଛି ବଡ ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ବନ୍ଧୁଙ୍କଠାରୁ ସାହାଯ୍ୟପାଇ ବ୍ୟବସାୟୀ ମାନଙ୍କର ଲୋକ ସମ୍ପର୍କ ବୃଦ୍ଧି ହୋଇ କାରବାର ବଢିବ। ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ। ଘରର ବରାଦ ମୁତାବକ କୌରସି ବିଳାସ ଉପକରଣ କିଣି ପାରନ୍ତି। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ଲାଭ ହେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଶୁଭ ସମାଚାର ଶୁଣି ଖୁସିହେବେ ଓ ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ। ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବା ସହ ଦାମ୍ପତ୍ୟ ସମ୍ବନ୍ଧରେ ମଧୁରତା ସୃଷ୍ଟି ହେବ। କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ। କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାର ମାନ୍ୟତା ଦେଇ ପ୍ରଶଂସିତ ହେବେ। ଲୋକମାନଙ୍କ ସହିତ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ଶରୀର ଭଲ ରହି ନପାରେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମିଥୁନ:-କର୍ମକ୍ଷେତ୍ରରେ ମନ ଲାଗିବ ନାହିଁ। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ। ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷାରେ ସଫଳହେବେ। ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। କଥାବାର୍ତ୍ତାରେ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ଶାରୀରିକ ଅସୁସ୍ଥତା ଓ ମନର ଭୟ ଆଶଙ୍କା ଦୂରେଇଯିବ। ବ୍ୟବସାୟ ପାଇଁ କୌଣସି ଦୂର ସ୍ଥାନକୁ ଯାତ୍ରା କରିବା ଫଳରେ ଉତ୍ତମ ଲାଭ ପ୍ରାପ୍ତି ହେବ। ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ। ରୋଜଗାର ସମସ୍ୟା ସୁଧୁରି ଯାଇ ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ସିଂହ:-ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ମନ ଭଲ ରହିବ ଓ ଶତୃମାନେ ଦୂର ହେବେ। ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ। ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ। କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବା ସହ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କନ୍ୟା:-ସାଧୁ ଓ ସଚ୍ଚୋଟ ଭାବେ କାର୍ଯ୍ୟ ତୁଲାଇବାରୁ ସମ୍ମାନର ଅଧିକାରୀ ହେବେ। ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ। ପରୀକ୍ଷା ପ୍ରତିଯୋଗିତା, ବାଦବିବାଦ ଓ ସାକ୍ଷାତ୍କାରରେ ସଫଳ ହେବେ। ରାଜନୀତିରେ ଜନହିତକର କାର୍ଯ୍ୟ କରି ପ୍ରଶଂସା ପାଇବେ। କର୍ତ୍ତବ୍ୟ ପରାୟଣତା ପ୍ରଦର୍ଶନ କରି ଉପରିସ୍ଥଙ୍କ ଶ୍ରଦ୍ଧାର ପାତ୍ର ହେବେ। ଦୂରଯାତ୍ରା କଲେ ହଇରାଣ ହରକତ ହେବାକୁ ପଡିପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ତୁଳା:-ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବ ନାହିଁ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ସହକର୍ମୀଙ୍କ ସହ ବାଦବିବାଦର ସମାଧାନ ହୋଇ ଶାନ୍ତି ଉପୁଜିବ ଓ କର୍ମକ୍ଷେତ୍ରରେ ଟେନସନ ଦୂର ହେବ। ଶତ୍ରୁବାଧା ଦୂରେଇ ଯିବ। ବନ୍ଧୁବାନ୍ଧବଙ୍କଠାରୁ ପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ। ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ବିଚ୍ଛା:-ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। କଳା, ସାହିତ୍ୟ ଓ ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ। ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପରିବହନ ବ୍ୟବସାୟ କ୍ଷେତ୍ରରୁ ଲାଭବାନ ହେବେ। ଶତୃମାନେ ପରାଜିତ ହେବେ ଓ ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ। ପିଲାମାନଙ୍କ ଗବେଷଣା କ୍ଷେତ୍ର ପ୍ରାୟତଃ ପ୍ରଶସ୍ତ ରହିବ। ବନ୍ଧୁ ମିଳନରେ ମନ ପ୍ରଫୁଲ୍ଲ ରହିବ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ଧନୁ:-କର୍ତ୍ତବ୍ୟ ନିଷ୍ଠାରେ ଅଧିକାରୀବର୍ଗ ପ୍ରସନ୍ନ ହେବେ। ଆର୍ଥିକ କ୍ଷେତ୍ରରେ ଉନ୍ନତି ଦେଖାଦେବ। ବ୍ୟାପାର ଓ କାରବାରରେ ସୁଧାର ଆସିବା ଫଳରେ ମନ ଖୁସିହେବ। ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ। ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ। ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ। ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ପ୍ରଶଂସା ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସହକର୍ମୀଙ୍କଠାରୁ ପୂର୍ଣ୍ଣ ସମର୍ଥନ ପାଇବେ। ଗୃହରେ ମାଙ୍ଗଳିକ କାର୍ଯ୍ୟ କରିବା ପାଇଁ ଆଗ୍ରହ ବଢ଼ିବ। ରାଜନୀତି କ୍ଷେତ୍ରରେ ମାନ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ। ଦାମ୍ପତ୍ୟ ସୁଖରେ ଅଶାନ୍ତି ଅନୁଭବ କରିବେ। ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ବିଫଳ ହେବେ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

କୁମ୍ଭ:-ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ। ଶତ୍ରୁବାଧା ଦୂରେଇ ଯିବ। ଆକସ୍ମିକ ଧନ ପ୍ରାପ୍ତି ହେବ ଓ ଆୟ ଅପରିବର୍ତ୍ତିତ ରହିବ। ସ୍ଥଗିତଥିବା କର୍ମଟି ପୂରଣ ହେବ। ଦାମ୍ପତ୍ୟସୁଖ ବୃଦ୍ଧି ହେବ। କାରବାରରେ ସୁଧାର ଆସିବାସହ ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ ବହୁତ ଭଲ ଲାଭ ପାଇବେ। ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କସହ ବିବାଦ ମେଣ୍ଟିଯିବ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ଆଧ୍ୟାତ୍ମିକ, ଧାର୍ମିକ ଓ ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଭବିଷ୍ୟତରେ ମିଳିବାକୁ ଥିବା ସମ୍ପତ୍ତି ସମ୍ବନ୍ଧୀୟ ମାମଲା ସମାଧାନ ହୋଇଯିବ। ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ମିଳିବ। ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ। ସାସାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ପ୍ରିୟଜନମାନଙ୍କୁ ଆର୍ଥିକ ସାହାଯ୍ୟ କରିପାରନ୍ତି। ସୁଖ ଶାନ୍ତିରେ ଦିନଟି କଟାଇବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!