ଦୈନିକ ରାଶିଫଳ: 28 ଜୁଲାଇ 2023, ଶୁକ୍ରବାର, ମା’ ସନ୍ତୋଷୀଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-କର୍ମକ୍ଷେତ୍ରରେ ବିଜୟର ପରିଣାମ ଆପଣଙ୍କ ସପକ୍ଷରେ ଆସିବ। ତଥା ପରିବାରର ଅନ୍ୟ ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ।ନିଜର ଯୋଜନା ମୁତାବକ କାମକଲେ କୌଣସିପ୍ରକାର ଅସୁବିଧା ହେବନାହିଁ। ସନ୍ତାନଙ୍କ ପାଇଁ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇ ପାରେ। ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ। ପୁରୁଣା ପ୍ରେମୀ ବା ମିତ୍ର ମାନେ ଯୋଡିହୋଇ ରହିବା ପାଇଁ ଚାହିଁବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ଜାଗାଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ସ୍ୱାସ୍ଥ୍ୟ ଉତ୍ତମ ରହିବ ଓ ମାନସିକ ଶାନ୍ତି ମିଳିବାସହ କମ୍ ପରିଶ୍ରମ କରି ଅଧିକ ଲାଭ ପାଇବେ। ବାକିଥିବା ଅର୍ଥ ପ୍ରାପ୍ତି ହେବା ଫଳରେ ଗଚ୍ଛିତଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ। ଭବିଷ୍ୟ ଯୋଜନାରେ ଲିପ୍ତ ରହିବେ। ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ।

ମିଥୁନ:-କର୍ତ୍ତବ୍ୟ ଠିକ୍ ଭାବରେ ତୁଲେଇବା ଫଳରେ ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ଶିକ୍ଷାକ୍ଷେତ୍ରରେ ବିଜୟୀ ହେବାସହ ଆକସ୍ମିକ ଅର୍ଥଲାଭ, ସୁନାମପ୍ରାପ୍ତି ଓ ସମ୍ମାନବୃଦ୍ଧି ହେବ। ଆର୍ଥିକ ଉନ୍ନତି ସହ ଶାରିରୀକ ସୁସ୍ଥତା ଦେଖାଦେବ। ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ। ବ୍ୟବସାୟ ବଢାଇ ବାରେ ସମର୍ଥ ହେବେ। ତଳ ମହଲରୁ ଆଶାତୀତ ଲାଭ ପାଇବେ। ନୂଆ ନିଯୁକ୍ତି ପାଇବାର ଯୋଗ ଅଛି। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ:-ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ। ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ପାଇବେ। ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ। ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ। ଶୁଭ ସମ୍ବାଦ ପାଇ ଦୂରଯାତ୍ରାରେ ସଫଳ ହେବେ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ସିଂହ:-ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ। ଅନେକ କାର୍ଯ୍ୟ କଳାପରେ ସମ୍ପୃକ୍ତ ହେବେ। ସାମାଜିକ କ୍ଷେତ୍ରରେ ଲକ୍ଷ ପ୍ରାପ୍ତି ସହଜ ହୋଇଯିବ। ଗୁରୁଜନ, ପ୍ରତିଭାବାନବ୍ୟକ୍ତି ଓ ପ୍ରତିଷ୍ଠିତ ବ୍ୟକ୍ତିଙ୍କ ଆଶୀର୍ବାଦ ମିଳିବ। କଳା, ସାହିତ୍ୟ ଚଳଚିତ୍ର ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ହାସଲ କରିବେ। ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ। ଶତୃ ବା ବିରୋଧୀଙ୍କ ଠାରୁ ସାବଧାନ ରହିବା ଉଚିତ୍। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ଉଚ୍ଚାଧିକାରୀମାନେ ପ୍ରସନ୍ନ ରହିବା ସହ ଅଧିନସ୍ଥ କର୍ମଚାରୀ ଓ ସହକର୍ମୀଙ୍କ କାମ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧିହେବ। କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ କରି ସାମାଜିକ କ୍ଷେତ୍ରରେ ଯଶପ୍ରତିଷ୍ଠା ତଥା ଲୋକପ୍ରିୟତା ହାସଲ କରିବେ। ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ପ୍ରତିକାର- ମୟୂର ଚନ୍ଦ୍ରିକା ପାଖରେ ରଖି ଯାତ୍ରା କରନ୍ତୁ।

ତୁଳା:-ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଉଚ୍ଚ ପ୍ରଶଂସିତ ହେବେ। ରାଜନୈତିକ କ୍ଷେତ୍ରରେ ଲୋକସମର୍ଥନ, ଦଳସମର୍ଥନ ବୃଦ୍ଧିପାଇବା ସହ ମୁଖ୍ୟନେତାଙ୍କର ପ୍ରିୟପାତ୍ର ହେବେ। ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମପ୍ରସଙ୍ଗରେ ମଧୁରତା ଆସିବ। ଉଚ୍ଚଶିକ୍ଷା ହାସଲ କରିବା ପାଇଁ ପ୍ରୟାସରତ ରହିବେ। ଗହଣା, ବସ୍ତ୍ର ଓ ଅନ୍ୟ ସାମଗ୍ରୀ କ୍ରୟ କରିବେ ଓ କିଛି ନୂଆ କରିବାକୁ ଇଛା ହେବ। ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ।

ବିଚ୍ଛା:-ମାନସିକ ବା ବୌଦ୍ଧିକ ତଥା ଭାବନାତ୍ମକ ରୂପରେ ଅଧିକସକ୍ଷମ ଏବଂ ଅନୁଭବୀ ହେବେ। ରାଜନୈତିକ କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ ଓ ପ୍ରଶଂସା ପାଇବେ। ଇଛାଶକ୍ତିକୁ ପ୍ରବଳ କରି ଖରାପକୁ ଭଲରେ ଜିତିବାକୁ ହେବ। ଘର ବା କାର୍ଯ୍ୟଳୟ ବଦଳ କରିବା ପାଇଁ ଚିନ୍ତା କରି ପାରନ୍ତି। ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

ଧନୁ:-ବ୍ୟବସାୟୀମାନେ କଠିନ ପରିଶ୍ରମ କରି ଆଶାନୁରୂପ ଲାଭବାନ ହେବେ। କର୍ମାନୁଯାୟୀ ଫଳ ପାଇବା ଯୋଗେ ସୁଖେ ଦୁଃଖେ ଦିନଟି ବିତାଇବେ। ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତାରେ କୌଣସି ପ୍ରକାର ଅସୁବିଧା ହେବ ନାହିଁ। ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବିଦ୍ୟାରେ ଉନ୍ନତି ହେବ। ଦୂରଯାତ୍ରା କରି ହଇରାଣ ହରକତ ହେବାକୁ ପଡିବ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର:-ବାଦବିବାଦ, ମଳିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀହେବେ।ସାମାଜିକ କ୍ଷେତ୍ରରେ ନିଜର ଟେକ ରଖିବା ପାଇଁ କିଛି ଏମିତି କାର୍ଯ୍ୟ କରିବେ ଯାହା ଫଳରେ ଲୋକମାନେ ଆପଣଙ୍କ ପ୍ରତି ପ୍ରସନ୍ନ ରହିବେ। ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। କର୍ମଚାରୀ ଓ ଶ୍ରମିକ ମାନେ ବେସୀ ଉପକୃତ ହେବେ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

କୁମ୍ଭ:-ରାଜନୀତି କ୍ଷେତ୍ରରେ ସହଯୋଗୀମାନେ ସହଯୋଗ କରିବେ। ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ। ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ। ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ଅଚାନକ ଧନପ୍ରାପ୍ତି ହେବ। ହସଖୁସିରେ ସମୟ ବିତାଇବେ। କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷାରେ କୃତକାର୍ଯ୍ୟ ହେବେ। ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ:-ବ୍ୟବସାୟ କ୍ଷେତ୍ରରେ ଟେଲିଫୋନ୍ ଦ୍ଵାରା କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ, ଅର୍ଡର ବା ପେମେଣ୍ଟ ଆଦି ପ୍ରାପ୍ତ ହେବ। ରାଜନୀତିରେ କ୍ଷମତା ଶକ୍ତି ବଳରେ ନିଜର ଭାବମୂର୍ତ୍ତି ଅକ୍ଷୁର୍ଣ୍ଣ ରହିବ। ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ। ଟଙ୍କ। ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପୁରାତନ ରୋଗର ପ୍ରକୋପରେ ହଇରାଣ ହରକତ ହେବେ। ପ୍ରତିକାର:-କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!