ଦୈନିକ ରାଶିଫଳ: 28 ଜୁନ୍ 2024, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 2ଟି ରାଶି ଉପରେ, ମିଳିବ ଆର୍ଥିକ ସଙ୍କଟରୁ ମୁକ୍ତି

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସାମାଜିକ କାର୍ଯ୍ୟରେ ଯୋଗଦାନ କରି ଉତ୍ସାହ ଉଦ୍ଦିପନାରେ ଆଗେଇ ପାରିବେ। ଧୈର୍ଯ୍ୟ ଓ ବୁଦ୍ଧିମତା ଯୋଗେ ଅଟକିଥିବା କାର୍ଯ୍ୟର ପରିସମାପ୍ତି ଘଟିବ। ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମଧ୍ୟ ମିଳିଯିବ। ବ୍ୟବସାୟ ପାଇଁ ନୂଆ ଅର୍ଡର ପାଇବେ ଓ ନୂତନ ଏଗ୍ରୀମେଣ୍ଟ କରିପାରିବେ। ଗୁରୁଜନଙ୍କ ଠାରୁ ଆଶୀର୍ବାଦ ପାଇ ପରିବାର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ। କେତେକ କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ସାମାଜିକ ପତିଆରା ଅମଳିନ ରହିବ। ଆୟ ଉପାର୍ଜନ ବୃଦ୍ଧି ହେବ। ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବା ଯୋଗେ କରିଥିବା କାର୍ଯ୍ୟର ପରିଣାମ ଆପଣଙ୍କ ସପକ୍ଷରେ ରହିବ। ମିତ୍ର ଓ ସହଯୋଗୀ ସହଯୋଗ କରିବେ। କୌଣସି ବଡ ସମସ୍ୟାର ସମାଧାନ ହୋଇଯିବ। ମନରେ ଶାନ୍ତି ସନ୍ତୋଷ ଦେଖାଦେବ। ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ। କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-ସ୍ଵାସ୍ଥ୍ୟରେ ସୁଧାର ଆସିବ। ସମସ୍ତ ପ୍ରକାର ପରିବେଶ ଓ ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ। କାମ କାର୍ଯ୍ୟରେ କୌଣସି ନୂତନ କୌଶଳ ପ୍ରୟୋଗ କରି ଦୁଇଗୁଣା ଲାଭ ଉଠେଇବେ। ମନୋରଞ୍ଜନ ଓ ହସଖୁସିରେ ସମୟ ବ୍ୟତୀତ ହେବ। ରାଜନୀତି କ୍ଷେତ୍ରରେ ଇଛାଶକ୍ତି ପ୍ରବଳ ହେବା ଫଳରେ ଯଶ, ମାନସମ୍ମାନ, ପ୍ରତିଷ୍ଠା ତଥା ଲୋକପ୍ରିୟତା ମଧ୍ୟ ହାସିଲ କରିପାରିବେ। ପ୍ରତିକାର- କଉଡି ଗୋଟିଏ ପାଖରେ ରଖନ୍ତୁ।

କର୍କଟ:-ପରିବାରର ଅନ୍ୟ ସଦସ୍ୟଙ୍କ ପ୍ରତି ସମ୍ବନ୍ଧ ସୁଦୃଢ ହେବ ଓ ପରିବର୍ତ୍ତନର ସ୍ଥିତି ଅନୁଭବ କରିବେ। ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ। କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ। ପ୍ରେମପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ। ଧର୍ମ କର୍ମରେ ରୁଚି ବୃଦ୍ଧି ହେବ। ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ। ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ସିଂହ:-ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭବାନ ହେବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ଆତ୍ମ ବିଶ୍ୱାସ ବୃଦ୍ଧି ହୋଇ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ। ଅଧ୍ୟୟନରେ ବାଧା ଉପୁଜିଲେ ମଧ୍ୟ ସମ୍ମାନର ଆଧିକାରୀ ହୋଇ ପାରିବେ। ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ। ପାରିବାରିକ ଜୀବନ ଆନନ୍ଦମୟ ହେବ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରା ଜନିତ ପୀଡାପ୍ରତି ସାବଧାନ ରହିବା ଉଚିତ୍। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

କନ୍ୟା:-ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ। ନୂତନ କାମ ଆରମ୍ଭ କରିପାରିବେ। ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ। ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ। ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ। ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ। ଲୋକମାନେ ଆପଣଙ୍କ ସଚ୍ଚୋଟ ଓ ସରଳତା ଭାବର ଫାଇଦା ଉଠେଇବେ। ବୌଦ୍ଧିକ କ୍ଷମତାରେ ବୃଦ୍ଧି ହେବ, କୌଣସି ମିତ୍ରଙ୍କ ଉପଦେଶ କାମରେ ଲାଗିବ। ବନ୍ଧୁଙ୍କ ସହଯୋଗରେ ପଇସା ମିଳିବାର ସୂଚନା ମିଳିବ। ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

ବିଚ୍ଛା:-ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଦାମ୍ପତ୍ୟ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ। ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁ ଓ କଠିନ ପରିଶ୍ରମ ହେତୁ ଶାରୀରିକ ପୀଡା ଭୋଗି ପାରନ୍ତି। ପରିବାରଜନଙ୍କ ସହ ନିଜ ବାହନରେ କୌଣସି ଜାଗାକୁ ଯାତ୍ରା ନ କରିଲେ ଭଲ। ଗୁପ୍ତ ଶତୃଙ୍କ ଦ୍ୱାରା ହଇରାଣ ଏବଂ ଅପଦସ୍ତ ହୋଇ ପାରନ୍ତି। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ଗୃହରେ ଥିବା କଳହ, ପତିପତ୍ନୀ ମଧ୍ୟରେ ମତଭେଦ, ବିରୋଧଭାବ ଏବଂ ତିକ୍ତତା ଭାବର ସମାଧାନ ହେବ। ଚାକିରୀ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସହିତ ବିରୋଧି ଭାବର ଅବସାନ ଘଟି କାର୍ଯ୍ୟ କ୍ଷେତ୍ରର ପରିବର୍ତ୍ତନ ହେବ। ପରିବାରରେ ସୁଖଶାନ୍ତି ଦେଖା ଦେବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। ରାଜନୀତି କ୍ଷେତ୍ରରେ ବିରୋଧି ମାନେ ନିନ୍ଦା କରିବେ। ଛାତ୍ରଛାତ୍ରୀମାନେ ବିଦ୍ୟାରେ ମନଯୋଗ ଦେବେ। ପ୍ରତିକାର:- ଗୋମାତାକୁ କିଛି ଖାଦ୍ୟ ଦିଅନ୍ତୁ।

ମକର:-ସନ୍ତାନର ଭବିଷ୍ୟତ ପାଇଁ ଯେଉଁ କାମକୁ କରିବା ପାଇଁ ଚିନ୍ତା ବା ବିଚାର କରୁଥିଲେ ତାହା ସମ୍ପନ୍ନ କରି ପାରିବେ। ଗଣମାନ୍ୟ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବ। ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିପାରେ। ପରିବାର ଓ କୁଟୁମ୍ବରେ ସମୟ ଦେବେ। ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାର ରେ ନିଜରପଦ ଗରିମା ବଜାୟ ରହିବ। କୃଷିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

କୁମ୍ଭ:-ମିତ୍ର ଆପଣଙ୍କ ପ୍ରତି ପ୍ରଭାବିତ ରହିବେ, ତାଙ୍କ ଦ୍ଵାରା ଅଟକିଥିବା କାମ ହାସଲ କରି ପାରିବେ। ଭୂମି, ଭବନ, ବାହନ ଓ ଭୌତିକ ଐଶ୍ଵର୍ଯ୍ୟର ସାଧନରେ ବୃଦ୍ଧି ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ। କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତକୁ ମନେ ପକାଇବେ। ପୁରୁଣା ମିତ୍ର ଅଚାନକ ଭାବେ ଦେଖା ହେବା ଦ୍ଵାରା ପୁରୁଣା କଥା ମନେ ପଡି ପ୍ରସନ୍ନ ହୋଇ ଯିବେ। ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ। ପ୍ରତିକାର-ନୀଳ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ମୀନ:-ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ। ମିତ୍ରମାନଙ୍କ ସହଯୋଗ ପାଇ ବ୍ୟାପାର ଓ କାରବାରରେ ସ୍ଥିତି ସୁଦୃଢ ହେବା ସହ ପରିସ୍ଥିତି ବଦଳିଯିବ। ପ୍ରେମ ପ୍ରସଙ୍ଗରେ ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ। ରାଜନୀତି କ୍ଷେତ୍ରରେ ସତର୍କତାର ସହ କାର୍ଯ୍ୟ କରିଲେ ସମସ୍ତ ପରିସ୍ଥିତି ସନ୍ଧ୍ୟାପରେ ଆପଣଙ୍କ ସପକ୍ଷରେ ଯିବ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!