ଦୈନିକ ରାଶିଫଳ: 28 ଏପ୍ରିଲ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବିଦ୍ୟାରେ ଉନ୍ନତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ। ବାଦବିବାଦ, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ। ମିତ୍ରଙ୍କ ସାହାଯ୍ୟ ଦ୍ଵାରା ବିଗିଡି ଥିବା କର୍ମ ସଜାଡିହେବ। ରାଜନୀତିରେ ଲୋକପ୍ରିୟତା ହାସଲ କରିବେ। କର୍ମକ୍ଷେତ୍ରରେ ଉଚ୍ଚାଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମିଥୁନ:-ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତି ହେବା ସହ ଶତୃ ପରାଜିତ ହେବେ। ଛାତ୍ର ଛାତ୍ରୀମାନେ ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ। ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। ଉଧାର ଦେଇଥିବା ଟଙ୍କା ମିଳିବ। ପ୍ରତିକାର- ସବୁଜରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ।

କର୍କଟ:-ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ। ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ। ଉଚିତ ପନ୍ଥା ଗ୍ରହଣ କରି ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ କରି ପାରିବେ। ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରି ସଫଳତା ଅର୍ଜନ କରିବେ। ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂରଣ ହୋଇପାରେ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ସିଂହ:-ଅପେକ୍ଷା କରିଥିବା କାର୍ଯ୍ୟଟି ପୂରଣ କରିବା ପାଇଁ ସହଜ ହେବ। ବ୍ୟବସାୟୀ ମାନେ ପ୍ରଚୁର ଲାଭ ପାଇବେ। କର୍ମରେ ମନସନ୍ତୁଷ୍ଟ ରହିବ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ। ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ। ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ। କୌଣସି କାରଣ ବଶତଃ ଦୂର ବା ନିକଟ ଯାତ୍ରାକୁ ନଯିବା ଉଚିତ୍। ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

କନ୍ୟା:-ରାଜନୀତି, କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବାସହ ନୂତନ ଗୃହସୁଖ ମିଳି ପାରେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ପ୍ରତିପତ୍ତି ବଢିବ। ପ୍ରେମ କ୍ଷେତ୍ରରେ ସଫଳତା ପାଇବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ମନଯୋଗ ଦେଇ ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ। ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ। ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ। ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ବିଚ୍ଛା:-ସମାଜ ସେବାରେ ମନଯୋଗ ଦେଇ ସ୍ଵନାମ ଅର୍ଜନ କରିପାରିବେ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ। ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ। ସନ୍ତାନଙ୍କର ଉନ୍ନତିରେ ଖୁସି ହେବାସହ ନୂତନ ଗୃହସୁଖ ମିଳି ପାରେ। ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହେବେ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ଧନୁ:-ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ଓ ସହନଶୀଳତା ଯୋଗେ ପ୍ରଶଂସା ମିଳିବ। ନୂତନ କାର୍ଯ୍ୟଆରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ। ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ। ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ। ନୂତନ କର୍ମ ନିଯୁକ୍ତି ପାଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ମାନସିକ ଶାନ୍ତି ଅନୁଭବ କରିବେ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଇଚ୍ଛାକରି ସ୍ଥାନାନ୍ତରିତ ହେବାକୁ ଚେଷ୍ଟା କରିବେ। ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ। ଶିକ୍ଷାକ୍ଷେତ୍ରରେ ସମସ୍ତକର୍ମ ଭଲରେ ସମ୍ପନ୍ନ ହେବ ଓ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ସନ୍ତାନଙ୍କ ଚିନ୍ତାରେ ମାନସିକ ସ୍ଥିରତା ଦେଖାଦେବ। ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତିକରି ପାରିବେ ନାହିଁ। ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ। ସତର୍କତା ଅବଲମ୍ବନ ନକଲେ ମିଥ୍ୟା ଅପବାଦରେ ନିନ୍ଦିତ ହୋଇ ପାରନ୍ତି। ଅଧ୍ୟୟନ ପାଇଁ ତତ୍ପର ହେବେ କିନ୍ତୁ ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇ ପାରେ। ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବା ସହ କମ୍ ପରିଶ୍ରମରେ ଆଶା ଜନକ ଫଳ ପ୍ରାପ୍ତି ହେବ। ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବା ସହ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ। ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି। ପାଠ ପଢ଼ାରେ ମନଯୋଗ ଦେଇ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ। ପ୍ରତିକାର- ହଳଦୀ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!