ଦୈନିକ ରାଶିଫଳ: 28 ଜାନୁୟାରୀ 2024, ରବିବାର, ସୂର୍ଯ୍ୟଦେବଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ କିଛି ବଡ ଖୁସି ଖବର

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ସହକର୍ମୀମାନଙ୍କର ସମର୍ଥନ ଯୋଗୁ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ। ପାରିବାରିକ କ୍ଷେତ୍ରରେ ଗୋଟିଏ ପାଖରେ ସ୍ନେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ। ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବ୍ୟବସାୟରେ ନୂତନ କାରବାରରେ ସଫଳତା ମିଳିବା ସହ ପ୍ରଚୁର ଲାଭ ପାଇ ପାରନ୍ତି। ଯେଉଁ ଯାଗାରେ ଦସ୍ତଖତ କରିବାକୁ ପଡିବ ବୁଝି ବିଚାରି କରିବେ। ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ। ସାମାଜିକ କାର୍ଯ୍ୟରେ ଯୋଗ ଦେଇ ପ୍ରସଂଶିତ ହେବେ। ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧିହେବା ଫଳରେ ଲାଭର ପରିମାଣ ଅଧିକ ହୋଇ ଆୟବୃଦ୍ଧି ହେବ। କର୍ମକ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ।

ମିଥୁନ:-ଶତ୍ରୁହାନୀ, ସହଯୋଗପ୍ରାପ୍ତି, ମିତ୍ରଲାଭ, ଶରୀରସୁସ୍ଥ, ଋଣପ୍ରାପ୍ତି, ଉଚ୍ଚସମ୍ମାନ ଲାଭ, ମନରେ ଉତ୍ସାହ ଓ ମିଷ୍ଠାନ୍ନ ଭୋଜନ ପ୍ରାପ୍ତି ହେବ। ସମସ୍ତ କାର୍ଯ୍ୟରେ ସଫଳତା ପାଇବେ। ଦେଇଥିବା ଧନ ଫେରି ପାଇବା ଫଳରେ ଆର୍ଥିକ ସ୍ଥିତିର ସୁଦୃଢ଼ ହେବ। ରାଜନୀତିକ୍ଷେତ୍ରରେ କର୍ମତତ୍ପର ଯୋଗେ କୃତକାର୍ଯ୍ୟ ହୋଇ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ। ଅନେକ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍। କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରି ପାରନ୍ତି। ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହୋଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ସିଂହ:-ଶତ୍ରୁମାନେ ମଥାନତ କରିବେ। ପୂରାତନ ରୋଗର ଉପଶମ ଓ ବନ୍ଧୁ ସମାଗମ ହେବ। ସାମାଜିକ କ୍ଷେତ୍ରରେ ସମ୍ମାନ ବଢିବା ସହ ସମସ୍ତ କାର୍ଯ୍ୟ ମନୋନୁକୂଳ ହେବ। ପରିବାରରେ ପ୍ରସନ୍ନତା ବିରାଜମାନ କରିବା ସହ ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ। ସନ୍ତାନଙ୍କର ଉନ୍ନତିରେ ଖୁସିହେବେ। କର୍ମକ୍ଷେତ୍ରରେ ମତାନ୍ତର ମନାନ୍ତର ଦୂର ହୋଇ ସଫଳତାର ସାମ୍ନା କରିବାକୁ ପଡିବ। ଗଠନମୂଳକ କାର୍ଯ୍ୟପ୍ରତି ଆଗ୍ରହ ବଢ଼ିବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ବ୍ୟବସାୟରେ କର୍ମଚାରୀ ମାନଙ୍କ କଠିନ ପରିଶ୍ରମ ଓ ସହଯୋଗ ଯୋଗୁ ସମ୍ମାନ ବୃଦ୍ଧି ସହ ସୁନାମ ଅର୍ଜନ କରିବେ। କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କଠାରୁ ପ୍ରଶଂସିତ ହେବେ। ଶତ୍ରୁମାନେ ପରାଜିତ ହେବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ। ଦାମ୍ପତ୍ୟ ସମସ୍ୟାର ସମାଧାନ ହେବା ଫଳରେ ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ। କୋର୍ଟ କଚେରୀରେ ସଫଳତା ମିଳିବ। ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ।

ତୁଳା:-ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ। କୌଣସି ନୂତନ ବ୍ୟକ୍ତିଙ୍କୁ ଭରସା କରି କାର୍ଯ୍ୟ କଲେ ଶତ୍ରୁମାନେ ପଛଘୁଞ୍ଚା ଦେବେ। ବ୍ୟୟ ଅପେକ୍ଷା ଆୟ ଅଧିକ ହୋଇ ଋଣମୁକ୍ତ ଓ ଋଣପ୍ରାପ୍ତିର ରାସ୍ତା ପରିଷ୍କାର ହୋଇଯିବ।ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ମାନସିକ ଶାନ୍ତି ମିଳିବ। ଜାଗାଜମି, ଗୃହ ଉପକରଣ କ୍ରୟ କରିବେ। ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ। ପ୍ରତିକାର- ଶ୍ଵେତଚନ୍ଦନ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ଯାନ ବାହାନ ପ୍ରାପ୍ତି ହେବ। ବରିଷ୍ଠ କର୍ମୀ ଓ ବନ୍ଧୁ ମିତ୍ରଙ୍କ ସହ ସୁସଂପର୍କ ସୃଷ୍ଟି ହୋଇ ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି। ବିଦ୍ୟାର୍ଥିମାନେ ପରୀକ୍ଷାରେ ବିଜୟୀ ହେବେ। ଅଟକିଥିବା କାର୍ଯ୍ୟ କୌଣସି ଏକ ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାହାଯ୍ୟରେ ପୂରଣ ହେବ।କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କାର୍ଯ୍ୟ କଲେ ଧନ ଲାଭର ମାର୍ଗ ଖୋଲି ଯିବ। ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ। ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ।

ଧନୁ:-ଶିକ୍ଷାକ୍ଷେତ୍ରରେ ଶୁଭଫଳ ପ୍ରାପ୍ତି ହେବ। ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ। ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁ ଖୁସି ରହିବେ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ବୁଝି ବିଚାରି କାର୍ଯ୍ୟ କଲେ ଅନେକ କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟରେ ଉଧାର ଦେଲେ ଫେରି ପାଇବା କଷ୍ଟ ହେବ। କୃଷିଜୀବି ମାନଙ୍କର ବହୁ କଷ୍ଟରେ ଅର୍ଥ ପ୍ରାପ୍ତି ହେବ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ମକର:-ରାଜନୀତି କ୍ଷେତ୍ରରେ ସୁସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ। କର୍ମରେ ଉନ୍ନତି ସହିତ ପରିଣାମ ଅନୁକୂଳ ହେବ। ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ। ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ। ସମ୍ପର୍କୀୟଙ୍କ କୌଣସି ଘଟଣା ଯୋଗୁଁ ବ୍ୟତିବ୍ୟସ୍ତ ହୋଇଯିବେ। ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

କୁମ୍ଭ:-ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ। ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ। ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ। ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମୀନ:-ସନ୍ତାନମାନଙ୍କର ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ। ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇ ପାରେ। ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ। ଛାତ୍ରଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନଯୋଗ ଦେଇ ପ୍ରଶଂସା ପାଇବେ। ସାମ୍ବାଦିକ ମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ। ବାଣିଜ୍ୟ କାରବାରରେ ଉତ୍ସାହ ଉଦ୍ଦିପନା ଯୁକ୍ତ ହେବେ। କର୍ମକ୍ଷେତ୍ରରେ ସ୍ଥିତି ଠିକ୍ ରହିବା ସହ ପ୍ରଶଂସିତ ହେବେ। ପ୍ରତିକାର-ଅଷ୍ଟଗନ୍ଧ ତିଳକ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!