ଦୈନିକ ରାଶିଫଳ: 28 ନଭେମ୍ବର 2023, ମଙ୍ଗଳବାର, ମା’ ମଙ୍ଗଳାଙ୍କ କୃପା ରହିବ ଏହି 3ଟି ରାଶି ଉପରେ, ମିଳିବ ଆକସ୍ମିକ ଧନ

ଶେୟାର କରନ୍ତୁ ଅନ୍ୟମାନକ ସହିତ

ମେଷ:-ସନ୍ତାନଙ୍କ ଦ୍ଵାରା କିଛି ଶୁଭ ସମାଚାର ଓ ସଂକେତ ପ୍ରାପ୍ତ ହେବ। ସାମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ। ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବ। ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ। ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଭଫଳ ପ୍ରାପ୍ତିହେବ। କଳା, ସାହିତ୍ୟ ଓ ସାମ୍ବାଦିକତାରେ ପ୍ରଂଶସିତ ହେବେ। ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ। ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ।

Join Jantra Jyotisha WhatsApp Channel for Latest Astrology Updates Follow Now
Jantra Jyotisha is now on Telegram Join Now

ବୃଷ:-ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ହେବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ। ବିଦ୍ୟାର୍ଥୀମାନେ ପରୀକ୍ଷାରେ ଆଶାତୀତ ନମ୍ବର ରଖି ପ୍ରଶଂସିତ ହେବେ। ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ। ସାମାଜିକ ପତିଆରା ଅମଳିନ ରହିବ। ସନ୍ତାନଙ୍କ ସମ୍ବନ୍ଧରେ ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇ ଦୈନିକ କାର୍ଯ୍ୟଗତି ଉତ୍ସାହପୂର୍ଣ୍ଣ ହେବ। ପ୍ରତିକାର- ଗଙ୍ଗାଜଳ ଟିକେ ସେବନ କରନ୍ତୁ।

ମିଥୁନ:-ପୁରୁଣା ମିତ୍ରଙ୍କ ସହିତ ଭେଟ ହେବ। ସାମାଜିକ ପ୍ରତିଷ୍ଠା ମାନସମ୍ମାନରେ ବାଧା ଉପୁଜି ପାରେ। ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ। ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଅନାବଶ୍ୟକ ଧାଁଦୌଡ଼ କରି ପାରନ୍ତି। ବହୁତ କଷ୍ଟ ଓ କଠିନ ପରିଶ୍ରମ କଲେ କର୍ମକ୍ଷେତ୍ରରେ ସଫଳତା ମିଳିବ। ଛାତ୍ରଛାତ୍ରୀମାନେ ଭ୍ରମଣପ୍ରିୟ ହେବେ। ଗୃହୋପକରଣ କ୍ରୟ କରିବେ। ଦାମ୍ପତ୍ୟ ସୁଖରେ ବାଧା ଉପୁଜି ପାରେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କର୍କଟ:-ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ। ବ୍ୟବସାୟ ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ବନ୍ଧୁଙ୍କ ଦ୍ଵାରା ସମ୍ପାଦନ କରିବେ। ଅଧା ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ। ବାଦବିବାଦ ଓ ମାଲିମୋକଦ୍ଦମାର ସମାଧାନ ହେବ। ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ। ଧନଧାନ୍ୟ, ଗୋସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହବାର ଯୋଗ ଅଛି। ଦାମ୍ପତ୍ୟ ସୁଖରେ ମଧୁରତା ଆସିବ। ପ୍ରତିକାର-ଫିକାରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ସିଂହ:-ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବା ସହ ଆର୍ଥିକ ସମସ୍ୟା ଦୂର ହେବ। ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ। ବ୍ୟବସାୟରେ ସଫଳତା ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ। ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ। ସାମ୍ବାଦିକ ମାନଙ୍କର ପଦମର୍ଯ୍ୟାଦା ବୃଦ୍ଧି ପାଇବ। ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ।

କନ୍ୟା:-ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ। ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ। ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ। ଧନ ଲାଭହେବା ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ। କର୍ମକ୍ଷେତ୍ରରେ ଉଚ୍ଚପଦସ୍ଥ ଅଫିସର ମାନେ ସନ୍ତୋଷ ହେବା ସହ ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତି ହେବ। ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ। କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ପ୍ରତିକାର- ସବୁଜ ରଙ୍ଗର ରୁମାଲଟିଏ ପାଖରେ ରଖନ୍ତୁ।

ତୁଳା:-ରାଜନୀତି କ୍ଷେତ୍ରରେ ବହୁଲୋକଙ୍କର ପ୍ରିୟ ଭାଜନ ହେବା ଫଳରେ ଉତ୍ସାହିତ ହେବେ। ଅତ୍ୟଧିକ ପରିଶ୍ରମ ଓ ଅନିଦ୍ରାଜନିତ ରୋଗପ୍ରତି ସାବଧାନ ରହିବା ଉଚିତ୍। ଉତ୍ତମ ରୋଜଗାର ହେଲେ ମଧ୍ୟ ଗୃହୋପକରଣ କ୍ରୟ କରିବା ଯୋଗେ ବ୍ୟୟ ଅଧିକ ହେବ। ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ କରାଇବ। ସ୍ୱାସ୍ଥ୍ୟ ପାଇଁ ସତର୍କ ରହିବା ଉଚିତ୍। କାରଣ ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ। ପ୍ରତିକାର- ସେବକ ଓ ସଫେଇ କର୍ମଚାରୀଙ୍କୁ ସାହାଯ୍ୟ କରନ୍ତୁ।

ବିଚ୍ଛା:-ବ୍ୟବସାୟରେ ସଫଳତା ଅର୍ଜନ କରିବା ସହ କମ୍ ପରିଶ୍ରମରେ ଆଶାଜନକ ଲାଭ ପ୍ରାପ୍ତି ହେବ। ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ପାରିବାରିକ ଜୀବନ ସୁଖମୟ ହେବ। କିନ୍ତୁ ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ। ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ। ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ। ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ।

ଧନୁ:-ନୂତନ କର୍ମନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ। ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ। ଇଂରାଜୀ ପ୍ରଫେସର, ଅଭିନେତା ଓ ଅଭିନେତ୍ରୀ, ସଙ୍ଗୀତଜ୍ଞ ମାନଙ୍କର ସମସ୍ତ ସମସ୍ୟା ଅପସରି ଯିବ। କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବା ଫଳରେ ଆଶା ଆକାଂକ୍ଷା, ମହତ୍ୱାକାଂକ୍ଷା ପୂର୍ଣ୍ଣହେବ। ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ। ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ।

ମକର:-ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ। ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି। ବିଷକୁମ୍ଭ ପୟୋମୁଖ ବ୍ୟକ୍ତିମାନେ ଅନେକ କ୍ଷେତ୍ରରେ ଅପଦସ୍ଥ କରିବା ଫଳରେ ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ କମିଯିବ। ବନ୍ଧୁ, ମିତ୍ର, ସହଯୋଗୀଙ୍କ ପ୍ରତି ସତର୍କ ନରହିଲେ ବ୍ୟବସାୟରେ କ୍ଷତି ସହିବେ। ପ୍ରେମିକ ପ୍ରେମିକାମାନେ ପ୍ରେମରେ ବିଫଳ ହେବେ। ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ।

କୁମ୍ଭ:-ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ। କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ନାନାବିଧ ସୁଯୋଗ ପ୍ରାପ୍ତି ହେବ। ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ। ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ।କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରି ପାରନ୍ତି। ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ। ରାଜନୈତିକ କ୍ଷେତ୍ରରେ ଆତ୍ମୀୟମାନେ ଭିତରେ ଚେର କାଟିବେ। ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମୀନ:-କର୍ମକ୍ଷେତ୍ରରେ ଉଚ୍ଚଅଧିକାରୀଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭର ଯୋଗ ଅଛି। ବନ୍ଧୁ ମିତ୍ର ମାନଙ୍କର ସହଯୋଗ ପ୍ରାପ୍ତି ହେବ। ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ। ଅଧ୍ୟୟନ, ଅଧ୍ୟାପନ ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ। ବାଦବିବାଦ, ମାଲିମୋକଦ୍ଦମାରେ ଉଚ୍ଚ ପ୍ରଶଂସିତ ହେବେ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟା ଦୁରାହୋଇ ଆର୍ଥିକ ସ୍ଥିତିରେ ସୁଧାର ଆସିବ। ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ।


ଶେୟାର କରନ୍ତୁ ଅନ୍ୟମାନକ ସହିତ
error: Content is protected !!