ମେଷ:-ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ। କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ। ପିଲାମାନଙ୍କ କାର୍ଯ୍ୟ ପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ। ସ୍ଵାର୍ଥକୁ କେନ୍ଦ୍ରକରି ସୁବର୍ଣ୍ଣ ସୁଯୋଗକୁ ହାତଛଡା କରି ପାରନ୍ତି। ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
ବୃଷ:-ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରି ପ୍ରଶଂସା ପାଇବେ। କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ। ରାଜନୀତି କ୍ଷେତ୍ରରେ ସହକର୍ମୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ ପ୍ରଶଂସା ପାଇବେ। କୌଣସି ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ। କର୍ମକ୍ଷେତ୍ରରେ ସ୍ଥାନାନ୍ତରର ସୂଚନା ପାଇ ପାରନ୍ତି। ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ମିଥୁନ:-ଅଧସ୍ତନ କର୍ମୀ ଓ ସାଧାରଣବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ। ପ୍ରେମ କ୍ଷେତ୍ରରେ ସଫଳ ହେବେ। ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ। ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ ଓ ଲୁଗାପଟା ସୌଖୀନ ଦ୍ରବ୍ୟର ବ୍ୟବସାୟୀମାନେ ଦ୍ବିଗୁଣ ଲାଭ କରିବେ। ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ।
କର୍କଟ:-ଶତୃମାନେ ଦୁର୍ବଳ ହେବା ଫଳରେ ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ। ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ଶାନ୍ତି ପାଇବେ। ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେଇପାରେ। ଜାଗା ଜମିବାଡ଼ି ନେଇ ସମସ୍ୟା ଦେଖା ଦେଇପାରେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।
ସିଂହ:-ସାମାଜିକ କାର୍ଯ୍ୟ ସଂସ୍ଥାରେ ସାମିଲ ହେବେ। ଶିକ୍ଷାକ୍ଷେତ୍ରରେ ଉଚ୍ଚଶ୍ରେଣୀ ପାଇବେ। ଆଧ୍ୟାତ୍ମିକ, ଧାର୍ମିକ ଓ ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ। ଆବଶ୍ୟକସ୍ଥଳେ ଛଳନାର ଆଶ୍ରୟ ନେଇ ନିଜର ବ୍ୟକ୍ତିତ୍ୱ ଅକ୍ଷୁର୍ଣ୍ଣ ରଖିବେ। କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ। ରାସ୍ତା ଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।
କନ୍ୟା:-ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ। ରାଜନୀତି କ୍ଷେତ୍ରରେ ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ। କଳା, ସାହିତ୍ୟ, କ୍ରିଡାକ୍ଷେତ୍ରରେ ପ୍ରଶଂସା ମିଳିବ। କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ। ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ। ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ। ଆୟ ତୁଳନାରେ ବ୍ୟୟ ଅଧିକ ହୋଇପାରେ। ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।
ତୁଳା:-ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇ ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବ। ଅଧସ୍ତନ କର୍ମୀ ଓ ସହକର୍ମୀଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ। ବ୍ୟବସାୟ କ୍ଷେତ୍ରରେ ଯେତେ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ। କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ। ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ। ପାର୍ଟି ବା ସମାରୋହ ରେ ସମ୍ମିଳିତ ହେବାକୁ ପଡିପାରେ। ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ।
ବିଚ୍ଛା:-କୌଣସି ମହତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆର୍ଥିକ ସହାୟତାରେ ଉତ୍ସାହ ବୃଦ୍ଧି ପାଇବ। ଖେଳ, କୁଦ, ପ୍ରତିଯୋଗିତାରେ ବିଜୟୀ ହେବେ। ରାଜନୈତିକ କ୍ଷେତ୍ରରେ ପ୍ରତିଷ୍ଠିତ ହେବାପାଇଁ କରିଥିବା ଯୋଜନା ସଫଳ ହୋଇ ପାରିବ। ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମ ସୁରୁଖୁରୁରେ ହୋଇଯିବ। ଜାଗାଜମି ଓ ଯାନବାହାନ ସମ୍ବନ୍ଧୀୟ କେତେ ସମସ୍ୟା ସମାଧାନ ହୋଇଯିବ। ପ୍ରତିକାର- ତୁଲସୀ ମୂଳ ମାଟି ଧାରଣ କରନ୍ତୁ।
ଧନୁ:-ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ। ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବା ସହ ଲୋକ ପ୍ରିୟତା ମଧ୍ୟ ହାସଲ କରି ପାରିବେ। ପ୍ରତିକାର- ପାଣିରେ କିଛି ଫିଟିକିରି ପକାଇ ଘରକୁ ପୋଛନ୍ତୁ।
ମକର:-ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ଉଚ୍ଚସମ୍ମାନ ସହ ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ। ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜ ମାନ କରିବା ସହ ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ। ନିର୍ମାଣ ମୂଳକ ଯୋଜନାରେ ଆଗେଇବେ ଓ ଗୃହୋପକରଣ କ୍ରୟ କରିବେ। ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବା ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ଦୂର ଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।
କୁମ୍ଭ:- ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ। ପାରିବାରିକ ଜୀବନ ସୁଖରେ କଟିବ। ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ। ଶାରିରୀକ ଅସୁସ୍ଥତା ଦୂରହେବ। ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ। ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ। କୌଣସି ଶୁଭ ସମାଚାର ଶୁଣି ହସଖୁସିରେ ସମୟ ବ୍ୟତୀତ ହେବ। ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ।
ମୀନ:-ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି। ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ। ଅନେକ ଶୁଭ କର୍ମର ସୁଯୋଗ ପାଇବେ ଓ ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ। ଆମୋଦ, ପ୍ରମୋଦ, ମନୋରଞ୍ଜନ ଓ ଛୋଟ ବଡ଼ ମିଟିଂରେ ଯୋଗ ଦେଇ ପାରନ୍ତି। ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ।